ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭବାନୀପାଟଣା ଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତାo୫.୦୬.୨୦୨୩// ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୧୨୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୧୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କେସିଙ୍ଗା ବ୍ଲକ ଅନ୍ତର୍ଗତ ଲଇତରା ପଂଚାୟତ ର ନିତ୍ଯ ନାଏକ ଙ୍କୁ ୫୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।

ମସିହା ନିଉଜ ସର୍ଭିସ୍ 

Related posts

ଜିଲ୍ଲା ସ୍ତରୀୟ ସାମାଜିକ ଲିଙ୍ଗ, ଯୁବ ଓ ଶିଶୁ ମାନଙ୍କ ତାଲିମ କର୍ମଶାଳା ଜିଲ୍ଲା ମୁଖ୍ୟ କୃଷି କାର୍ଯ୍ୟାଳୟ ରେ ଅନୁଷ୍ଠିତ

Sunil Chandra Nayak

ପ୍ରଧାନ ଶିକ୍ଷକ ଙ୍କ ଅବସରକାଳୀନ ସମ୍ବର୍ଧନା ସଭା

Sunil Chandra Nayak

ଜିଏସଏଚଇଆର ଆଣିଛି ସ୍ବୟଂ ସେବା କେନ୍ଦ୍ର 

masiha

Leave a Comment

error: Content is protected !!