ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ଆସୁଛି ରଜ…..

ଆସୁଛି ରଜ…..

 

ରଜ ପର୍ବ କାହିଁକି ଓ କିପରି ପାଳନ କରାଯାଏ

ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଆଜି ହେଉଛି ଦ୍ୱିତୀୟ ରଜ ବା ରଜ ସଂକ୍ରାନ୍ତି । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ ।

ପାଳନ ବିଧି…..

ଏହି ପର୍ବ ପାଳନ ବେଳରେ ଘରର ଘରଣୀମାନେ ସାଧାରଣ କାମରୁ ଛୁଟି ନେଇ ନାନାଦି ଖେଳରେ ମାତନ୍ତି । ଅଭିଆଡ଼ି ଝିଅମାନେ ଶାଢ଼ୀ ଆଦି ପିନ୍ଧି ରଜ ଦୋଳି ଖେଳ, ପୁଚି ଖେଳ ଆଦିରେ ସମୟ ଅତିବାହିତ କରିଥାନ୍ତି । ଏହି ଦିନ ଧରିତ୍ରୀ ମାଆକୁ ସମ୍ମାନ ଦେଇ କେହି ଭୂଇଁ ଉପରେ ଖାଲି ପାଦରେ ଚାଲିନଥାନ୍ତି । ଖୋଳପାରେ ତିଆରି କଠଉରେ ଭୂଇଁ ଉପରେ ଚାଲିବାର ବିଧି ରହିଛି । ଏହି ଦିନ ପୋଡ଼ ପିଠା, ଚକୁଳି ପିଠା ଆଦି ଖିଆଯାଇ ଥାଏ ।

ପାରମ୍ପାରିକ ପର୍ବ ରଜ….

ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।

ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ।

ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।

ବିଶେଷତ୍ୱ…..

ଆଷାଢ ମାସ ଚତୁର୍ମାସ୍ୟା ବ୍ରତର ପ୍ରଥମ ମାସ । ଏ ଚାରି ମାସ ମୁନି ଋଷି ଓ ସାଧବମାନେ ସେମାନଙ୍କ ପରିଭ୍ରମଣ ତ୍ୟାଗ କରି ଏକସ୍ଥାନରେ ନିବିଷ୍ଟ ହୋଇ ସାଧନା କରିଥା’ନ୍ତି । ଏହି ମାସକୁ ଦାମ୍ପତ୍ୟ ଜୀବନର ସର୍ବଶ୍ରେଷ୍ଠ ସମ୍ଭୋଗର ମାସ ବୋଲି ଗ୍ରହଣ କରାଯାଏ । ବିରହ, ବିଧୂର ଯକ୍ଷର ପ୍ରିୟା ଉଦ୍ଦେଶ୍ୟରେ ମେଘ ମାଧ୍ୟମରେ ପ୍ରେରିତ ବାର୍ତ୍ତାକୁ ନେଇ ମହାକବି କାଳିଦାସଙ୍କ ରଚିତ “ମେଘଦୂତ’ ମହାକାବ୍ୟ ଏକ ଅନବଦ୍ୟ ସାଂସ୍କୃତିକ ବୌଦ୍ଧିକ ପ୍ରତିଲିିପି ଓ ଇତିକଥା । ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା’ ହୁଏ ରଜସ୍ୱଳା । କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା’ ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ । ମା’ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା’କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି । ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ । ତିନିଦିନ ଧରି ଧରଣୀ ମାତାକୁ ବିଶ୍ରାମ ଦିଆଯାଏ, ଯେଉଁଥିାଇଁ ଭୂ ଖନନ ବାରଣ କରାଯାଇଥାଏ । ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜପର୍ବ । କୁମାରୀମାନଙ୍କ ପାଇଁ ରଜପର୍ବ ହେଉଛି ତାଲିମ ପ୍ରଦାନକାରୀ ପର୍ବ । ଆଷାଢ଼ର ପହିଲି ବର୍ଷାରେ ମାଟି ମା’ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ, ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ । ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ । ଜଣେ ନାରୀଭାବେ ଆଗାମୀ ଦିନରେ କିରି କର୍ତ୍ତବ୍ୟ ସମ୍ପାଦନ କରିବାକୁ ହେବ, ତାହା କୁମାରୀମାନଙ୍କୁ ଶିଖିବାକୁ ପଡ଼ିଥାଏ, ଏହି ରଜ ପର୍ବ ପାଳନ ଅବସରରେ । କୁମାରୀମାନେ ରଜପର୍ବର ମଉଜ ଭିତରେ ଜଣେ ନାରୀର ଚଳଣି, ଆଚାରସଂହିତାକୁ ବିଧିଭାବେ ପାଳିଥାଆନ୍ତି ଏବଂ ଭବିଷ୍ୟତରେ ଯେତେବେଳେ ଝିଅଟିଏ ନାରୀଭୂମିକାରେ ଅବତୀର୍ଣ୍ଣ ହୋଇ କର୍ତ୍ତବ୍ୟ ସମ୍ପାଦନ କରେ, ଏହି ଆଚାରସଂହିତା ତାକୁ ସହାୟ ହୋଇଥାଏ । ରଜ ତିନିଦିନ ଧରି ରଜସ୍ୱଳା ନାରୀଭାବେ ଧରଣୀମାତାକୁ କଷ୍ଟ ନ ଦେଇ ଭୂମି କର୍ଷଣ ନ କରି ବିଶ୍ରାମ ଦେଲାଭଳି କଟା, ବଟା ଆଦି ଗୃହକର୍ମ ନ କରି କୁମାରୀମାନେ ବିଶ୍ରାମ କରନ୍ତି । ଧରଣୀ ମାତା ଶସ୍ୟଶ୍ୟାମଳାପୂର୍ଣ୍ଣ ହେବା ପାଇ ପ୍ରାଥମିକ ପ୍ରସ୍ତୁତି ଭାବେ ରଜ ତିନିଦିନ ବିଶ୍ରାମ ମିଳିଥାଏ ତାଙ୍କୁ । ଠିକ ସେହିପରି ଝିଅବୋହୂମାନଙ୍କ ଭବିଷ୍ୟତ ସାଂସାରିକ ଜୀବନ ସୁଖମୟ କରିବାକୁ ରଜପର୍ବର କଳ୍ପନା କରାଯାଇଛି । ରଜପର୍ବର ବିଧିବିଧାନକୁ ସେମାନେ ନିଜେ ପାଳନ କରି ଜଣେ ମାତାର କର୍ତ୍ତବ୍ୟକୁ ସୁଚାରୁରୂପେ ତୁଲାଇପାରିବେ ଏବଂ ଭବିଷ୍ୟତରେ ନିଜ ଝିଅମାନଙ୍କୁ ସ୍ୱଅନୁଭୂତିରୁ ଶିଖି ସଂସାର ନିୟମ ଶିଖାଇବେ ।

ଏହି ପର୍ବ ପାଳନ ବେଳରେ ଘରର ଘରଣୀମାନେ ସାଧାରଣ କାମରୁ ଛୁଟି ନେଇ ନାନାଦି ଖେଳରେ ମାତନ୍ତି । ଅଭିଆଡ଼ି ଝିଅମାନେ ଶାଢ଼ୀ ଆଦି ପିନ୍ଧି ରଜ ଦୋଳି ଖେଳ, ପୁଚି ଖେଳ ଆଦିରେ ସମୟ ଅତିବାହିତ କରିଥାନ୍ତି । ଏହି ଦିନ ଧରିତ୍ରୀ ମାଆକୁ ସମ୍ମାନ ଦେଇ କେହି ଭୂଇଁ ଉପରେ ଖାଲି ପାଦରେ ଚାଲିନଥାନ୍ତି।ପତ୍ର/ଖୋଳପାରେ ତିଆରି କଠଉରେ ଭୂଇଁ ଉପରେ ଚାଲିବାର ବିଧି ରହିଛି । ଏହି ଦିନ ପୋଡ଼ ପିଠା, ଚକୁଳି ପିଠା ଆଦି ଖିଆଯାଇ ଥାଏ ।

ଝିଅମାନେ ଖାଲିପାଦରେ ଚାଲିବା ମନା….

ପରମ୍ପରା ଅନୁସାରେ ଏହି ଦିନ ଭୂମି ଉପରେ ଖାଲିପାଦରେ ଚାଲିବାକୁ ମନା କରାଯାଇଥାଏ । କୁମାରୀମାନେ ଖାଲି ପାଦରେ ଚାଲନ୍ତି ନାହିଁ, ଅଧିକାଂଶ ସମୟ ଦୋଳିରେ ଝୁଲନ୍ତି ଏବଂ ଗୁଆ ଖୋଳପା କିମ୍ବା ଚପଲ ପିନ୍ଧି ଚଳପ୍ରଚଳ ହୁଅନ୍ତି ।

ବସୁମତୀ ସ୍ନାନ…..

ବସୁମତୀ ସ୍ନାନ ହେଉଛି ରଜ ପର୍ବର ଅନ୍ତିମ ଦିବସ । ଏହା ବସୁଧାମାତାଙ୍କ ଶୁଦ୍ଧ ସ୍ନାନ । ଏହା ଧରାସ୍ନାନ, ମହାଲକ୍ଷ୍ମୀ ସ୍ନାନ, ମହାଲକ୍ଷ୍ମୀ ଗାଧୁଆ ଓ ଶୁଦ୍ଧ ସ୍ନାନ ରୂପେ ପ୍ରଖ୍ୟାତ । ବଡ଼ି ସକାଳୁ ଶିଳପୁଆରେ ହଳଦୀ କନା ଗୁଡ଼ାଇ ସିନ୍ଦୂର, କଜଳ ଦେଇ ଧରଣୀ ମାତାଙ୍କ ସ୍ୱରୂକୁ ସଜାଇ ପିଢ଼ା ଉପରେ ସ୍ଥାପନା କରି କଳସ ଆମ୍ବଡ଼ାଳ ରଖି କ୍ଷୀର ଦେଇ ସ୍ନାନ କରାଯାଏ । ମାସିକ ଧର୍ମର ବିଧି ଅନୁଯାୟୀ ଧରଣୀ ମାତା ତିନିଦିନ ବିଶ୍ରାମ ପରେ ସ୍ନାନ କରି ଶୁଦ୍ଧ ପବିତ୍ର ହୋଇଥା’ନ୍ତି । ମାର୍ଗଶୀର ଶେଷ ଗୁରୁବାରଦିନ ବନ୍ଦ ହୋଇଥିବା ମହାଲକ୍ଷ୍ମୀ ପେଡ଼ି ଏହି ଦିନ ଖୋଲାଯାଇଥାଏ । ରଜସ୍ୱଳାନାରୀ ସଦୃଶ ତିନିଦିନ ଅସ୍ପୃଶ୍ୟ ହୋଇ ରହିବାପରେ ଚତୁର୍ଥ ଦିନ ପ୍ରାତଃ କାଳରେ ଏହି ଶୁଦ୍ଧ ସ୍ନାନ ପର୍ବ । ଏହି ଦିନ ରଜପର୍ବର ଆନନ୍ଦ ଉଲ୍ଲାସ ମଉଳି ଯାଇ ଆଧ୍ୟାତ୍ମିକତା ସ୍ଥାନ ନେଇଥାଏ । ଏହି ବସୁମତୀ ସ୍ନାନ ଦିବସରେ ଧରଣୀ ମାତା ପ୍ରତି ଭକ୍ତିଭାବ ଜାଗ୍ରତ ହୋଇଥାଏ । ବସୁମାତା ରଜସ୍ୱଳା ହୋଇ ଶୁଦ୍ଧସ୍ନାନ ପରେ ସୃଜନ କ୍ଷମତାଶୀଳା ଅର୍ଥାତ ଶସ୍ୟ ବୀଜ ଧାରଣକାରିଣୀ ହୋଇପାରିଥାନ୍ତି ।

ରଜଗୀତ….

ରଜଗୀତ ଏହି ପର୍ବରେ ବୋଲା ଯାଉଥିବା ଜଣାଶୁଣା ଗୀତ ଯାହା ଆଗେ ଗାଆଁଗହଳିରେ ଜନ୍ମ ନେଇଥିଲା । ଲୋକ ମୁଖରେ ବୋଲାଯାଉଥିବା ଏହି ଗୀତ ପରେ ବିଭିନ୍ନ ସମୟରେ ଲିପିବଦ୍ଧ ହୋଇଥିଲା । ମୁଦ୍ରିତ ପୁରାତନ ପ୍ରକାଶନ ଗୁଡ଼ିକ ଭିତରୁ ମଧ୍ୟରୁ ୧୯୪୯ ମସିହାରେ ପ୍ରକାଶିତ ପହିଲି ରଜ ଓ ୧୯୫୨ ମସିହାରେ ପ୍ରକାଶିତ ମାଗୁଣୀ ମହାପାତ୍ରଙ୍କ ରେକର୍ଡ ରଜଦୋଳି ଗୀତ ଅନ୍ୟତମ।ପୂରା ଗୀତର ପ୍ରଥମ ପଂକ୍ତି ଜଣାଶୁଣା “ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ ଲୋ, ଘେନି ନୂଆ ସଜବାଜ ” 

ରଜରେ ପାନ…..

ରଜରେ ପାନଖିଆ ଏକ ପୁରୁଣା ଓଡ଼ିଆ ପରମ୍ପରା । ପ୍ରୀତିର ବନ୍ଧନ ହେଉଛି ପାନ । ପ୍ରୀତି, ପ୍ରେମ, ବନ୍ଧୁତାର ଛ’ଲକ୍ଷଣ ଏ ଦେଶରେ ନିର୍ଦ୍ଧାରିତ କରାଯାଇଛି । ଦିଏ, ନିଏ, ଖାଏ, ଖୁଆଏ, ଗୋପନ କଥା କହେ ଓ ପଚାରେ, ଏ ଛ’ଟି ଆନ୍ତରିକତା ଓ ନିବିଡ଼ତାର କଥା । ଭୋଜନ ଶେଷରେ ତାମ୍ବୁଳ ସେବା ଏକ ପ୍ରାଣମୟ ବ୍ୟବସ୍ଥା । ଓଡ଼ିଆଙ୍କ ଠାକୁର ବଡ଼ଠାକୁର ଜଗନ୍ନାଥ ପ୍ରତିଦିନ ଭୋଜନାନ୍ତେ ତାମ୍ବୁଳ ସେବା କରି ନିଦ୍ରା ଯାଆନ୍ତି । ପାନ ହେଉଛି ମୁଖବାସ, ପରିତୋଷ । ରଜ ସହିତ ପାନ ଯୋଡ଼ିହେବା ପଛରେ କଥା ଅଛି, ଏଡା ବନ୍ଧୁତାର ଡେ଼ାରିକୁ ସୁଦୃଢ କରିବ । ରଜରେ ଝିଅମାନେ ସମସ୍ତଙ୍କୁ ପାନ ଦବାନବା କରିଥାନ୍ତି । ଆୟୁର୍ବେଦ ଶାସ୍ତ୍ର ଅନୁସାରେ ପାନ ଜୀର୍ଣ୍ଣକାରକ ଏବଂ କୃମିନାଶକ । ପାନରେ ଦିଆଯାଉଥିବା ଚୂନ ଲୌହଶକ୍ତି ପୂର୍ଣ୍ଣ (କ୍ୟାଲସିଅମ) ଓ ଖଇର ଦାନ୍ତକୁ ମଜଭୁତ କରିଥାଏ । ପାନ ଖାଇଲା ବେଳେ ପତ୍ରରୁ ଶିରା ଛେଦନ କରାଯାଇଥାଏ କାରଣ ପାନଶିରା ହେଉଛି ବୁଦ୍ଧି ବିନାଶିନୀ । ରଜପାନର ଚମକ ଓ ମହକ ସାରାବର୍ଷର ପାନକୁ ବଳିଯାଏ, ରଜ ଆଭୂଷଣକୁ ଆହୁରି ମୁଗ୍ଧକର କରିଦିଏ । ରଜପାନରେ ଗୁଆ, ଅଳେଇଚ, ଗୁଜୁରାତି, ଭଜା ଧଣିଆ, ଚାଉଳ ଓ ନଡିଆ ଖଣ୍ଡ, ଚେରି, ଲବଙ୍ଗ, କବାବଚିନି, ଚୁଆ, ପାନ ମହୁରି, ସୁବାସିତ ଜାଫ୍ରାନ କେଶର, ଖଇର ପରି ୧୦ରୁ ୧୨ ପ୍ରକାର ମସଲା ବ୍ୟବହୃତ ହୁଏ । ଏହାକୁ ବିଭିନ୍ନ ଢଙ୍ଗରେ ତ୍ରିଭଙ୍ଗି, ଚଉଭଙ୍ଗି ଆକୃତି ଦେଇ ଉପରେ ଲବଙ୍ଗ ଖୋସି ଅତି ସୁନ୍ଦର ଭାବେ ଥାଳିରେ ସଜାଇ ଦିଆଯାଏ । ସାଧାରଣ ଦିନର ପାନଠାରୁ ରଜପାନର ସ୍ୱାଦ ସ୍ୱତନ୍ତ୍ର । ରଜ ଆସିଲେ ବଜାରରେ ମଧ୍ୟ ପାନର ଦର ବଢିଯାଏ । କଥାରେ ଅଛି,

‘ପାନଖିଆ ରସିକ ପାଟି,
ଖୋଜି ବୁଲୁଥିଲା ରାଜାଙ୍କ ହାତୀ,
ଢାଳି ଦେଇଗଲା ଶିରରେ, ରାଜା ହୋଇଗଲା ରଜରେ’।

ପିଠାପଣା…

ରଜରେ ପ୍ରସ୍ତୁତ ହୋଇଥିବା ପିଠା, ମିଠା ।

ଚୁଲି ଲଗାଇ ନିୟମିତ ରୋଷେଇ କରିବା ମହିଳାଙ୍କ କାର୍ଯ୍ୟ । ଯେହେତୁ ରଜରେ ଧରଣୀମାତାଙ୍କୁ ବିଶ୍ରାମ ଦିଆଯାଏ, ତେଣୁ ରଜ ପୂର୍ବଦିନ ପହିଲି ରଜରେ ବହୁ ରକମର ପିଠାପଣା, ବିଶେଷ କରି ପୋଡ଼ ପିଠା ତିଆରି କରାଯାଇଥାଏ, ଯାହା ସହଜରେ ନଷ୍ଟ ହୁଏ ନାହିଁ ଏବଂ ଅଧିକ ଦିନ ରହିଥାଏ । ଭାତ ବଦଳରେ ଫଳମୂଳ ଓ ବିଭିନ୍ନ ପ୍ରକାର ପିଠାପଣା ଏକାଠି ଖାଇ ସମସ୍ତେ ମଜା କରିଥାନ୍ତି ।

ଚକୁଳି ପିଠା:

ଏହା ଏକ ଓଡ଼ିଆ ଖାଦ୍ୟ ଯାହା ଚାଉଳ ଚୂନା ଓ ବିରିରୁ ତିଆରି ବହଳିଆ ମଣ୍ଡକୁ ତାବାରେ ଭାଜି ତିଆରି କରାଯାଏ ।

ପୋଡ଼ ପିଠା:

ଏହା ଏକ ଓଡ଼ିଆ ଖାଦ୍ୟ ଯାହା ଚାଉଳ ଚୂନା ଓ ବିରିରୁ ତିଆରି ଆଣକୁ କଦଳୀ ପତ୍ରରେ ବାନ୍ଧି ଚୁଲିରେ ରାତି ସାରା ପୋଡ଼ି ପ୍ରସ୍ତୁତ କରାଯାଏ । ଏହି ପୋଡ଼ ପିଠାକୁ ରଜ ୩ ଦିନ ଖିଆ ଯାଏ।

ବିଦ୍ୟାଧର ସାହୁଙ୍କ ଉପସ୍ଥାପନା…..

Related posts

୫ଟି ସଚିବ ଭି.କେ. ପାଣ୍ଡିଆନଙ୍କୁ ଏଫଆଇଏଚ୍ ପ୍ରେସିଡେଣ୍ଟ୍ ସମ୍ମାନ

Sunil Chandra Nayak

ଆହୁରି ସଶକ୍ତ ହେବ ମହିଳା ଏସଏସଜି…ମିଶନ ଶକ୍ତି ମହିଳାଙ୍କୁ ବିଦ୍ୟୁତ୍‌ ଚାଳିତ ସ୍କୁଟର

Sunil Chandra Nayak

ମୋ-ସରକାର’ ଅଧୀନରେ ଆଉଟ୍‌ସୋର୍ସିଂ ସଂସ୍ଥା। ଆଉଟସୋର୍ସିଂ କର୍ମଚାରୀଙ୍କୁ ମିଳିଲା ସାମାନ୍ୟ ଆଶ୍ୱସ୍ତି

Sunil Chandra Nayak

Leave a Comment

error: Content is protected !!