ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ମନୋରଞ୍ଜନ

କଞ୍ଚା ଲଙ୍କା ସିନେମା ହଲ୍ ଓଡିଆ ଚଳଚ୍ଚିତ୍ର ଜଗତ ପାଇଁ ନୂଆ ପ୍ରୟାସ ଆଜି ରିଲିଜ ହେଉଛି ‘ ଟି’, ଖୁବ ଶୀଘ୍ର ‘ଡେଲିଭରି ବଏ’

ଓଡ଼ିଶାର ଅଗ୍ରଣୀ ଓଟିଟି ପ୍ଲାଟଫର୍ମ ‘ କଞ୍ଚା ଲଙ୍କା ପାରମ୍ପରିକ ସିନେମା ହଲ୍ ରୁ ଆଉ ପାଦେ ଆଗେଇ ନିଜର ନୂଆ ଟି.ଭି.ଓ.ଡି. ସର୍ଭିସ୍ କଞ୍ଚା ଲଙ୍କା ସିନେମା ହଲ୍’ କୁ ସିନେମା ଦୁନିଆରେ ଉପସ୍ଥାପନ କରିଛି ।

ଓଡ଼ିଶାର ଚଳଚ୍ଚିତ୍ର ନିର୍ମାତା ପାରମ୍ପରିକ ସିନେମା ହଲ୍ ସହ କଞ୍ଚା ଲଙ୍କା ସିନେମା ହଲ୍ ରେ ନିଜ ଫିଲ୍ମ ରିଲିଜ୍ କରିପାରିବେ । କେବଳ ଓଡ଼ିଶାରୁ ନୁହେଁ ଦେଶ ବିଦେଶରୁ ଦର୍ଶକ କଞ୍ଚା ଲଙ୍କାରେ ଶୋ ବୁକ୍ କରି ଓଡ଼ିଆ ସିନେମା ଦେଖିପାରିବେ । ଏଥୁରୁ ଅର୍ଜିତ ଆୟ (ଟିକସ, ଗେଟୱେ ଚାର୍ଜ ଓ ପ୍ଲେ ଷ୍ଟୋର୍‌ ଚାର୍ଜକୁ ବାଦ ଦେଲା ପରେ) ରେ କଞ୍ଚା ଲଙ୍କା ଓ ଫିଲ୍ମ ନିର୍ମାତା ସମାନ ଭାଗୀଦାର ରହିବେ । ସମସ୍ତ ବ୍ୟବସାୟ ସ୍ବଚ୍ଛ ଢଙ୍ଗରେ ହେବ ଓ ନିର୍ମାତା ୩ ଦିନ ଭିତରେ ନିଜ ଆୟ ନେଇପାରିବେ ବୋଲି କଞ୍ଚା ଲଙ୍କା କର୍ତ୍ତୃପକ୍ଷ ଜଣାଇଛନ୍ତି।

କଞ୍ଚା ଲଙ୍କା ସିନେମା ହଲ୍’ ର ଶୁଭାରମ୍ଭ କରି ଆମେ ବହୁତ ଖୁସି । ଏହା ଓଡ଼ିଆ ଚଳଚ୍ଚିତ୍ରକୁ ଓଡ଼ିଶା, ଦେଶ ତଥା ବିଦେଶରେ ଦର୍ଶକଙ୍କ ପାଖରେ ପହଞ୍ଚାଇ ପାରିବ ଏବଂ ସିଧାସଳଖ ଦର୍ଶକଙ୍କ ଠାରୁ ଫିଲ୍ମ ନିର୍ମାତା ମାନେ ଅଧିକ ଆୟ ଉପାର୍ଜନ କରି ପାରିବେ । ପାରମ୍ପରିକ ବିତରଣ ମଡେଲଗୁଡିକର ଅସୁବିଧା ତଥା ଥୁଏଟର୍ ର ଅଭାବ ଟି.ଭି.ଓ.ଡ଼ି. ମାଧ୍ୟମରେ ସମାଧାନ ହୋଇପାରିବ ବୋଲି ‘କଞ୍ଚା ଲଙ୍କା’ ର କୋ-ଫାଉଣ୍ଡର ତଥା ଚେୟାରମ୍ୟାନ ଅକ୍ଷୟ କୁମାର ପରିଜା କହିଛନ୍ତି l କଞ୍ଚା ଲଙ୍କା ଓଟିଟି ପ୍ଲାଟଫର୍ମ ପ୍ରଯୋଜକ ଓ ନିର୍ଦ୍ଦେଶକଙ୍କୁ ଏହି ଡିଜିଟାଲ ମିଶନ୍ ରେ ଯୋଗଦେଇ ଓଡ଼ିଆ ଚଳଚ୍ଚିତ୍ରକୁ ଅଗଣିତ ଦର୍ଶକଙ୍କ ପାଖରେ ପହଞ୍ଚାଇବାକୁ ଆହ୍ୱାନ କରିଛନ୍ତି । ସାରା ଭାରତ ତଥା ଦେଶ ବିଦେଶରେ ଥିବା ଓଡ଼ିଆ ଦର୍ଶକ ଏବଂ ରୋଜଗାରକୁ ବଢାଇବା ପାଇଁ ଏହା ଏକ ସୁଯୋଗ।

‘କଞ୍ଚା ଲଙ୍କା’ ସିନେମା ହଲ୍ ୱେବସାଇଟ୍‌, ମୋବାଇଲ୍ ଆପ୍ (ଉଭୟ ଆଣ୍ଡ୍ରଏଡ୍ ଏବଂ ଆଇଓଏସ୍), ଆଣ୍ଡ୍ରଏଡ୍ ଟିଭି, ଫାୟାର ଟିଭି, ଆପଲ୍ ଟିଭି ସହ ଭାରତ ଏବଂ ଅନ୍ୟାନ୍ୟ ୧୬ଟି ଦେଶରେ ଉପଲବ୍ଧ । ଆପ୍ ଭିତରେ ବିଜ୍ଞପ୍ତି (ପ୍ରାୟ ୧୦ ଲକ୍ଷ ଆପ୍ ଇନଷ୍ଟଲ୍), ୟୁଟ୍ୟୁବ୍‌ ପୋଷ୍ଟ (୧ ଲକ୍ଷରୁ ଉର୍ଦ୍ଧ୍ବ ସବକ୍ସାଇବର୍‌), ଫେସ୍ ବୁକ୍ ପୋଷ୍ଟ (ପ୍ରାୟ ୫୦ ହଜାର ଫଲୋଅର), ଟ୍ଵିଟର୍‌, ଇନଷ୍ଟାଗ୍ରାମ୍ ଏବଂ ଅନ୍ୟାନ୍ୟ ମାଧ୍ୟମରେ କଞ୍ଚା ଲଙ୍କା ଫିଲ୍ମକୁ ମାର୍କେଟିଂ ସହାୟତା ପ୍ରଦାନ କରିବ । ଫିଲ୍ମ ନିର୍ମାତାମାନେ ମଧ୍ୟ ମାର୍କେଟିଂ କରିବେ ଯାହା ଦ୍ବାରା ଅଧିକରୁ ଅଧିକ ଗ୍ରାହକ ଟି.ଭି.ଓ.ଡ଼ି. ବିଷୟରେ ଜାଣିପାରିବେ ।

ଫିଲ୍ମ ରିଲିଜ୍ ସମୟରେ ଏହି ସର୍ଭିସ ପାଇଁ ଓଡ଼ିଶାର ଅନେକ ଚଳଚ୍ଚିତ୍ର ନିର୍ମାତାଙ୍କ ସହ କଞ୍ଚା ଲଙ୍କା କର୍ତ୍ତୃପକ୍ଷଏହି ବ୍ୟବସାୟ ମଡେଲ ବିଷୟରେ ଆଲୋଚନା କରିଛନ୍ତି ଏବଂ ସୂଚନା ଦେଇଛନ୍ତି ଯେ ଅନେକ ଚଳଚ୍ଚିତ୍ର ନିର୍ମାତା କଞ୍ଚା ଲଙ୍କା ସିନେମା ହଲ୍ ରେ ନିଜ ଚଳଚ୍ଚିତ୍ର ମୁକ୍ତିଲାଭ କରିବାକୁ ରାଜି ହୋଇଛନ୍ତି। କଞ୍ଚା ଲଙ୍କା ସିନେମା ହଲ୍’ ରେ ପ୍ରଥମ ଥର ପାଇଁ ବହୁ ଚର୍ଚ୍ଚିତ ଓଡ଼ିଆ ଚଳଚ୍ଚିତ୍ର ‘ଟି’ ମୁକ୍ତିଲାଭ କରିଛି |

ଶ୍ରୀ ଜିତେଶ କୁମାର ପରିଡାଙ୍କ ଦ୍ବାରା ନିର୍ମିତ ଓ ନିର୍ଦ୍ଦେଶିତ ‘ଟି’ ଟ୍ରାନ୍ସଜେଣ୍ଡରଙ୍କ ଜୀବନ ସଂଗ୍ରାମର କାହାଣୀ l ଏହି ଚଳଚ୍ଚିତ୍ରରେ ଟ୍ରାନ୍ସଜେଣ୍ଡରଙ୍କ ଜୀବନ ପଛର ଦୁଃଖ ଏବଂ ସଂଘର୍ଷ ଖୁବ ସୁନ୍ଦର ଭାବରେ ଦର୍ଶାଯାଇଛି l ଏହି କାହାଣୀ ଭାରତର ପ୍ରଥମ ଟ୍ରାନ୍ସଜେଣ୍ଡର୍ କ୍ୟାବ୍ ଡ୍ରାଇଭର୍ ଶ୍ରୀମତୀ ମେଘନା ସାହୁଙ୍କ ଜୀବନୀ ଉପରେ ଆଧାରିତ ।’ଟି’ ଚଳଚ୍ଚିତ୍ର ୧୬ ଜୁନ୍ ୨୦୨୩ ଠାରୁ କଞ୍ଚା ଲଙ୍କା ସିନେମା ହଲ୍‌ ରେ ମୁକ୍ତିଲାଭ କରିଛି । କଞ୍ଚା ଲଙ୍କା ସିନେମା ହଲ୍ ମାଧ୍ୟମରେ ଏହି ଚଳଚ୍ଚିତ୍ର ବହୁ ଦର୍ଶକଙ୍କ ପାଖରେ ପହଞ୍ଚି ପାରିବ ତଥା ଏହା ଏକ ସଫଳ ବ୍ୟବସାୟିକ ଚଳଚ୍ଚିତ୍ର ହେବ ବୋଲି ପ୍ରଯୋଜକ ଓ ନିର୍ଦ୍ଦେଶକ ଜିତେଶ କୁମାର ପରିଡା ଆଶା ପ୍ରକଟ କରିଛନ୍ତି ଏବଂ କଞ୍ଚା ଲଙ୍କା ଓଟିଟି ପ୍ଲାଟଫର୍ମ କୁ ଧନ୍ୟବାଦ ଦେଇଛନ୍ତି ।

ଏହା ଉପରେ ଅଧିକ ସୂଚନା ଦେଇ ‘ଟି’ ନିର୍ଦ୍ଦେଶକ ଶ୍ରୀ ଜିତେଶ କୁମାର ପରିଡ଼ା କହିଛନ୍ତି ଯେ, ଓଡିଶାରେଏହି ମହତ୍ତ୍ବପୂର୍ଣ୍ଣ ଡିଜିଟାଲ୍ ମିଶନ୍ ରେ ଅଂଶ ଗ୍ରହଣ କରି ମୁଁ ବହୁତ ଖୁସି । ମୁଁ ଆଶା କରୁଛି ଯେ ଅଧିକରୁ ଅଧିକ ଚଳଚ୍ଚିତ୍ର ନିର୍ମାତା ଏହି ମିଶନରେ ଯୋଗଦେବେ ଯାହା କେବଳ ଓଡିଶାର ସିନେମା ହଲ୍ ଅଭାବର ସମସ୍ୟାର ସମାଧାନ ପାଇଁ ଏକ ନିର୍ଦ୍ଧିଷ୍ଟ ପଦକ୍ଷେପ ନୁହେଁ ବରଂ ଆମକୁ ଓଡ଼ିଆ ସଂସ୍କୃତିକୁ ଚଳଚ୍ଚିତ୍ର ମାଧ୍ୟମରେ ଦେଶ ବିଦେଶରେ ପହଞ୍ଚାଇବାରେ ସାହାଯ୍ୟ କରିବ ।

ଦର୍ଶକଙ୍କ ପ୍ରଶଂସା ସାଉଁଟିଥିବା ଆଉ ଏକ ଚଳଚ୍ଚିତ୍ର ‘ଡେଲିଭରି ବଏ’ କଞ୍ଚା ଲଙ୍କା ସିନେମା ହଲ୍‌ ରେ ରିଲିଜ୍ ହେବାକୁ ଯାଉଛି । ଏହା ଶ୍ରୀ ଜ୍ୟୋତିରଞ୍ଜନ ମହାନ୍ତିଙ୍କ ଦ୍ବାରା ପ୍ରଯୋଜିତ ଓ ଅଶ୍ବିନୀ ତ୍ରିପାଠୀଙ୍କ ଦ୍ବାରା ନିର୍ଦ୍ଦେଶିତ । ବୁଦ୍ଧାଦିତ୍ୟ, ଶୈଳେନ୍ଦ୍ର ଓ ସୁର୍ୟମୟୀଙ୍କ ଦ୍ବାରା ନିଖୁଣ ଭାବେ ଉପସ୍ଥାପନା କରାଯାଇଥିବା ଏହି ଚଳଚ୍ଚିତ୍ର ଜଣେ ତରୁଣ ଯିଏ ନିଜ ପେଟ ପାଟଣା ପାଇଁ ଓ ଆମ ଜୀବନ ଶୈଳୀକୁ ଆଉ ଟିକେ ସହଜ କରିବା ପାଇଁ କେଉଁ କେଉଁ ପରିସ୍ଥିତି ଦେଇ ଗତି କରିଥାଏ ତାହା ଉପରେ ଆଧାରିତ । ଓଡ଼ିଶା ସରକାରଙ୍କ ଠାରୁ ପ୍ରଶଂସା ପାଇଥିବା ଏହି ଚଳଚ୍ଚିତ୍ର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଓଡ଼ିଶାରେ ସମ୍ପୂର୍ଣ୍ଣ ଟିକସ ମୁକ୍ତି । ଯାହା ଦ୍ବାରା ସଡ଼କ ଦୁର୍ଘଟଣା ଏବଂ ଓଡ଼ିଶା ପର୍ଯ୍ୟଟନ ଶିଳ୍ପକୁ ନେଇ ସଚେତନତା ସୃଷ୍ଟି କରିବ ।ଖୁବ୍ ଶୀଘ୍ର କଞ୍ଚା ଲଙ୍କା ସିନେମା ହଲ୍ ରେ ‘ଡେଲିଭରି ବଏ’ ଚଳଚ୍ଚିତ୍ରର ରିଲିଜ୍ ହେବାକୁ ନେଇ ମୁଁ ବହୁତbl ଖୁସି ଏବଂ ଏହା ବିଶ୍ବର କୋଣ ଅନୁକୋଣରେ ଥିବା ଓଡ଼ିଆଙ୍କ ପାଖରେ ପହଞ୍ଚିପାରିବ ବୋଲି ପ୍ରଯୋଜକ ଶ୍ରୀ ଜ୍ୟୋତି ରଞ୍ଜନ ମହାନ୍ତି କହିଛନ୍ତି । ସମାଜର ଗୁରୁତ୍ବପୂର୍ଣ୍ଣ ଘଟଣାକୁ ଲୋକଲୋଚନରେ ପହଞ୍ଚାଇବା ପାଇଁ ଆମେ ସମ୍ପୂର୍ଣ୍ଣ ଚେଷ୍ଟିତ ଏବଂ ଏହା ଦର୍ଶକଙ୍କୁ ପସନ୍ଦ ଆସିବ ବୋଲି ଆଶା କରୁଛୁ ।

ଅମୃତ ନନ୍ଦ ଙ୍କ ରିପୋର୍ଟ୍ 

Related posts

କ୍ଷୁଦ୍ର ଚଳଚ୍ଚିତ୍ର ‘ପାପଗର୍ଭ’ର ବୃହତ୍ ସଫଳତା

Sunil Chandra Nayak

ଓଡିଆ ଚଳଚ୍ଚିତ୍ର ପ୍ରଦର୍ଶିତ 

masiha

ମୁକ୍ତିଲାଭ କରିବ ‘ସମୀକ୍ଷା’

masiha

Leave a Comment

error: Content is protected !!