ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କର୍ଲାମୁଣ୍ଡା ଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୧୯.୦୬.୨୦୨୩ // ଆଜି କର୍ଲାମୁଣ୍ଡା ବ୍ଲକ ସ୍ଥିତ ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ, ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ,ବ୍ଲକ ଅଧ୍ୟକ୍ଷା କୁନି ସାହୁ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୧୧୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଂଚାୟତ ର ଅଏନ କୁମାର ଙ୍କୁ ୫୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।

ମସିହା ନିୟୂଜ୍ ସର୍ଭିସ୍ 

Related posts

ଏସ୍‌ଏଲ୍‌ଏନ୍‌ ପବ୍ଲିକ ସ୍କୁଲରେ ବିଜ୍ଞାନ ମେଳା 

Sunil Chandra Nayak

ଉତ୍କଳ ଆଲୁମିନା କାରଖାନା ବିରୋଧରେ ଅଞ୍ଚଳ ବାସୀଙ୍କ ଆନ୍ଦୋଳନ

Sunil Chandra Nayak

ଆମ ଓଡ଼ିଶା ନବୀନ ଓଡ଼ିଶା ର ଶୁଭାରମ୍ଭ

masiha

Leave a Comment

error: Content is protected !!