ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ଡାବୁଗାଁରେ ରଥଯାତ୍ରା ପାଳିତ

ଡାବୁଗାଁ, ୨୦/୬ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ରଥଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି | ଆଜି ସକାଳୁ ଶ୍ରୀମନ୍ଦିରରେ ୩ ଠାକୁର ଙ୍କ ରୀତିନୀତି ପରେ ପହଣ୍ଡି କରି ରଥକୁ ନିଆଯାଇଥିଲା | ପୂଜକ ନବୀନ ପାଢୀ ପୂଜାର୍ଚ୍ଚନା କରିଥିଲେ | ଏଥିରେ ଦଇତାପତି ଭାବେ ନୀଳକଣ୍ଠ ମହାପାତ୍ର, ତ୍ରିନାଥ ଦାଶ, ପ୍ରଦୀପ ସାହୁ, ରଞ୍ଜନ ମିଶ୍ର, କୃଷ୍ଣଚନ୍ଦ୍ର ପଣ୍ଡା ଓ ସୁଜିତ କୁମାର ପାତ୍ର ପ୍ରମୁଖ ୩ ଠାକୁରଙ୍କୁ ପହଣ୍ଡି କରାଇଥିଲେ | ଡାବୁଗାଁ ତହସିଲଦାର ତଥା ମନ୍ଦିର ପରିଚାଳନା କମିଟି ସ୍ଥାୟୀ ସଭାପତି କୃଷ୍ଣଚନ୍ଦ୍ର ଦାଶ ରାଜା ଭାବେ ରଥରେ ଛେରା ପହଁରା କରିଥିଲେ | କୁନୁ ପାତ୍ର ଡାହୁକ ଡାକଦେବାପରେ ଭକ୍ତମାନେ ରଥ ଟାଣି ନେଇଥିଲେ | ଭଗବାନ ଖୁଣ୍ଟିଆ ନନ୍ଦିଘୋଷ ରଥର ସାରଥି ଦାୟିତ୍ଵ ନିର୍ବାହ କରିଥିଲେ | ସନ୍ଧ୍ୟା ୭ ଘ. ରେ ରଥ ମାଉସୀମା ମନ୍ଦିରରେ ପହଞ୍ଚିଥିଲା | ଏଥିରେ ମନ୍ଦିର ପରିଚାଳନା କମିଟିର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ | ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ଡାବୁଗାଁ ଥାନା ଆଇଆଇସି ସୁନିଲ କୁମାର ପ୍ରଧାନ , ସବଇନିସ୍ପେକ୍ଟର ବିଜୁରାମ ବାଗ, ଏଏସଆଇ ଶିଶିରକାନ୍ତ ଘୋଷ, ବିଜୟ କୁମାର ସାହୁ ଙ୍କ ସମେତ ୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା | ଚଳିତବର୍ଷର ପ୍ରଥମ ବର୍ଷା ହେବା ସତ୍ବେ ମଧ୍ୟ ଭକ୍ତମାନେ ବର୍ଷା ରେ ଭିଜି ରଥ ଟାଣିଥିଲେ | ଏହା ସହ ଡାବୁଗାଁ ବ୍ଲକର ଚଚରାଗୁଡା ପଞ୍ଚାୟତ ଅଧୀନ ପୋଖନାଗୁଡା ଗ୍ରାମରେ ରଥ ଯାତ୍ରା ଅନୁଷ୍ଠିତ ହୋଇଯାଇଛି |

ଡାବୁଗାଁରୁ ପ୍ରଜ୍ଞା ରଞ୍ଜନ ପରିଡା ଙ୍କ ରିପୋର୍ଟ

Related posts

ଫଗୁ ଦଶମୀରେ ବହୁ ପୁରାତନ ଐତିହାସିକ ପ୍ରଭୁ ଦଧିବାମନ ଜୀଉ ଙ୍କ ପାଖରେ ପ୍ରଥମେ ଲାଗିହେଲା ଭିତିରି ଫଗୁ

masiha

ତୁଳସୀଡୁଙ୍ଗୁରି ଗ୍ରାମରେ କାର୍ତ୍ତିକ ପୂର୍ଣ୍ଣିମା ପାଳିତ 

Sunil Chandra Nayak

ବନ୍ଧାଗାଁରେ ହରିବଂଶ ପୁରାଣ ପାରାୟଣ ଓ ଅଷ୍ଟ ପ୍ରହର ନାମ ଯଜ୍ଞ ସମାପନ

Sunil Chandra Nayak

Leave a Comment

error: Content is protected !!