ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋକସରା ଠାରେ ଅତିରିକ୍ତ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୨୬.୦୬.୨୦୨୩ //ଆଜି କୋକସରା ବ୍ଲକ ସ୍ଥିତ ପଂଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନ୍ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ, ଧର୍ମଗଡ ଶ୍ରୀ ବେଦ ଭୂଷଣ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୬୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିୟୁଜ୍ ସର୍ଭିସ୍ 

Related posts

ଧର୍ମଗଡ଼: ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ 

masiha

ନିଷିଗନ୍ଧା ଭାଷା ପ୍ରତିଷ୍ଠାନ ଓ ନିଷିଗନ୍ଧା ସାହିତ୍ୟ ସଂସଦ ପକ୍ଷରୁ ବିଶାଳ ସାହିତ୍ୟ ଆସର

Sunil Chandra Nayak

ୟୁପିଆଇ (UPI) ଚାର୍ଜକୁ ନେଇ ଆରସିସିଆଇ ଏବଂ ସିଏଆଇଟି ପକ୍ଷରୁ କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ସ୍ମାରକପତ୍ର

Sunil Chandra Nayak

Leave a Comment

error: Content is protected !!