ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡିଗ୍ରୀ ମହାବିଦ୍ୟାଳୟର ନୂତନ ଭିତ୍ତିଭୂମି ପାଇଁ ଶିଳାନ୍ୟାସ କଲେ ବିଧାୟକ 

କୋକସରା,୨୫/୬ // ରାଜ୍ୟ ସରକାରଙ୍କ ପକ୍ଷରୁ 5ଟି ଅଧୀନରେ କଳାହାଣ୍ଡି ଜିଲ୍ଲାର ପ୍ରତ୍ୟେକ ଡିଗ୍ରୀ ମହା ବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ୨୫ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦିଆଯାଇଛି। ଏହି କ୍ରମରେ ଶନିବାର କୋକସରା ଡିଗ୍ରୀ ମହାବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ଶିଳାନ୍ୟାସ କାର୍ଯ୍ୟକ୍ରମ ଅବସରରେ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ପୁଷ୍ପରାଜ ମେହେରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ ବିଧାୟକ ମୋୖଷଧି ବାଗ ଯୋଗଦେଇ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ବିଧାୟକ ଶ୍ରୀ ବାଗ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବାସହ ଡିଗ୍ରୀ ମହାବିଦ୍ୟାଳୟର ଉନ୍ନତି ହେଲେ ଛାତ୍ରଛାତ୍ରୀ ମାନେ ଉପକୃତ ହେବେ ବୋଳି କହିଛନ୍ତି। ଏହି ସମୟରେ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟାପକ ସୁବ୍ରତ କୁମାର ବେହେରା, ଆଇରୀ ନାସନ ଚିନ୍ଦା, ଅଶ୍ୱିନୀ ପଟ୍ଟନାୟକ, କର୍ମଚାରୀ ଜିତେନ୍ଦ୍ର ପ୍ରଧାନୀ, ହୃଦାନନ୍ଦ ଧ. ମାଝୀ, ସୁନିଲ କୁମାର ପ୍ରଧାନୀ ଉପସ୍ଥିତ ଥିଲେ।

ମସିହା ନିୟୁଜ୍ ସର୍ଭିସ୍ 

Related posts

ନୂତନ ସଡିପିଓ ଯୋଗଦାନ

Sunil Chandra Nayak

ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକତା ଦୌଡ଼ ଅନୁଷ୍ଠିତ

Sunil Chandra Nayak

ଅନିଶ୍ଚିତତା ମଧ୍ଯରେ ଧର୍ମଗଡ ଇଲେକ୍ଟ୍ରିକ ଡିଭିଜନ। ଧର୍ମଗଡ଼ ଇଲେକ୍ଟ୍ରିକାଲ ଡିଭିଜନ ସ୍ଥାନାନ୍ତିକରଣ ପ୍ରସଙ୍ଗକୁ ନେଇ  ବିଧାନସଭାରେ ପ୍ରଶ୍ନ ଉଠାଇଲେ ଧର୍ମଗଡ ବିଧାୟକ…

masiha

Leave a Comment

error: Content is protected !!