ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ମନୋରଞ୍ଜନ

ଓଡ଼ିଆ ଚଳଚ୍ଚିତ୍ର “ନିୟତି” ର ଟ୍ରେଲର ଏବଂ ଅଡିଓ ଲୋକାର୍ପଣ

ସମରେଶ ରାଉତରାୟ ଙ୍କ ପ୍ରସ୍ତୁତି, ଏସ ଥ୍ରୀ ମୁଭିଜ ପ୍ରଯୋଜିତ ଏବଂ ରିସା ଫିଲ୍ମସ ସହଯୋଗୀତା ରେ ନିର୍ମିତ ହୋଇଥିବା ଓଡ଼ିଆ ଚଳଚ୍ଚିତ୍ର “ନିୟତି” ଆସନ୍ତା ୨୧ ଜୁଲାଇ ଶୁକ୍ରବାର ଦିନ ସାରା ଓଡିଶାରେ ମୁକ୍ତିଲାଭ କରିବାକୁ ଯାଉଥିବା ବେଳେ ଭୁବନେଶ୍ୱର ପ୍ରେସ କ୍ଲବ ଠାରେ ଚଳଚ୍ଚିତ୍ରର ଟ୍ରେଲର ରିଲିଜ ଏବଂ ଅଡିଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବ ରେ ପ୍ରଯୋଜକ ତଥା ଅଭିନେତା ସମରେଶ ରାଉତରାୟ, ନିର୍ଦ୍ଦେଶକ ପିନାକୀ ଶ୍ରୀଚନ୍ଦନ, ଅଭିନେତା ସାନୁ, ଅଭିନେତ୍ରୀ ଦିବ୍ୟା, ପୁପୁଲ ଭୂୟାଁ, କେକେ, ସଙ୍ଗୀତ ନିର୍ଦ୍ଦେଶକ ଅନୁରାଗ ପଟ୍ଟନାୟକ ଏବଂ ମୋ କଲେଜ ଅଧ୍ୟକ୍ଷ ତଥା ଅଭିନେତା ଆକାଶ ଦାସ ନାୟକ ପ୍ରମୁଖ ଉପସ୍ଥିତ ଥିଲେ l 

ଓଡ଼ିଆ ଚଳଚ୍ଚିତ୍ର “ନିୟତି” ର ପ୍ରଯୋଜନା ପ୍ରେମଲତା ରାଉତରାୟ, ସମରେଶ ରାଉତରାୟ ଏବଂ ସୁଧାଂଶୁ ନାରାୟଣ କରିଥିବା ବେଳେ ଏକାଧାର ରେ କାହାଣୀ, ଚିତ୍ରନାଟ୍ୟ, ସଂଳାପ ସହିତ ନିର୍ଦ୍ଦେଶନା ଦାୟିତ୍ୱ ପିନାକୀ ଶ୍ରୀଚନ୍ଦନ ନେଇଛନ୍ତି l ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅନୁରାଗ ପଟ୍ଟନାୟକ, ଚିତ୍ରତ୍ତୋଳନ – ଅକ୍ଷୟ କୁମାର ନାୟକ, ସମ୍ପାଦନା – କେଡ଼ି ସିପୁନ, ଡି.ଆଇ – ଅଧିକାରୀ ସାହୁ ଏବଂ ପ୍ରଡ଼କସନ୍ ଡିଜାଇନ୍ ରେ ଜେନା ବ୍ରଦର୍ସ ରହିଛନ୍ତି l ଚଳଚ୍ଚିତ୍ର “ନିୟତି” ର ମୁଖ୍ୟ ଭୂମିକା ରେ ଅଭିନେତା ସାନୁ, ଅଭିନେତ୍ରୀ ଦିବ୍ୟା ମହାନ୍ତି ଏବଂ ଆଗଧାଡିର ଅଭିନେତା ସମରେଶ ରାଉତରାୟ ଅଛନ୍ତି l ଅନ୍ୟ ସହଯୋଗୀ କଳାକାର ଭାବେ କେକେ, କାହ୍ନା, ପୁପୁଲ ଭୂୟାଁ, ଶୁଭ୍ରାଂଶୁ, ବିଷାନ, ଉଦିତ ଗୁରୁ, ଅଙ୍କିତ ପଟ୍ଟନାୟକ ଏବଂ ଅଭିଜିତ ପାତ୍ର ଅଭିନୟ କରିଛନ୍ତି l ଅନୁରାଗ ପଟ୍ଟନାୟକ ଙ୍କ ବଳିଷ୍ଠ ସଙ୍ଗୀତ ନିର୍ଦ୍ଦେଶନା ରେ ବଲିଉଡ ତଥା ଓଲିଉଡ଼ ର ନାମୀ କଣ୍ଠଶିଳ୍ପୀ ଋତୁରାଜ ମହାନ୍ତି, ବିରାଜ, ସବିଶେଷ, ଅନ୍ତରା ଚକ୍ରବର୍ତ୍ତୀ, ଗୀତ୍ , ସ୍ମୃତି, ସଂଜୀବ, ଅନୁରାଗ, କ୍ରୀଷ୍ଣା ମିସ୍ତ୍ରୀ (ଉତ୍ସାଜ) ପ୍ରମୁଖ କଣ୍ଠଦାନ କରିଛନ୍ତି l 

ଓଡ଼ିଆ ଚଳଚ୍ଚିତ୍ର ଜଗତର ପୁନଃରୁଦ୍ଧାର ହୋଇଥିବା ବେଳେ ଚଳଚ୍ଚିତ୍ର ନିୟତି ର କାହାଣୀ ଓଡ଼ିଆ ଦର୍ଶକ ଙ୍କୁ ଏକ ଭିନ୍ନ ସ୍ୱାଦ ଦେବ l ଚଳଚ୍ଚିତ୍ର ର ଶୀର୍ଷକ ରୁ ଜଣା ପଡୁଛି ଏହା ନିଶ୍ଚିତ ଭାବେ ଏକ ମୌଳିକ କାହାଣୀ କୁ ନେଇ ନିର୍ମାଣ ହୋଇଛି l ଚଳଚ୍ଚିତ୍ର “ନିୟତି” କୁ ଓଡିଆ ଦର୍ଶକ ନିଶ୍ଚିତ ଭାବେ ଭଲ ପାଇବା ଦେବେ ବୋଲି ପ୍ରଯୋଜନା ସଂସ୍ଥା ତରଫରୁ ମତ ପ୍ରକାଶ କରିଛନ୍ତି l

ଅମୃତ ନନ୍ଦ ଙ୍କ ରିପୋର୍ଟ୍ 

Related posts

ନୂଆ ଓଡ଼ିଆ ଚଳଚ୍ଚିତ୍ର ଜୟ ହିନ୍ଦ୍ ର ଫାଷ୍ଟ ଲୁକ୍ ଉନ୍ମୋଚନ

masiha

ଦର୍ଶକଙ୍କ ମନ ମୋହିଲା ନାଟକ : ବାଣ ହରଣ

Sunil Chandra Nayak

ଓଡ଼ିଆ ସିନେମା ଜଗତରେ ନୂଆ ଅଧ୍ୟାୟ: ମୁକ୍ତିଲାଭ କଲା ଓଡ଼ିଶାର ପ୍ରଥମ AI କ୍ଷୁଦ୍ର ଚଳଚ୍ଚିତ୍ର “ନିଃସର୍ତ୍ତ”

Sunil Chandra Nayak

Leave a Comment

error: Content is protected !!