ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଜନ୍ତାରିବୋଲ, କାମାକ୍ଷାନଗରରେ ସ୍ୱାଗତଉତ୍ସବ ମହାସମାରୋହରେ ପାଳିତ 

କାମାକ୍ଷାନଗର (ମନିସ )6/7/23 // ଜନ୍ତାରିବୋଲ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ କାମାକ୍ଷାନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ବିକାଶ କୁମାର ମହାନ୍ତି, ମୁଖ୍ୟବକ୍ତା ଭାବେ କାମାକ୍ଷାନଗର ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ମଙ୍ଗୁଳି ନାଏକ, ସମ୍ମାନିତଅତିଥି ଭାବେ କାମାକ୍ଷାନଗର ଗୋଷ୍ଠୀ ଶିକ୍ଷାଅଧିକାରୀ ଶ୍ରୀଯୁକ୍ତ ସରୋଜ କୁମାର ସାହୁ, ବ୍ଲକ ଚେୟାରମ୍ୟାନ ଶ୍ରୀଯୁକ୍ତ ପ୍ରେମାନନ୍ଦ ସାହୁ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ମହାନ୍ତି ସଭାରେ ସଭାପତିତ୍ୱ କରିଥିଲେ । ଦଶମ ଓ ଦ୍ୱାଦଶ ଶ୍ରେଣୀର ବାର୍ଷିକପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଶ୍ରେଷ୍ଠ ଛାତ୍ରଛାତ୍ରୀ ଏବଂ ଦଶମଶ୍ରେଣୀ ବାର୍ଷିକପରୀକ୍ଷାରେ ଓଡ଼ିଆବିଷୟରେ ଶତ ପ୍ରତିଶତ ନମ୍ବର ରଖିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ତତସହିତ ଦଶମ ଓ ଦ୍ୱାଦଶ ଶ୍ରେଣୀର ସର୍ବୋତ୍କୃଷ୍ଟ ବିଷୟ ହାରଥିବା ବିଷୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଏହାପରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ବିଦ୍ୟାଳୟର ଶିକ୍ଷୟିତ୍ରୀ ଜୁଲି ଅଞ୍ଜଳି ବାଖଲା ଓ ଶିକ୍ଷକ ସୁଶାନ୍ତ ସାହୁ ମଞ୍ଚ ପରିଚାଳନା କରିଥିବାବେଳେ ଶିକ୍ଷୟିତ୍ରୀ ମାନସୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା କର୍ମଚାରୀମାନେ ସହଯୋଗ କରିଥିଲେ ।

କାମାକ୍ଷାନଗରରୁ ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ଜୁହାର ପରିବାର ୟୁକେ ତରଫରୁ ଗରିବ ରୋଗୀ ମାନଙ୍କୁ ଆର୍ଥିକ ସହାୟତା

Sunil Chandra Nayak

ମୁଣ୍ଡରା ଗୁଡା ଠାରେ ବନମହୋତ୍ସବ ଅନୁଷ୍ଠିତ 

masiha

ବାଣପୁର ସାନ ହନ୍ତୁଆଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜୀବନ କୌଶଳ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!