ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡାରେ ଦିତୀୟ ଜିଲ୍ଳାସ୍ତରୀୟ ଲୋକଅଦାଲତ ଅନୁଷ୍ଠିତ

ରାୟଗଡ:-ତା 8/07-ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ତତ୍ତ୍ବାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ଜିଲ୍ଳାସ୍ତରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଛି l ଏହି ଲୋକ ଅଦାଲତରେ ରାୟଗଡା ମୂଖ୍ୟ କୋର୍ଟ ସମେତ ଗୁଣୁପୁର, ବିଷମକଟକ, କାଶିପୁର ରେ ଦୀର୍ଘ ଦିନ ଧରି ପଡିରହିଥିବା ୪୫୬ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ଟ.୩୬୨୬୦୨୫ (ଛତିସ ଲକ୍ଷ ଛବିଶ ହଜାର ପଚିସ ଟଙ୍କା) ଆଦାୟ ହୋଇଛି l ସେହିପରି ରାଜସ୍ବ ସମ୍ବନ୍ଧିତ ୪୩୪ ଟି ମାମଲା ଫଇସଲା ହୋଇଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ପରିଚାଳନା କରିଥିଲେ I ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ଅମୃତ ରଞ୍ଜନ ନନ୍ଦ, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ରୀନା ଚୌଧୁରୀ, ମୁଖ୍ୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ମିନାକ୍ଷୀ ପ୍ରିୟଦର୍ଶିନି, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସୋନଲ ଶର୍ମା, ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ସୌମ୍ୟରୂପ ସାହୁ, ଅନୁବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ଗ୍ରାମ୍ୟ ନ୍ୟାୟାଧିକାରୀ ଶ୍ରୀ ଚନ୍ଦନ ଦେହୁରୀ ପ୍ରମୁଖ ଯୋଗଦେଇଥିଲେ l ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତ ର କର୍ମଚାରୀ ମାନେ ଏଥିରେ ସହଯୋଗ କରିଥିଲେ l

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଖଇରା ପ୍ରାଣୀ ଚିକିତ୍ସାଳୟରେ ଭ୍ରାମ୍ୟମାଣ ମୋବାଇଲ ଗାଡ଼ି ବନ୍ଦ

masiha

ସବୁଠୁ ଓଜନିଆ’ ଉପଗ୍ରହ CMS-03ର ସଫଳ ଉତକ୍ଷେପଣ କଲା ISRO

Sunil Chandra Nayak

ଅଲ୍ ଓଡ଼ିଶା ସିଡ୍ୟୁଲଡ଼୍ କାଷ୍ଟ ଫେଡେରେସନ (ଏଓଏସସିଏଫ୍ ) ଦ୍ୱାରା ସମ୍ବିଧାନ ଦିବସ ପାଳିତ 

masiha

Leave a Comment

error: Content is protected !!