ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭେଜିପଦର ଉ. ପ୍ରା. ବିଦ୍ୟାଳୟ ଠାରେ ପୋଷାକ ବଣ୍ଟନ ଉତ୍ସବ ଅନୁଷ୍ଠିତ

ଭବାନୀପାଟଣା -06/07-(ରୁପ୍ରା ପ୍ରତିନିଧି ପ୍ରଦୀପ କୁ. ସେନାପତିଙ୍କ ରିପୋର୍ଟ )କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଭେଜିପଦର ଉ. ପ୍ରା. ବିଦ୍ୟାଳୟ ଠାରେ ପୋଷାକ ବଣ୍ଟନ ଉତ୍ସବ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ହିମାଞ୍ଚଳ ପାଣ୍ଡେ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ହୃଷିକେଶ ନାଏକ, ସମ୍ମାନିତ ଅତିଥି ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୂର୍ଯ୍ୟ ନାରାୟଣ ମହାନ୍ତି ଯୋଗ ଦେଇଥିଲେ l ବିଦ୍ୟାଳୟ ର ପ୍ରଧାନଶିକ୍ଷକ ପ୍ରଶାନ୍ତ କୁମାର ଖମାରୀ ସରକାର ଙ୍କ ମାଗଣା ପୋଷାକ ବିତରଣ ଯୋଜନା ସମ୍ପର୍କ ରେ ଆଲୋଚନା କରିଥିଲେ l ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଛାତ୍ରଛାତ୍ରୀଙ୍କୁ ପରିଷ୍କାର ପରିଚ୍ଛନ୍ନତା, ସମୟାନୁବର୍ତ୍ତିତା, ଶୃଙ୍ଖଳିତ ହୋଇ ଭଲ ପଢିବାକୁ ପ୍ରେରଣା ଦେଇଥିଲେ l କାର୍ଯ୍ୟକ୍ରମଟିକୁ ଶିକ୍ଷୟିତ୍ରୀ ସ୍ଵାଗତିକା ନେଗୀ ସଂଯୋଜନା କରିଥିଲେ ଏବଂ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷୟିତ୍ରୀ ମିନତୀ ସାହୁ ସହଯୋଗ କରିଥିଲେ l ଶେଷରେ ଶିକ୍ଷକ ଚିନ୍ମୟ ମହାନ୍ତି ଧନ୍ୟବାଦ ଦେଇଥିଲେ।

ପ୍ରଦୀପ ସେନାପତି ଙ୍କ ରିପୋର୍ଟ 

Related posts

ରୋଟାରୀ କ୍ଲବ୍ ଜିଲ୍ଲା ୩୨୬୧ ର ଟିମ୍ ଓଜସ୍ବୀ ଉଦଘାଟିତ

Sunil Chandra Nayak

ଭାଲୁଲତା ଠାରେ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର

Sunil Chandra Nayak

ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକତା ଦୌଡ଼ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!