ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳ,ରାୟଗଡ଼ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ , ଗୁଡ଼ାରି ବ୍ଲକ କଦମା ପଞ୍ଚାୟତ ସଦର ମହକୁମାରେ ଅଭିଯୋଗ ଶୁଣାଣି 

 ରାୟଗଡ/ଗୁଣପୁର : 24-07-2023 ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଡ଼ାରି ବ୍ଲକ କଦମା ଗ୍ରାମ ପଞ୍ଚାୟତ ସଦର ମହକୁମା ସ୍ଥିତ ପଞ୍ଚାୟତ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିଷ୍ଣୁ ପ୍ରସାଦ ପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ , ଧର୍ମାନନ୍ଦ ବେହେରା, ଗୁଣପୁର ଉପ ଜିଲ୍ଲାପାଳ ଲଳିତ କୁମାର କହଁର, ଗୁଣପୁର ଆଦିବାସୀ ଉନ୍ନୟନ ସସ୍ଥା, ପ୍ରକଳ୍ପ ପ୍ରଶାସକ ଶାନ୍ତିପ୍ରଭା ପ୍ରଧାନ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l

         ଆଜି ମୋଟ 64ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ46ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ 18ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜିଲ୍ଲାପାଳ 60 ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରିଥିଲେ । ଜଣେ ଦିବ୍ୟାଙ୍ଗଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ତିନି ଜଣଙ୍କୁ 10ହଜାର ଲେଖାଏ 30ହଜାର ଟଙ୍କା ଓ ଜଣଂକୁ ରେଡ଼କ୍ରସରୁ 7ହଜାର ଟଙ୍କା ଆର୍ଥିକ ସହାୟତା ଜିଲ୍ଲାପାଳ ପ୍ରଦାନ କରିଥିଲେ ।  

ଏହି ଅଭିଯୋଗ ଶୁଣାଣି ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ଗୁଡ଼ାରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ଅନିଶା ଦାସ, ତହସିଲଦାର ଭାରତୀ ଦେବୀ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ଏଲ ସନ୍ତୋଷ, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ, ନିର୍ବାହୀ ଯନ୍ତ୍ରୀ ଉଠା ଜଳସେଚନ, ଗୁଡ଼ାରି ଥାନା ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଆଜିର ଅଭିଯୋଗ ଗୁଡିକରେ ବିଶେଷ କରି ରାସ୍ତା, ପାନୀୟ ଜଳ, ବିଦ୍ୟୁତିକରଣ, ଘର ବାରି ପଟ୍ଟା ପ୍ରଦାନ, କଲ୍ୟାଣ ମଣ୍ଡପ ନିର୍ମାଣ ଆଦି ନିମନ୍ତେ ଦରଖାସ୍ତ ଆସିଥିବା ଜଣା ପଡ଼ିଥିଲା । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ କଦମା ପଞ୍ଚାୟତ ନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ, ଯୋଗାଣ ସହାୟକ ପ୍ରମୁଖ ପରିଚାଳନା କରିଥିଲେ ।

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ମାଁ ତାରିଣୀ ଅଷ୍ଟଚଣ୍ଡୀ ଶୈବଶକ୍ତି ପୀଠରେ ଉନ୍ନତି କରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

masiha

ଶହୀଦ ନୁଦୁରାମ ସୋରେନ ମେମୋରିଆଲ ଟ୍ରଷ୍ଟ ଏବଂ ଅଲ୍ ଇତୁନ୍ ଆଶ୍ରା ର ଛାତ୍ରଛାତ୍ରୀଙ୍କ ପଣ୍ଡିତ ରଘୁନାଥ ମୁର୍ମୁ ଙ୍କ ଜନ୍ମସ୍ଥଳୀ ଓ ସମାଧିସ୍ଥଳ ପରିଦର୍ଶନ

Sunil Chandra Nayak

ଟାଙ୍ଗିଆ ଚୋଟରେ ଡ୍ରାଇଭର ଗୁରୁତର ଘଟଣା, ଅଭିଯୁକ୍ତ ଙ୍କୁ ଧରିବାକୁ ପରିବାର ଓ ଡ୍ରାଭର ସଂଘ ପକ୍ଷରୁ କେଗାଁ ଥାନା ଘେରାଓ

Leave a Comment

error: Content is protected !!