ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡ଼ା ଜିଲ୍ଲାରେ ବ୍ଲକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ରାୟଗଡ଼ା -ତା: ୫.୮.୨୦୨୩ //  ରାୟଗଡ଼ା ଜିଲ୍ଲାର ଏଗାର ଗୋଟି ବ୍ଲକରେ ଶନିବାର ଦିନ ଗୋଷ୍ଠୀ ଶିକ୍ଷାଧିକାରୀ ଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ, ଓଡ଼ିଶା ଙ୍କ ଉଦ୍ଦେଶ୍ୟରେ ବ୍ଲକ ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ତରଫରୁ ତିନି ଦଫା ଦାବୀ ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଅଛି । ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡରେଶନ ରାଜ୍ୟ ସଂଘର ଆହ୍ବାନ କ୍ରମେ ସମସ୍ତ ବର୍ଗ ଓ ସଙ୍ଗଠନ ମିଳିତ ଭାବରେ ଦାବୀ ଗୁଡ଼ିକ ପୂରଣ ନିମନ୍ତେ ଦାବିପତ୍ର ଦେଇଛନ୍ତି । ଗତ ନଭେମ୍ବର ମାସ ୨୨ ତାରିଖ ରାଜ୍ୟରେ ଏକଲକ୍ଷରୁ ଉର୍ଦ୍ଧ ଶିକ୍ଷକ ଆନ୍ଦୋଳନ କରିଥିଲେ ।ତତ୍କାଳୀନ ମୁଖ୍ୟ ଶାସନ ସଚିବ ତାଙ୍କ ପତ୍ର ସଂଖ୍ୟା ୧୦୯ ତା ୩୦.୧୧.୨୦୨୨ ଅନୁଯାୟୀ ଆଲୋଚନା ପରେ ଦାବୀ ପୂରଣ ନିମନ୍ତେ ପ୍ରତିଶ୍ରୁତି ଦେଇଥିଲେ । ଅଦ୍ୟାବଧି ଉକ୍ତ ଦାବୀ ଗୁଡ଼ିକ ପୂରଣ ହୋଇନଥିବାରୁ ବିହୀତ ପଦକ୍ଷେପ ନିମନ୍ତେ ନିବେଦନ କରିଛନ୍ତି । ନଚେତ୍ ଆସନ୍ତା ଅଗଷ୍ଟ ମାସ ୧୬ତାରିକ୍ରୁ ଓଡ଼ିଶାର ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ ସମୂହ ଛୁଟିରେ ରହି କାର୍ଯ୍ୟବନ୍ଦ ଆନ୍ଦୋଳନ ସାମିଲ ହେବା ନିମନ୍ତେ ବାଧ୍ୟ ହେବେ ବୋଲି ପ୍ରକାଶ କରିଛନ୍ତି ।

ଦାବିଗୁଡିକ ମଧ୍ୟରେ ଠିକା ନିଯୁକ୍ତି ଉଚ୍ଛେଦ, କନିଷ୍ଠ ଶିକ୍ଷକଙ୍କୁ ନିୟମିତ କରିବା, ଶିକ୍ଷାକର୍ମି ଓ ଶିକ୍ଷା ସହାୟକଙ୍କ ଠିକା କାର୍ଯ୍ୟକାଳ କୁ ନୋସନାଲ ଇଂକ୍ରିମେଣ୍ଟ ପ୍ରଦାନ, ଏକସ କେଡରଙ୍କୁ କେଡରଭୂକ୍ତ କରିବା, କଳା ଓ କ୍ରୀଡ଼ା ଶିକ୍ଷକଙ୍କୁ ନିୟମିତ କରିବା, ସମସ୍ତ ପ୍ରାଥମିକ ଶିକ୍ଷକଙ୍କୁ କେନ୍ଦ୍ରୀୟ ହାର ମୂଳ ବେତନ ଲେବୁଲ ନଅ ରେ ୪୨୦୦ ଗ୍ରେଡ ପେ ଅନୁଯାୟୀ ପ୍ରଦାନ ତଥା ନୂତନ ପେନସନ ପ୍ରଥା ଉଚ୍ଛେଦ କରି ପୁରୁଣା ପେନସନ ପ୍ରଚଳନ ଅନ୍ୟତମ ଅଟେ ।

ଆଗାମୀ ଅଗଷ୍ଟ ମାସ ଏଗାର ତାରିଖରେ ଜିଲ୍ଲା ଶିକ୍ଷାଧିକାରୀ ଓ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଥିବା ଜିଲ୍ଲା ସମ୍ପାଦକ ନୀଳାଚଳ ମିଶ୍ର ପ୍ରକାଶ କରିଛନ୍ତି ।

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ମଣ୍ଡେଇ ଉତ୍ସବ ଅନୁଷ୍ଠିତ

Sunil Chandra Nayak

ମିନାକ୍ଷୀ ଧର ଙ୍କ ଦ୍ଵିତୀୟ ପୂଣ୍ୟ ତିଥି ଶ୍ରାଦ୍ଧ ଉତ୍ସବ ପାଳିତ

ବାଣପୁର ଐତିହାସିକ ପଲଟଣ ପଡ଼ିଆରେ ଅନୁଷ୍ଠିତ ହେଲା ବିଶାଳ ସାଇ ଭଜନ ସନ୍ଧ୍ୟା

Sunil Chandra Nayak

Leave a Comment

error: Content is protected !!