ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡା ଅତିରିକ୍ତ ଜିଲ୍ଳାପାଳ ଭାବେ ରାମେଶ୍ୱର ପ୍ରଧାନଙ୍କ ଯୋଗଦାନ

ରାୟଗଡା/୭/୮/୨୩ : ରାୟଗଡା ଜିଲ୍ଳା ଅତିରିକ୍ତ ଜିଲ୍ଳାପାଳ ଭାବେ ରାମେଶ୍ୱର ପ୍ରଧାନ ଓଏଏସ (ବରିଷ୍ଠ) ଆଜି କାର୍ଯ୍ୟରେ ଯୋଗଦାନ କରି ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଆଜି ନିଜ ନିଯୁକ୍ତି ପତ୍ର ରାୟଗଡା ଜିଲ୍ଳାପାଳଙ୍କୁ ପ୍ରଦାନ କରି ନିଜ ଦାୟିତ୍ୱ ଗ୍ରହଣ କରିଥିଲେ । ନୂତନ ଅତିରିକ୍ତ ଜିଲ୍ଳାପାଳ ଶ୍ରୀ ପ୍ରଧାନଙ୍କୁ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ତଥା କର୍ମଚାରୀମାନେ ସ୍ୱାଗତ କରିଥିଲେ । ଶ୍ରୀ ପ୍ରଧାନ ଏଥି ପୂର୍ବରୁ ପଡୋଶୀ କୋରାପୁଟ ଜିଲ୍ଳାର ଅତିରିକ୍ତ ଜିଲ୍ଳାପାଳ ଭାବେ ପାଖାପାଖି ୨ବର୍ଷ ଧରି ନିଜ ଦାୟିତ୍ୱ ସୂଚାରୁ ରୂପେ ତୁଲାଇ ଆସୁଥିଲେ । ସେ ମାଲକାନଗିରି ଜିଲ୍ଳାରେ ଉପଜିଲ୍ଳାପାଳ ଭାବେ ଦୀର୍ଘ ୩ବର୍ଷରୁ ଉର୍ଦ୍ଧ ସମୟ ଧରି ଦାୟିତ୍ୱ ତୁଲାଇ ଥିଲେ । ବର୍ତମାନ ରାୟଗଡା ଜିଲ୍ଳା ଅତିରିକ୍ତ ଜିଲ୍ଳାପାଳ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଜିଲ୍ଳାର ବିକାଶରେ ପ୍ରଶାସନିକ କ୍ଷେତ୍ରରେ ଆବଶ୍ୟକ ସମସ୍ତ ଦାୟିତ୍ୱକୁ ସୂଚାରୁ ରୂପେ ତୁଲାଇବେ ବୋଲି ଶ୍ରୀ ପ୍ରଧାନ ପ୍ରକାଶ କରିଛନ୍ତି । ପ୍ରକାଶ ଥାଉ କି,ତତ୍କାଳୀନ ଅତିରିକ୍ତ ଜିଲ୍ଳାପାଳ ସୋମନାଥ ପ୍ରଧାନଙ୍କୁ କୋରାପୁଟ ଅତିରିକ୍ତ ଜିଲ୍ଳାପାଳ ଭାବେ ବଦଳି ହେବା ପରେ କୋରାପୁଟ ଜିଲ୍ଳା ଅତିରିକ୍ତ ଜିଲ୍ଳାପାଳ ଶ୍ରୀ ପ୍ରଧାନଙ୍କୁ ରାୟଗଡା ଜିଲ୍ଳା ଅତିରିକ୍ତ ଜିଲ୍ଳାପାଳ ଭାବେ ବଦଳି ହୋଇଥିଲା ।

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ବ୍ଲକ୍ ସ୍ତରୀୟ ସାଧନ ସଭ୍ୟଙ୍କ ପ୍ରଶିକ୍ଷଣ ଶିବିର 

masiha

ପ୍ରଧାନମନ୍ତ୍ରୀ ଆବାସ ସମ୍ଭାବ୍ଯ ତାଲିକା ପ୍ରକାଶ ଘଟଣାକୁ ନେଇ ଅସନ୍ତୋଷ ପ୍ରକାଶ

Sunil Chandra Nayak

ଜିଲ୍ଲାସ୍ତରୀୟ ସଞ୍ଚୟ ପକ୍ଷ ଉଦଯାପିତ

masiha

Leave a Comment

error: Content is protected !!