ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ତାରାପୁରରେ ବିଜେଡିର ମିଶ୍ରଣ ପର୍ବ, ଦଳରେ ସାମିଲ ହେଲେ ୨ କଂଗ୍ରେସ, ୧ ବିଜେପି ନେତା

ଲାଞ୍ଜିଗଡ଼,୧୨/୦୮(ମନିସ)-ରାଜ୍ୟର ବିଜେଡି ସରକାର ଓ ନବୀନ ପଟ୍ଟନାୟକଙ୍କ ନେତୃତ୍ବ ଉପରେ ଆସ୍ଥା ପ୍ରକଟ କରି ଜଣେ ମହିଳା ନେତ୍ରୀଙ୍କ ସମେତ ୩ଜଣ କଂଗ୍ରେସ ନେତା ଆଜି ବିଜେଡିରେ ସାମିଲ ହୋଇଛନ୍ତି ! ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ବାସଭବନରେ ଆଜି ଏଇ ନେତାମାନେ ଦଳରେ ସାମିଲ ହୋଇଥିବା ସୂଚନା ମିଳିଛି ! ଲାଞ୍ଜିଗଡ଼ ବ୍ଲକ ବନ୍ଧପାରି ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ଜଣେ ସଫଳ ନାରୀନେତ୍ରୀ, ସମାଜସେବୀ ଫୁଲମେ ମାଝୀ ଆଜି କଂଗ୍ରେସ ଦଳ ଛାଡ଼ି ବିଜେଡିରେ ଯୋଗଦେଇଥିବାବେଳେ କୁମଖାଲ ପଞ୍ଚାୟତର ପୂର୍ବତନ ସରପଞ୍ଚ ମୁଲୁ ମାଝୀ ଓ ବିଜେପିର ପ୍ରଫୁଲ୍ଲ ଦଳପତି ପ୍ରମୁଖ ଆଜି ବିଜେଡିରେ ଯୋଗଦେଇଥିବା ଜଣାପଡ଼ିଛି ! ବିଧାୟକ ଶ୍ରୀ ଦିଶାରୀଙ୍କ ତାରାପୁରସ୍ଥିତ ବାସଭବନରେ ଅନୁଷ୍ଠିତ ଏକ ଔପଚାରିକ ମିଶ୍ରଣ ପର୍ବରେ ବିଧାୟକ ଶ୍ରୀ ଦିଶାରୀଙ୍କ ସହିତ ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଡ଼େଇ, ଲାଞ୍ଜିଗଡ଼ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ବିଜେଡି ଜିଲ୍ଲା ସଂପାଦକ ଜଗଦୀଶ ବେନିଆଁ, ବିଜେଡି ଜୋନ ସଭାପତି ଚନ୍ଦ୍ରଶେଖର ମହାପାତ୍ର, ଯୁବନେତା ହିମାଦ୍ରୀ ପେସନିଆ, ତରୁଣ କୁମାର ଦାସ, ମନୋରଞ୍ଜନ ବିଶି, ବ୍ଲକ ଯୁବ ବିଜେଡି ସଭାପତି ଡିଲେଶ କୁମାର ନାଗ, ବନମାଳୀ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ !

ଲାଞ୍ଜିଗଡ଼ ରୁ ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ 

Related posts

ନାରୀ ଶକ୍ତି ବନ୍ଦନ ଆଇନ କୁ ବିରୋଧ କରିଥିବା ଇଣ୍ଡି ମେଣ୍ଟ ବିରୋଧ ରେ ଜନ ଆକ୍ରୋଶ ମହିଳା ସମାବେଶ

Sunil Chandra Nayak

ରାଇରଙ୍ଗପୁରରେ ପୁରୀ ଶ୍ରୀଜଗନ୍ନାଥଙ୍କ ଚାରି ଦ୍ବାର ସହ ରତ୍ନ ଭଣ୍ଡାର ଖୋଲିବା ପାଇଁ କଂଗ୍ରେସର ସଂକୀର୍ତ୍ତନ ସତ୍ୟାଗ୍ରହ

masiha

ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ୧୭ତମ ଦୁଇଦିନିଆ ସୁନ୍ଦରଗଡ଼ ଜିଲ୍ଲା ସମ୍ମିଳନୀ ଉଦଘାଟିତ

Sunil Chandra Nayak

Leave a Comment

error: Content is protected !!