ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆରବିଆଇ ସହାୟତାରେ ଜମାକାରୀ ଶିକ୍ଷା ଓ ସଚେତନତା କାର୍ଯ୍ୟକ୍ରମ

ନର୍ଲା (ମନିସ)ଭାରତୀୟ ରିଜର୍ଭ ବ୍ୟାଙ୍କର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱରର ମିଳିତ ସହଯୋଗରେ ନର୍ଲା ବ୍ଲକର ପଞ୍ଚାୟତ ସମିତି ସଭା ଗୃହ ଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଚିରଞ୍ଜିବୀ ଗୌଡିଆ ସମିତି ସଭ୍ୟ ସର୍ଗୀଗୁଡ଼ା ଗ୍ରାମପଞ୍ଚାୟତ, ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଶାଖା ପରିଚାଳକ , ମିଶନଶକ୍ତି ବ୍ଲକ ସଂଯୋଜକ ରୋହିତ ବିଶ୍ଵାଳ, ଅନ୍ତରାମ ମାଝୀ ସରପଞ୍ଚ ସଂଘ ସଭାପତି, ଗୋପାଳ ହାତୀ ସରପଞ୍ଚ ବାଗପୁର ଓ ମହାଶକ୍ତି ଫାଉଣ୍ଡେସନର ପ୍ରତିଷ୍ଠାତା ସଦସ୍ୟ ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଏହି କର୍ମଶାଳାରେ ସ୍ଵଂୟ ସହାୟକ ଗୋଷ୍ଠୀର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନରୁ ପାଇଥିବା ଋଣର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟର ଆୟରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନ ହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତାର ବିଭିନ୍ନ ଦିଗ ବିଷୟରେ ଅଂଶ ଗ୍ରହଣକାରୀ ମାନଙ୍କୁ ବୁଝାଇଥିଲେ । ବିଭିନ୍ନ ଅଜଣା ନମ୍ବରରୁ ଆସୁଥିବା ଫୋନରେ ନିଜର କୌଣସି ଗୋପନୀୟ ତଥ୍ୟ ଯଥା ବ୍ୟାଙ୍କ୍ ଖାତା ନମ୍ବର, ଓ. ଟି. ପି, ଏ.ଟି.ଏମ କାର୍ଡ ନମ୍ବର, ପାସ୍ କୋର୍ଡ, ଆଧାର କାର୍ଡ, ପାନ୍ କାର୍ଡ ଇତ୍ୟାଦି ନମ୍ବର ବିଷୟରେ କୌଣସି ତଥ୍ୟ ନ ଦେବା ବିଷୟରେ ସତର୍କ କରାଯାଇଥିଲା। ପରିବାରର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାରର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚକୁ ଆକଳନ କରି ବର୍ଷ ଆରମ୍ଭରୁ ସେହି ବ୍ୟୟ ପାଇଁ ବ୍ୟାଙ୍କରେ ସଞ୍ଚୟ ରଖିବା ଉପରେ ତାଲିମ୍ ଦାତା ଗୁରୁତ୍ବ ଆରୋପ କରିଥିଲେ ।କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ, ରୋହିତ ବିଶ୍ଵାଳ ଓ ସୁଶ୍ରୀ ମମିତା ପୁଝାରୀ ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ ।ମମିତା ପୁଝାରୀ, ସବିତା ସ୍ୱାଇଁ ଓ ପଞ୍ଚାୟତ ସମିତିର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଏହି କର୍ମଶାଳାରେ ବିଭିନ୍ନ ସ୍ବଂୟ ସହାୟକ ଗୋଷ୍ଠୀ , ଗୋଷ୍ଠି ସହାୟିକା, ଏମବିକେ ମିଳିତ ଉତ୍ତର ଦାୟୀ ଗୋଷ୍ଠୀରୁ ୬୫ ଜଣ ସଦସ୍ୟା , ସଦସ୍ୟ ଅଂଶ ଗ୍ରହଣ କରିଥିଲେ।

ଦୀପକ ଠାକୁର,ପ୍ରଦୀପ କୁମାର ଗଉଡ ନର୍ଲା ମସୀହା ପ୍ରତିନିଧି

Related posts

ଧର୍ମଗଡ଼ ଠାରେ ୩୧ତମ ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟ୍ସ ଏବଂ ଗାଇଡ୍ସ କ୍ୟାମ୍ପୋରି ଉଦଘାଟିତ

Sunil Chandra Nayak

Majhigouri Carpenter Workers Union Organizes Plantation and Helmet Awareness Drive in Rayagada

Sunil Chandra Nayak

ମହାଶକ୍ତି ଫାଉଣ୍ଡେସନ ର ୧୯ ତମ ବାର୍ଷିକ ଉତ୍ସବ ପାଳିତ

masiha

Leave a Comment

error: Content is protected !!