ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିପିଡିପି ପ୍ରସ୍ତୁତି ବୈଠକ

ଡାବୁଗାଁ, ୧୮/୮ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷରେ ବ୍ଲକ ପଞ୍ଚାୟତ ଉନ୍ନୟନ ପ୍ଳାନ ଉପରେ ଏକ ପ୍ରସ୍ତୁତି ବୈଠକ ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅପରାହ୍ନ ୪ ଘ. ସମୟରେ ଅନୁଷ୍ଠିତ ହୋଇଯାଇଛି | ଏଥିରେ ବିଭିନ୍ନ ବିଭାଗରେ ବ୍ଲକ ଓ ପଞ୍ଚାୟତର ଉନ୍ନୟନ ପ୍ଳାନ ଉପରେ ଆଲୋଚନା କରାଯାଇଥିଲା | ଏହି ବୈଠକରେ ଜିଲା ପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋଇ, ରାଜ୍ୟସଭା ସାଂସଦ ପ୍ରତିନିଧି ରମାରାଓ ଚୌଧୁରୀ, ବିଡିଓ ଶରତ ମାଝି, ଏବିଡିଓ ପଦ୍ମନାଭ ତ୍ରିପାଠୀ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ଜଳ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ଶ୍ୟାମସୁନ୍ଦର ବେସ୍ରା, ସହକାରୀ କୃଷି ଅଧିକାରୀ ସୋମେନ୍ଦ୍ର ବିଶ୍ଵାସ, ମୃତ୍ତିକା ସଂରକ୍ଷଣ ରେଞ୍ଜର ଗୌତମ ସେଠୀ, ବରିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ସଙ୍ଗୀତା ସାମଲ, ଅଙ୍ଗନୱାଡି ସୁପରଭାଇଜର କୁନମୁନ ସେନାପତି ଓ ରୋଜାଲିନ ପ୍ରଧାନ, ବନପାଳ ଉମାକାନ୍ତ ପଟ୍ଟନାୟକ, ମିସନଶକ୍ତି ବିପିଏ ନବୀନ ଭତ୍ରା, ଉନ୍ନୟନ କିରାଣୀ ଶେଫାଳୀ ଦେ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଭବ୍ୟ ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ ଉତ୍ସବ ନିମିତ୍ତ ନିମନ୍ତ୍ରଣ

masiha

ଯୋରନ୍ଦାପୀଠର ଉନ୍ନତି ପାଇଁ ଏକାଠି ହେଲେ ଜିଲ୍ଲପାଳ ଓ ସାଧୁ ସମାଜ

ଅଭାବୀ ପରିବାର କୁ ମାଏରା ଚେରିଟେବୁଲ ଟ୍ରଷ୍ଟର ସହାୟତା ପ୍ରଦାନ

Sunil Chandra Nayak

Leave a Comment

error: Content is protected !!