ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ

ଡାବୁଗାଁ, ୨୮/୮ (ମ.ନି.ସ.)- ଶ୍ରାବଣ ମାସର ଶେଷ ସୋମବାର ରେ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ କେଲିଆ ଶୈବ ପୀଠରେ ସକାଳୁ ବୋଲ ବମ ଭକ୍ତଙ୍କ ଭିଡ ଜମିଥିଲା | ଆଜି ଭୋରରୁ ୩ ଘ॰ କେଲିଆ ଶୈବ ପୀଠରେ ଭକ୍ତ ମାନେ ପହଞ୍ଚି ଧାଡି ବାନ୍ଧି ଜଣେ ଜଣେ ବାବା ଝଡେଶ୍ଵର ମହାଦେବଙ୍କ ଉପରେ ଜଳ ଢାଳି ଅଭିଷେକ କରି ପୂଜାର୍ଚ୍ଚନା କରିଥିଲେ | ଶାନ୍ତି ଶୃଙ୍ଖଳାର ସହ କାଉଡିଆ ମାନେ ଶ୍ରୀ ଝଡେଶ୍ଵର ମହାଦେବଙ୍କୁ ଜଳ ଲାଗି କରିବା ସହ ଦର୍ଶନ କରିଥିଲେ | ଏଠାରେ ପ୍ରାୟ ୧୫ ହଜାରରୁ ଊର୍ଦ୍ଧ୍ଵ ଭକ୍ତ ଙ୍କ ସମାଗମ ହୋଇଥିଲା | ଏହା ସହ ଡାବୁଗାଁ, ବିରିସୋଲା , ଜୁନାପାଣି ଶିବ ମନ୍ଦିରରେ ମଧ୍ୟ କାଉଡିଆ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା | ବିଭିନ୍ନ ଶୈବପୀଠ ମାନଙ୍କରେ ଭକ୍ତ ମାନଙ୍କ ସୁରକ୍ଷା ଓ ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ଡାବୁଗାଁ ଥାନା ପକ୍ଷରୁ ପୋଲିସ ମୁତୟନ କରଯାଇଥିଲା |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଐତିହାସିକ ଠାକୁରାଣୀ ଯାତ୍ରାର ଶୁଭାରମ୍ଭ ,ବାଣ ଓ ବିରାଟ ପଟୁଆର ରେ ଦୁଲୁକିଲା ଭଞ୍ଜନଗର ସହର 

Sunil Chandra Nayak

ବାଲିଗୁଡାରେ ଗଣେଷ ପୂଜା ପାଳିତ: ନୂତନ ଛାତ୍ର ଛାତ୍ରୀ ଖଡ଼ି ଛୁଆଁଇଲେ : ଚର୍ଚ୍ଚାରେ ୧୭ଫୁଟିଆ ଗଣେଷ ମୂର୍ତ୍ତି ପୂଜା

masiha

ମେଦନା ରେ ସତ୍ୟ ସନାତନ ମହିମା ଧର୍ମ ର ବାନା ମନ୍ଦିର ପ୍ରତିଷ୍ଠା ଓ ବିଶ୍ଵ ଶାନ୍ତି ବ୍ରହ୍ମ ଯଜ୍ଞ ଅନୁଷ୍ଠିତ 

masiha

Leave a Comment

error: Content is protected !!