ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପରିବେଶର ସୁରକ୍ଷା ଓ ପ୍ଲାଷ୍ଟିକ ବର୍ଜନ ନେଇ ଉତ୍କଳ ମିଡ଼ିଆ ଜର୍ଣ୍ଣାଲିଷ୍ଟ ଆସୋସିଏସନ ତରଫରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ

ରାୟଗଡ଼: ରାୟଗଡା ବ୍ଲକ ଅନ୍ତର୍ଗତ ବାରିଝୋଲା ଗ୍ରାମରେ ଥିବା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ କରାଯିବା ସହ ବୃକ୍ଷ ରୋପଣ ଓ ଏହାର ଆବଶ୍ୟକତା ଉପରେ ସଚେତନତା ସୃଷ୍ଟି କରାଯାଇଥିଲା । ଉତ୍କଳ ମିଡ଼ିଆ ସାମ୍ବାଦିକ ସଙ୍ଘ, ରାୟଗଡା ଜିଲ୍ଲାର ସଭାପତି ଶ୍ରୀ ଦୟାନନ୍ଦ ଖାଡାଙ୍ଗାଙ୍କ ଅଧ୍ୟକ୍ଷତାରେ ମୂଖ୍ୟ ଅତିଥି ଭାବେ ହାଲୁଆ ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀ ତାମାରାଓ ବିଡ଼ିକା, ସମ୍ମାନୀତ ଅତିଥି ଭାବେ ସମାଜସେବୀ ତଥା ବରିଷ୍ଠ ଆଇନଜୀବୀ ଶ୍ରୀ ପ୍ରଦୀପ କୁମାର ଦାଶ ଯୋଗ ଦେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ପରିବେଶର ସୁରକ୍ଷା, ମାନବ ସମାଜରେ ବୃକ୍ଷର କିଭଳି ଆବଶ୍ୟକତା ରହିଛି ସେନେଇ ବିସ୍ତୃତ ଭାବେ ବୁଝାଇଥିଲେ । ଏହି ଅବସରରେ ଉକ୍ତ ବିଦ୍ୟାଳୟର ପ୍ରାୟ ୯୯ ଜଣ ଛାତ୍ରଛାତ୍ରୀ ଉପସ୍ଥିତ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରେ “ପରିବେଶର ସୁରକ୍ଷା ଓ ପ୍ଲାଷ୍ଟିକ ବର୍ଜନ” ବିଷୟ ବସ୍ତୁ ନେ଼ଇ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା । ଏଥିରେ ସପ୍ତମ ଶ୍ରେଣୀ ଛାତ୍ର ବିଷ୍ଣୁ ଗୌଡ଼ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ପଞ୍ଚମ ଶ୍ରେଣୀ ଛାତ୍ରୀ ରାଧିକା ହୁଇକା ଦୂତୀୟ ଓ ଅଷ୍ଟମ ଶ୍ରେଣୀ ଛାତ୍ରୀ ରୋଜି ପ୍ରଧାନ ତୃତୀୟ ସ୍ଥାନ ଅଧିକାର ହାସଲ କରିଥିଲେ । ଉକ୍ତ ପ୍ରତିଯୋଗିତାରେ ବିଜୟ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥି ଓ ସମସ୍ତ ଅଥିତିଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯିବା ସହ ଉକ୍ତ ପ୍ରତିଯୋଗିତାରେ ଭାଗ ନେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ସ୍ଵନ୍ତନା ମୂଳକ ପୁରସ୍କାର ଭାବେ ଖାତା ଓ ପେନ ଅତିଥିଙ୍କଦ୍ୱାରା ବଣ୍ଟା ଯାଇଥିଲା । ଏହି ଅବସରରେ ଉତ୍କଳ ମିଡ଼ିଆ ସାମ୍ବାଦିକ ସଙ୍ଘ, ରାୟଗଡା ଜିଲ୍ଲର ଉପ ସଭାପତି ଶ୍ରୀନିବାସ ବାଲିଆର ସିଂ, ସମ୍ପାଦକ ମନୋଜ କୁମାର ସାହୁ ଏବଂ ଉପଦେଷ୍ଟା ସରୋଜ କୁମାର ସାହୁ, ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଏ. ଅରୁଣା, ଶିକ୍ଷୟିତ୍ରୀ ପଦ୍ମିନୀ ମିଶ୍ର ଓ ଶିକ୍ଷୟିତ୍ରୀ ପ୍ରଜ୍ଞାନୀ ଲେଙ୍କା ପ୍ରମୁଖ ଉପସ୍ଥିତ ଥିଲେ l

ରାୟଗଡା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଆରାଧ୍ୟା କଲ୍ଚରାଲ ଏକାଡେମୀ ପକ୍ଷରୁ ସଂଗୀତ,ନୃତ୍ୟ,ବାଦ୍ୟ ଓ ଚିତ୍ରକଳା ଶିକ୍ଷାଦାନ ଆରମ୍ଭ

masiha

ମହିଚଲା ଠାରେ ଦୁର୍ଘଟଣା ଘଟାଇଥିବା ଯୁବକଙ୍କ ମୃତ୍ୟୁ ଘଟଣାରେ ସମ୍ପୃକ୍ତି ନେଇ ପୂର୍ବ ସରପଞ୍ଚ ଅଜୟ ବେହେରାଙ୍କ ସାମ୍ବାଦିକ ସମ୍ମିଳନୀ ରେ ଖଣ୍ଡନ

masiha

ମହୁମାଛି ଆକ୍ରମଣ ରେ ଦୁଇ ଗୁରୁତର

masiha

Leave a Comment

error: Content is protected !!