ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୋଲାମୁଣ୍ଡାଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଗୋଲାମୁଣ୍ଡାଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୧୧.୦୯.୨୦୨୩ // ଆଜି ଗୋଲାମୁଣ୍ଡା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାରପ୍ରାପ୍ତ ଉପ ଜିଲ୍ଲାପାଳ, ଧର୍ମଗଡ଼ ତଥା ଅତିରିକ୍ତ ଜିଲ୍ଲା ପରିଷଦ ମୂଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ବ୍ଲକ୍ ଅଧ୍ୟକ୍ଷ ଶ୍ରୀ ବିନ୍ଦୁ ମହାନନ୍ଦ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୧୧୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୧ଜଣଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା।

ମସିହା ନିୟୂଜ୍ ସର୍ଭିସ୍ 

Related posts

ମ୍ୟାଲେରିଆ ନିରାକାରଣ ପାଇଁ ତାଲିମ୍ ଶିବିର ଅନୁଷ୍ଠିତ 

ରାଉରକେଲା ସୋସିଆଲ ସୋସାଇଟି ତରଫରୁ ଶିଶୁ ଦିବସ ପାଳନ 

Sunil Chandra Nayak

ଇଫୁନା ଓ ଉଫୁନା ପକ୍ଷରୁ ବିଶ୍ଵ ସ୍ବାସ୍ଥ୍ୟ ଦିବସ -୨୦୨୫ ପାଳିତ

masiha

Leave a Comment

error: Content is protected !!