ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳ,ରାୟଗଡ଼ଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

ଜିଲ୍ଲାପାଳ,ରାୟଗଡ଼ଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

 ରାୟଗଡ/11-09-2023 : ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ରାମେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ, ଶ୍ରୀ ନିହାର ରଞ୍ଜନ କହଁର,ରାୟଗଡ ଉପ ଜିଲ୍ଲାପାଳ ଭୀମସେନ ଶବର, ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଶ୍ରୀ ଦିଲ୍ଲୀପ କୁମାର ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଲାଲ ମୋହନ ରାଉତରାୟ, ଅତିରିକ୍ତ ଆରୋଖିଅଧିକ୍ଷ ବିଷ୍ଣୁ ପ୍ରସାଦ ପାତ୍ର ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l

ଆଜି ମୋଟ ୮୪ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୬୦ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୨୪ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଏହାପରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଧାନ ତହସିଲଦାର କାର୍ଯ୍ୟାଳୟରେ ୪୪ ଜଣ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ସହ ଇନ୍ଦ୍ରାବତୀ ପ୍ରକଳ୍ପ ଦ୍ୱାରା ବିସ୍ଥାପିତ ହୋଇଥିବା ୮ ଜଣକୁ ପଟ୍ଟା ପ୍ରଦାନ କରିଥିଲେ ।       

 ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ବରିହା, ସିଡିଭିଓ ହାଡିବନ୍ଧୁ ଭୋଇ, ଡ଼ିଡ଼ିଏଚ ଦୟାନିଧି ରାଉତ, ଜଳ ବିଭାଜିକା ବିଭାଗ ପ୍ରକଳ୍ପ ନିର୍ଦ୍ଦେଶକ ଡ଼ଃ. ଦୟାନିଧି ବାଗ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ବିଶ୍ୱାଳଙ୍କ ସମେତ କାଶୀପୁର ବିଡ଼ିଓ,ତହସିଲଦାର ଏବଂ ଅନ୍ୟ ବିଭାଗୀୟ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ | ସେହିପରି ଜିଲ୍ଲା ଭାରପ୍ରାପ୍ତ ସାମାଜିକ ସୁରକ୍ଷା ଅଧିକାରୀ,ଶ୍ରୀକାନ୍ତ ପାଣିଗ୍ରାହୀ ଓ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

 

   

Related posts

ଖାଦ୍ୟ ସାମଗ୍ରୀର ଦରଦାମ ନିୟନ୍ତ୍ରଣ ଓ ନିଟ୍ ପ୍ରଶ୍ନ ପତ୍ର ଲିକ୍ ଘଟଣାର ଏସ ଆଇ ଟି ତଦନ୍ତ ଦାବିରେ ପ୍ରଧାନମନ୍ତ୍ରୀଙ୍କୁ ସି ପି ଆଇ ଏମ୍ ର ସ୍ମାରକପତ୍ର ପ୍ରଦାନ

masiha

ଆଉଟ ସର୍ସିଙ୍ଗ କର୍ମଚାରୀ ମାନଙ୍କର ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ

Sunil Chandra Nayak

ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ

masiha

Leave a Comment

error: Content is protected !!