ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀନିବାସ ଉଦ୍‌ଘାଟିତ

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀନିବାସ ଉଦ୍‌ଘାଟିତ

ଲାଞ୍ଜିଗଡ଼,୧୧/୦୯(ମନିସ)-ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଧଅଁରାଭଟାରେ ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧିରେ ଆଜି ଆଉ ଏକ ଫର୍ଦ୍ଦ ଯୋଡି ହୋଇଯାଇଛି । ବିଦ୍ୟାଳୟରେ ଆଜି ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀନିବାସର ଶୁଭାରମ୍ଭ ହୋଇଛି । ଏହି ଛାତ୍ରୀନିବାସ ସ୍ଥାପନ ଦ୍ୱାରା ବ୍ଲକର ଅନେକ ଦୂରଦୁରାନ୍ତରୁ ପାଠ ପଢିବାକୁ ଆସୁଥିବା ଛାତ୍ରୀମାନଙ୍କ ଯାତାୟତ ସମସ୍ୟାର ସମାଧାନ ହୋଇପାରିଛି । ଏହି ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ ଗୋଷ୍ଠୀ ଶିକ୍ଷାଧିକାରୀ ନମିତାରାଣୀ ଭୋଇ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡା. ତତେଶ୍ୱର ନାଏକ, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସୁଢଳଦେବ ମୁଣ୍ଡ ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ବିଘ୍ନେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ପରିଚାଳନା କରିଥିଲେ । ସଭା ଶେଷରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଗୁଦୁରି ସୁଦାମା ଧନ୍ୟବାଦ ଅର୍ପଣ କରିଥିଲେ ।

ଲାଞ୍ଜିଗଡ଼ ରୁ ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ 

Related posts

ଇଫୁନା ଓ ଉଫୁନା ପକ୍ଷରୁ ବିଶ୍ଵ ପରିବେଶ ଦିବସ -୨୦୨୫ ପାଳିତ

masiha

ଇପ୍ସିତା ବିଶ୍ବାଳ ଙ୍କୁ କଳିଙ୍ଗ କନ୍ୟା ସମ୍ମାନ ….

masiha

ନିଷିଗନ୍ଧା ଭାଷା ପ୍ରତିଷ୍ଠାନ ଓ ନିଶିଗନ୍ଧା ପ୍ରକାଶନ ପକ୍ଷରୁ  ବିରାଟ ପୁସ୍ତକ ମେଳା ଆୟୋଜିତ

Sunil Chandra Nayak

Leave a Comment

error: Content is protected !!