ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପ୍ରାଥମିକ ଶିକ୍ଷକଙ୍କ ରଣହୁଙ୍କାର: ଦାବି ନ ମାନିଲେ ଖୋଲିବୁନି ସ୍କୁଲ୍ ,ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲରେ ତାଲା

ପ୍ରାଥମିକ ଶିକ୍ଷକଙ୍କ ରଣହୁଙ୍କାର: ଦାବି ନ ମାନିଲେ ଖୋଲିବୁନି ସ୍କୁଲ୍

ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲରେ ତାଲା

ନର୍ଲା, (ମନିସ): ବାରମ୍ବାର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଛ। ତମ କଥାକୁ ଭରସା କରି ଆମେ କାମ କରିଚାଲିଥିଲୁ, ଆଉ ନୁହେଁ। ଆମ କଥା ନ ଶୁଣିଲା ଯାଏଁ ସ୍କୁଲ ଖୋଲିବୁନି କି ପିଲାଙ୍କୁ ପଢ଼େଇବୁନି। ଖାଲି ଏତିକି ନୁହେଁ, ଆଗକୁ ଆନ୍ଦୋଳନ ଆହୁରି ତୀବ୍ରତର ହେବ। ଏହା କୌଣସି ନାଟକ କି ସିନେମାର ସଂଳାପ ନୁହେଁ, ଏ କଥା ପ୍ରତାରିତ ଶିକ୍ଷକ ସମାଜର। ସାମୂହିକ ଛୁଟି ସହ ଗଣଧାରଣାରେ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ। ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡରେସନର ଆହ୍ୱାନ କ୍ରମେ ନର୍ଲା ବ୍ଲକ ଶିକ୍ଷକ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ଫଳରେ ସାରା ବ୍ଲକରେ ପିଲାଙ୍କ ପାଠପଢ଼ା ବନ୍ଦ ହୋଇଯାଇଥିବା ବେଳେ ସ୍କୁଲମାନଙ୍କରେ ତାଲା ପଡ଼ିଥିବା ଦେଖିବାକୁ ମିଳିଛି। ଏଠାରେ ସୂଚନାଯୋଗ୍ୟ ଯେ, ଗତ ଅଗଷ୍ଟ ୫ ତାରିଖ ଦିନ ସଂଘ ପକ୍ଷରୁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ୩ଦଫା ଦାବି ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ରାଜ୍ୟ ସରକାର ଠିକା ଉଛେଦ କରିଥିବାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ସହିତ ଶିକ୍ଷାକର୍ମୀ ଓ ଶିକ୍ଷା ସହାୟକଙ୍କ ଠିକା କାର୍ଯ୍ୟକାଳକୁ ନୋସନାଲ ଇନକ୍ରିମେଣ୍ଟ ଦେଇ ମୂଳ ଚାକିରିରେ ଗଣନା; ଗଣଶିକ୍ଷକ, କଳା ଓ କ୍ରୀଡ଼ା ଶିକ୍ଷକମାନଙ୍କୁ ନିୟମିତ ଶିକ୍ଷକର ମାନ୍ଯତା; ରାଜ୍ୟରେ କେନ୍ଦ୍ର ସରକାର ନୂତନ ଶିକ୍ଷା ନୀତି ପ୍ରଣୟନ କରି ତଦନୁଯାୟୀ କାର୍ଯ୍ୟ କରୁଥିବାରୁ ତଥା ମୂଳ ପଦବୀ ଯୋଗ୍ୟତାରେ ପରିବର୍ତ୍ତନ ହୋଇଥିବାରୁ ସମସ୍ତ ବର୍ଗର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମୂଳ ବେତନ ଲେବୁଲ-୯ କେନ୍ଦ୍ରୀୟ ହାରରେ ଗ୍ରେଡ୍ ପେ’ ୪୨୦୦ ପ୍ରଦାନ; ନୂତନ ପେନସନ ବ୍ୟବସ୍ଥାକୁ ଉଚ୍ଛେଦ କରି ପୁରୁଣା ପେନସନ ପୁନଃ ପ୍ରଚଳନ କରିବା ନେଇ ଦାବି କରାଯାଇଥିଲା। ତେବେ ରାଜ୍ୟ ସରକାର ବାରମ୍ବାର ଭୁଆଁ ବୁଲାଉ ଥିବାରୁ ସେମାନେ ସମୂହ ଛୁଟିରେ ରହିବା ସହ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ସଂଘର ବ୍ଲକ ସଭାପତି ମୀନକେତନ ସାହୁ ଓ ସଂପାଦକ ଅମିତ କୁମାର ଶର୍ମାଙ୍କ ନେତୃତ୍ୱରେ ସଂଘ କାର୍ଯ୍ୟକର୍ତ୍ତାଙ୍କ ସମେତ ସମସ୍ତ ବର୍ଗର ଶିକ୍ଷକ ଶିକ୍ଷୟିତ୍ରୀ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି। ଯେପର୍ଯ୍ୟନ୍ତ ଶିକ୍ଷକଙ୍କର ତିନି ଦଫା ଦାବି ପୂରଣ ନ ହୋଇଛି, ସେଯାଏଁ କାର୍ଯ୍ୟବନ୍ଦ ଓ ଧାରଣା ଜାରି ରହିବ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି।

ନର୍ଲାରୁ ଦୀପକ ଠାକୁରଙ୍କ ରିପୋର୍ଟ

Related posts

ମିଶନ ଶକ୍ତି ପୁନର୍ଗଠନ ପ୍ରକ୍ରିୟା ବୃଦ୍ଧି ଦାବିରେ ରାଇରଙ୍ଗପୁର ବିଡ଼ିଓଙ୍କୁ ଦାବିପତ୍ର 

masiha

ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କ ଅଭିନଵ ଉଦ୍ୟମ , ଜୟନ୍ତପୁର ଠାରେ ତ୍ରିଲୋଚନ ପାଠାଗାର ଉଦଘାଟିତ

ପୁରୁଷୋତ୍ତମ ସାଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି

masiha

Leave a Comment

error: Content is protected !!