ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗଟାଙ୍ଗି ଆଶ୍ରମ ବିଦ୍ୟାଳୟ ରେ ପିତାମାତା ସହାଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଟାଙ୍ଗି ଆଶ୍ରମ ବିଦ୍ୟାଳୟ ରେ ପିତାମାତା ସହାଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

କନ୍ଧମାଳ23/09/23(ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଗଟାଙ୍ଗି ସ୍ଥିତ ସରକାରୀ ଆଶ୍ରମ ବିଦ୍ୟାଳୟ ଠାରେ ପିତାମାତା ସହାଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ସଭାରେ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କୁମାର କହଁର ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶାଙ୍କ ଶେଖର ପାତ୍ର, ସମ୍ମାନିତ ଅତିଥି ଭାବେ ବନ ଅଧିକାରୀ ଟିକେଶ୍ୱର ବେହେରା ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅନନ୍ତ ଦିଗାଲ ପ୍ରମୁଖ ଯୋଗ ଦେଇଥିଲେ l ପ୍ରଥମେ ଅତିଥି ମାନଙ୍କ ଦ୍ୱାରା ଦୀପ ପ୍ରଜ୍ବଳନ ପରେ ଶିଶୁ ମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରାଯାଇ ଥିଲା l ତତ ପରେ ସହକାରୀ ଶିକ୍ଷକ ତୀର୍ଥବାସୀ ଘଡ଼ାଇ ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ସ୍ୱାଗତ ଭାଷଣ ଦେଇଥିଲେ l ପ୍ରଧାନଶିକ୍ଷକ ଘନଶ୍ୟାମ ପ୍ରଧାନ ବିବରଣୀ ପାଠ କରିଥିଲେ l ସତ୍ୟଜିତ ମହାପାତ୍ର ଓ ହେମନ୍ତ ପାତ୍ର ମଞ୍ଚ ସଂଯୋଜନା କରିଥିଲେ l ଅତିଥି ମାନେ ବିଭିନ୍ନ ବିଭାଗ ର ଯୋଜନା ବିଷୟରେ ଉପସ୍ଥିତ ପ୍ରାୟ ଏକ ଶହ ପଚାଶ ରୁ ଉର୍ଧ୍ଵ ପିତାମାତା ଙ୍କୁ ଅବଗତ କରାଇଥିଲେ l ପୂର୍ବରୁ ଅନୁଷ୍ଠିତ ହୋଇଥିବା ପ୍ରତିଯୋଗିତା ଗୁଡିକର କୃତୀ ପ୍ରତିଯୋଗୀ ଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଶେଷରେ ଅମ୍ବିକା ବିଭାର, ପ୍ରଭାସିନୀ ଦିଗାଲ, ତାରାବତୀ ପ୍ରଧାନ ଓ ସେବତୀ ମଲିକଙ୍କ ସଂଯୋଜନା ରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି ଉତ୍ସବରେ ଗଟାଙ୍ଗୀର ସ୍ୱୟଂ ସହାୟକ ଗୋଷ୍ଠୀ ଓ ଗ୍ରାମ୍ୟ କମିଟି ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ କାର୍ଯ୍ୟକ୍ରମ ଅନୁଷ୍ଠିତy

masiha

ବିଜାତଳା ବ୍ଲକ ସ୍ତରୀୟ ସାମର୍ଥ୍ୟ ପ୍ରଶିକ୍ଷଣ ଶିବିର ଉଦଯାପିତ

masiha

JCI demands DGP to make public the list of nodal officers for redressal of problems of journalists

masiha

Leave a Comment

error: Content is protected !!