ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ

ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ

ଡାବୁଗାଁ, ୩/୧୦ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ଡାବୁଗାଁ ସରକାରୀ ଏକ୍ସ-ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ବିତର୍କ, ପ୍ରବନ୍ଧ, ଚିତ୍ରାଙ୍କନ, କୁଇଜ, ବକୃତା, ସଙ୍ଗୀତ, ସୃଜନ ଲିଖନ, ଶ୍ରୁତଲିଖନ ଓ ହସ୍ତାକ୍ଷର, ମଧ୍ୟାନ୍ନ ଭୋଜନ ଆର୍ଟ ଓ ନୃତ୍ୟ ଭଳି ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା | ଏଥିରେ ୧ମ, ୨ୟ ଓ ୩ୟ ସ୍ଥାନ ଅଧିକାର କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା | ନୃତ୍ୟରେ ବୋରିପଦର ଆଶ୍ରମ ବିଦ୍ୟାଳୟ (୧ମ), ସରକାରୀ ଏକ୍ସ-ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (୨ୟ) ଓ ଜୟନ୍ତୀନଗର ପ୍ରାଥମିକ ବିଦ୍ୟାଳୟ (୩ୟ) ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ସମ୍ମାନୀତ ଅତିଥି ଅବସର ପ୍ରାପ୍ତ ପ୍ରଧାନଶିକ୍ଷକ ରଞ୍ଜିତ କୁମାର ଘରାଇ, ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ବନଲତା ମହାନ୍ତି, ଶିକ୍ଷକ ରତିକାନ୍ତ ନାୟକ, ଦିବାକର ବାରିକ ପ୍ରମୁଖ ମଞ୍ଚାସୀନ ଥିଲେ | ଏଥିରେ ବିଦ୍ୟାଳୟର ଶିକ୍ଷୟତ୍ରୀ ଗିରିଶବାଳା ଜେନା, ପୁଷ୍ପାଞ୍ଜଳି ମଣି, ସସ୍ମିତା ପୁଇଁ, ଅନିତା ବେହେରା, ଚିନ୍ମୟ ପଟ୍ଟନାୟକ ଶିକ୍ଷକ ଯୁଧିଷ୍ଠିର ମାଝି, ହିରେଣ୍ୟ ମାଝି, ଶିବରାମ ବେହେରା ଓ ବିଭିନ୍ନ ବିଦ୍ୟାଳୟର ଶିକ୍ଷୟତ୍ରୀ ଶିକ୍ଷକ ମାନେ ଉପସ୍ଥିତ ଥିଲେ | ଏଥିରେ ୧୪ ଟି ବିଦ୍ୟାଳୟର ଛାତ୍ରୀ ଛାତ୍ର ମାନେ ଭାଗ ନେଇଥିଲେ | ଉକ୍ତ କାର୍ଯ୍ୟକ୍ରମକୁ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରସନ୍ନ କୁମାର ଦଣ୍ଡସେନା ପରିଚାଳନା କରିଥିଲେ |

ଡାବୁଗାଁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଏସବିଆଇ ନୂଆପଡ଼ା ଶାଖା ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ

ହିନ୍ଦୋଳର ପୂର୍ବତନ ଫେରାର ଟ୍ରେଜେରି ଅଫିସର ଗିରଫ

Sunil Chandra Nayak

ନବରଙ୍ଗପୁର ଜିଲା ଶୌଣ୍ଡିକ ସମାଜ ର କାର୍ଯ୍ୟକାରିଣୀ ବୈଠକ 

masiha

Leave a Comment

error: Content is protected !!