ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ମୟୂରଦର ପଞ୍ଚାୟତରେ ବିକାଶର ବାର୍ତ୍ତା ନେଇ ବିଜେଡିର ଜନ ସଂପର୍କ ଯାତ୍ରା

ମୟୂରଦର ପଞ୍ଚାୟତରେ ବିକାଶର ବାର୍ତ୍ତା ନେଇ ବିଜେଡିର ଜନ ସଂପର୍କ ଯାତ୍ରା

  ମୟୂରଭଞ୍ଜ- ୮/୧୦ ( ମସିହା) ଗାନ୍ଧୀ ଜୟନ୍ତୀ ଠାରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ପର୍ଯ୍ୟନ୍ତ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ସାରା ରାଜ୍ୟରେ ବିଜେଡ଼ିର ଜନ ସଂପର୍କ ପଦଯାତ୍ରା ଅନୁଷ୍ଠିତ ହେବା ପାଇଁ ସ୍ଥିର ହୋଇଛି । ତେଣୁ ମୟୂରଭଞ୍ଜ ଜିଲ୍ଲାର ସାରସକଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୁସୁମି ବ୍ଳକର ମୟୂରଦର ପଞ୍ଚାୟତର ଉକାମ ଗ୍ରାମରେ ଆଜି ରବିବାର ଦିନ ବିଜେଡ଼ିର ଜନସଂପର୍କ ପଦଯାତ୍ରାରେ ମୁଖ୍ୟ ଅତିଥିଭାଵେ କୃଷି ଓ ଶିଳ୍ପ ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି,କୁସୁମୀ ବ୍ଳକ ୧୧ ନମ୍ବର ଜିଲ୍ଲା ପରିଷଦ ସଦସ୍ୟ ରାମଚନ୍ଦ୍ର ମୁର୍ମୁ,ରାଜ୍ୟ ବିଜୁ ଛାତ୍ର ଜନତା ସାଧାରଣ ସମ୍ପାଦକ ବିକାଶ ମହାନ୍ତ, ପ୍ରଭାସ ମହାନ୍ତ,ବିଜୟ ନାୟକ,ପ୍ରକାଶ ଯୋଶୀ,ଦୀପକ ମହାନ୍ତ,ସୁନାମ ସୋରେନ,ଭାଗବତ ବାଗେଙ୍କ ସମେତ ଶତାଧିକ ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀ ସଦସ୍ୟ,କୃଷକ,ଛାତ୍ର,ଦିବ୍ଯାଙ୍ଗ, ଯୋଗ ଦେଇ ପଦଯାତ୍ରାରେ ସାମିଲ ହୋଇଥିଲେ। ଆଦିବାସୀ ପାରଂପରିକ ଢୋଲ,ମାଦଳ ବଜାଇ ସରକାର ଙ୍କ ଯୋଜନା ସମ୍ବନ୍ଧରେ ଗାଁ ପରିଭ୍ରମଣ କରିଥିଲେ । ନେତୃବୃନ୍ଦ କହିଥିଲେ ସରକାରଙ୍କ ବହୁବିଧ ଯୋଜନା ତଥା ମମତା ଯୋଜନା, ହରିଶ୍ଚନ୍ଦ୍ର ଯୋଜନା,କିଶୋରୀ ଯୋଜନା, ମଧୁବାବୁ ପେନସନ, ଗୋପବନ୍ଧୁ ଯୋଜନା,କଳାକାର ଭତ୍ତା,ଦଇଵ୍ଯଆଙ୍ଗ ଯୋଜନା,କାଳିଆ ଯୋଜନା, ଛାତ୍ରବୃତ୍ତି,ଶ୍ରମିକ କଲ୍ୟାଣ ଯୋଜନା,ଖାଦ୍ଯ ସୁରକ୍ଷା,ଆବାସ ଯୋଜନା,ବିଜୁ ସେତୁ,ଘରକୁ ଘର ପାଣି, ବିଜୁ ଜ୍ୟୋତି,ଐତିହାସିକ ବିଜୁ ସ୍ବାସ୍ଥ୍ୟ ଯୋଜନା, ବିଦ୍ୟାଳୟ , ହସ୍ପିଟାଲ ରୂପାନ୍ତିକରଣ,ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା, ବିପର୍ଯ୍ୟୟ ପରିଚାଳନା,ବିଶ୍ଵ ସ୍ତରୀୟ କ୍ରୀଡା,ପଛୁଆ ବର୍ଗ କଲ୍ୟାଣ ଯୋଜନା, ଆଦିବାସୀ କଲ୍ୟାଣ ଯୋଜନା,ମହିଳା ବିକାଶ,କୃଷି ଓ କୃଷକ ଉନ୍ନତିକରଣ,ବହୁ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ଭଳି ବହୁ ଜନକଲ୍ଯାଣ ଯୋଜନା କରିଛନ୍ତି ।ତଦସହ ଏହି ସବୁ ଯୋଜନାରୁ ଯେଉଁମାନେ ବଂଚିତ ହୋଇଛନ୍ତି ସେମାନଙ୍କୁ ଚିହ୍ନଟ କରି ଯୋଜନାରୁ କିଭଳି ଉନ୍ନତି ହେବ ସେଥିପାଇଁ ସ୍ଥାନୀୟ ନେତୃବୃନ୍ଦ ଚେଷ୍ଟା କରିବେ ବୋଲି କହିଥିଲେ । 

 ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ଵାଳ ଙ୍କ ରିପୋର୍ଟ 

Related posts

ଅଂଚଳଗୁମା ମଣ୍ଡଳ ବିଜେପି ର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

Sunil Chandra Nayak

ଧର୍ମଗଡ଼ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ ତମ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳୀ

Sunil Chandra Nayak

ବିଭିନ୍ନ ଦାବି ନେଇ କଂଗ୍ରେସର ପ୍ରତିବାଦ

Sunil Chandra Nayak

Leave a Comment

error: Content is protected !!