ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୁଡ଼ାରି ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

ଗୁଡ଼ାରି ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

ଗୁଡ଼ାରି/ରାୟଗଡ: 13/11/2023 ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଡ଼ାରି ବ୍ଲକ କାର୍ଯ୍ୟାଳୟ ପରିସରରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ରାମେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ, ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ, ନିହାର ରଞ୍ଜନ କହଁର, ଗୁଣପୁର ଉପ ଜିଲ୍ଲାପାଳ, ଲଳିତ କୁମାର କହଁର, ପ୍ରକଳ୍ପ ପ୍ରଶାସକ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା, ଗୁଣପୁର ଶାନ୍ତିପ୍ରଭା ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଲାଲମୋହନ ରାଉତରାୟ, ଗୁଡ଼ାରି ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l

       ଆଜି ମୋଟ 58 ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ 41ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ 17ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଅଭିଯୋଗ ଗୁଡିକ ଶୁଣି ତୁରନ୍ତ ସମାଧାନ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଶେଷ କରି ରାସ୍ତା, ପାନୀୟ ଜଳ ଯୋଗାଣ, ଧନପୋକ ନିରାକରଣ ଆଦିର ଦରଖାସ୍ତ ଗ୍ରହଣ କରିଥିବା ବେଳେ ସମସ୍ତ ଆବେଦନ ଗୁଡିକୁ ତ୍ୱରିତ ସମାଧାନ କରିବା ସହ ଜିଲ୍ଲା କାର୍ଯ୍ୟାଳୟକୁ ବିବରଣୀ ପ୍ରଦାନ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

 ଏହି ଅଭିଯୋଗ ଶିବିରରେ ଜଳ ବିଭାଜିକା ମିଶନ ପ୍ରକଳ୍ପ ନିର୍ଦେଶକ ଡ଼ଃ ଦୟାନିଧି ବାଘ, ନିର୍ବାହୀ ଯନ୍ତ୍ରୀ ବିଦ୍ୟୁତ, ରାସ୍ତା ଓ କୋଠାବାଡ଼ି, ଗ୍ରାମ୍ୟ ଉନ୍ନୟନ, ଗୁଡ଼ାରି ଗୋଷ୍ଠୀ ଉନ୍ନୟନ ଅଧିକାରୀ , ତହସିଲଦାର ଗୁଡ଼ାରି, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ କାମାକ୍ଷୀ ପାଢ଼ୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୂର୍ଯ୍ୟମଣି ଭୋଇ, ଭାରପ୍ରାପ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀକାନ୍ତ ପାଣିଗ୍ରାହୀ, ଜିଲ୍ଲା ମଙ୍ଗଳ ଅଧିକାରୀ ବିଭୁତି ଭୂଷଣ ବିଶ୍ୱାଳ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଆଜିର ଏହି ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ବ୍ଲକ ସହକାରୀ ଯନ୍ତ୍ରୀ, ବିପିଏମ ପ୍ରମୁଖ ପରିଚାଳନା କରିଥିଲେ ।

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ବିଧାୟକ ଙ୍କ ଦ୍ଵାରା ବ୍ଲକ ମାର୍କେଟ କମ୍ପ୍ଲେକ୍ସ ଉଦଘାଟିତ

Sunil Chandra Nayak

୧- ଝରଣା ପାଣିରେ ମେଣ୍ଟୁଛି ଶୋଷ , ୨- କାପଲଡ଼ା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର 

masiha

ରାଇରଙ୍ଗଫପୁର ଲ୍ଯାମ୍ପରେ ଖରିଫ ଋତୁ ଲାଗି ଚାଷୀ ପଞ୍ଜିକରଣ ପ୍ରକ୍ରିୟା

Sunil Chandra Nayak

Leave a Comment

error: Content is protected !!