ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ ଜଗନ୍ନାଥ ସେବା ସମିତି ପକ୍ଷରୁ କଲମପୁର ବେଲପଡ଼ା ଠାରେ କମ୍ବଳ ବଣ୍ଟନ

ମାନବ ସେବା ହିଁ ମାଧବ ସେବା

ଧର୍ମଗଡ ଜଗନ୍ନାଥ ସେବା ସମିତି ପକ୍ଷରୁ କଲମପୁର ବେଲପଡ଼ା ଠାରେ କମ୍ବଳ ବଣ୍ଟନ

କଲମପୁର ବ୍ଲକ ବେଲପଡା ଠାରେ ୧୦୫ଜଣ ଗରିବ ବୃଦ୍ଧ ବୃଦ୍ଧା ମାଆ ବାପା ଓ ବିକଳାଙ୍ଗ ଙ୍କୁ ଧର୍ମଗଡ ଜଗନ୍ନାଥ ସେବା ସମିତି ପକ୍ଷରୁ ଆଜି କମ୍ବଳ ବଣ୍ଟନ କରାଗଲା। ଅନୁଷ୍ଠାନ ର ବରିଷ୍ଠ ସଦସ୍ୟ ସୁଧିର ରଂଜନ ପଟ୍ଟଯୋଷୀ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ,ସରପଞ୍ଚ ସୂର୍ଯ୍ୟକାନ୍ତି ପଣ୍ଡା, ଦୈତାରୀ ବାରିକ,କମଳ ବାଗ,ଅରୁଣ ପଣ୍ଡା,ହରେକୃଷ୍ଣ ସାହୁ, ସୁଶିଲ ପତି ପ୍ରମୁଖ ଉପସ୍ଥିତ ରହି ଏହି ମହତ୍ ସେବା କାର୍ଯ୍ୟରେ ସହଯୋଗ କରିଥିଲେ।

ଧର୍ମଗଡ ର ଅଗ୍ରଣୀ ଅନୁଷ୍ଠାନ ଜଗନ୍ନାଥ ସେବା ସମିତି ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗରିବ ବୃଦ୍ଧ ବୃଦ୍ଧା ମାନଙ୍କୁ କମ୍ବଳ ବଣ୍ଟନ ସେବା ଆରମ୍ଭ ହୋଇଛି। 

ପ୍ରକାଶ ଯୋଗ୍ୟ ଯେ,୨୦୦୮ ମସିହାରୁ ଜଗନ୍ନାଥ ସେବା ସମିତି ଜିଲ୍ଲାରେ ସେବା କାର୍ଯ୍ୟ କରିଆସୁଛି। ଗରିବ ବୃଦ୍ଧ ବୃଦ୍ଧା ଙ୍କୁ କମ୍ବଳ ବଣ୍ଟନ, ଆର୍ଥିକ ଅସ୍ଵଚ୍ଛଳ ଲୋକଙ୍କୁ ମାଗଣାରେ ପୂରୀ ଜଗନ୍ନାଥ ଦର୍ଶନ, ମାଗଣାରେ ସ୍ଵାସ୍ଥ୍ୟ ପରୀକ୍ଷା ଓ ଔଷଧ ବଣ୍ଟନ, ଗରୀବ କନ୍ୟା ରତ୍ନ ମାନଙ୍କ ବିବାହ ରେ ଆର୍ଥିକ ସହାୟତା, ଶ୍ମଶାନ ପାଇଁ ମାଗଣାରେ ଶବ ଦାହ ପାଇଁ କାଠ ଯୋଗାଣ ଏବଂ କରୋନା କାଳରେ ଗରିବ ଲୋକଙ୍କୁ ମାଗଣାରେ ରନ୍ଧା ଓ ସୁଖା ଖାଦ୍ୟ ପ୍ରଦାନ କରି ଜଗନ୍ନାଥ ସେବା ସମିତି ଅଞ୍ଚଳରେ ସମସ୍ତଙ୍କ ର ପ୍ରୀୟଭାଜନ ହୋଇ ପାରିଛି। ଆଗକୁ ମଧ୍ୟ ଏହି ସେବା ଜାରି ରହିବ ବୋଲି ଅନୁଷ୍ଠାନ ର ସଭାପତି ବିଷ୍ଣୁ ପ୍ରସାଦ ଅଗ୍ରୱାଲ ପ୍ରକାଶ କରିଛନ୍ତି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଜିଲ୍ଲା ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ନିରାଶ୍ରୟ ବୃଦ୍ଧା ଙ୍କୁ ଆଇନ ସହାୟତା

Sunil Chandra Nayak

ପଞ୍ଚାୟତ ରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ଓ ସି ୱାଇ ଏସ ଡି ମିଳିତ ଆନୁକୁଲ୍ୟରେ ୱାର୍ଡ ସଭ୍ୟ ସଭ୍ୟା ଙ୍କୁ ପ୍ରାରମ୍ଭିକ ପ୍ରଶିକ୍ଷଣ ଉଦଯାପିତ

Sunil Chandra Nayak

ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଲିଙ୍ଗଗତ ସାମ୍ୟତା ସମ୍ପର୍କିତ ବ୍ଲକ ସ୍ତରୀୟ କର୍ମଶାଳା ଅନୁଷ୍ଠିତ 

masiha

Leave a Comment

error: Content is protected !!