ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମିଳିତ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୁପ୍ରା ଠାରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ 

ମିଳିତ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୁପ୍ରା ଠାରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ 

ରୁପ୍ରା, ୧/୧୨ (ମନିସ) : ନର୍ଲା ବ୍ଲକ୍ ଅଧିନ ମୁସ୍କୁଟି ସ୍ଥିତ ମିଳିତ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୁପ୍ରା ଠାରେ ‘ନୂଆ – ଓ ଯୁବ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଉପରେ ଆଜି ଅପରାହ୍ନରେ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ତପନ ଦାସଙ୍କ ସଭାପତିତ୍ବରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ସୂଚନାଯୋଗ୍ୟ ଏକ ସପ୍ତାହ ବ୍ୟାପୀ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଓଡିଶା ସରକାରଙ୍କ ଉକ୍ତ ନୂତନ ଯୋଜନାରେ ସାଂସ୍କୃତିକ କାର୍ଯ୍ୟକ୍ରମ, ଖେଳକୂଦ ଓ ସାମାଜିକ ସଚେତନତା କାର୍ଯ୍ୟକ୍ରମ ଚଳିତ ମାସ ଦ୍ବିତୀୟ ସପ୍ତାହରେ  ଅନୁଷ୍ଠିତ ହେବ ବୋଲି ଅଧ୍ୟକ୍ଷ ଶ୍ରୀ ଦାସ କହିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଠ ଅଧ୍ୟାପକ କାଳୀଚରଣ ମହାପାତ୍ର ଓ ସୁଧିର ପଣ୍ଡା, ଅଧ୍ୟାପିକା ମମତା ମଞ୍ଜରୀ ପ୍ରଧାନ, ପିଇଟି ନାରାୟଣ ନାଏକ, କର୍ମଚାରୀ ପ୍ରିୟବ୍ରତ ସାହୁ, ନରେନ୍ଦ୍ର କରୁଆଁ, ଯୁବରାଜ ବାଗ, ଗୁରୁଦେବ ସାହୁ, ଥବିର ସାହୁ, କେଶବ ସାହୁ, ଗଣ୍ଡାରାମ ସାହୁ ଓ ହୃଷିକେଶ ଗୌଡ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। 

ଅଜୟ କୁମାର ସେନାପତି ଙ୍କ ରିପୋର୍ଟ୍ 

Related posts

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ 

Sunil Chandra Nayak

ରାଜ୍ୟ ହୋଟେଲ ମ୍ୟାନେଜମେଣ୍ଟ ଇନଷ୍ଟିଚ୍ୟୁଟରେ ପଢିବେ ୨ ଆଶ୍ରମର ବାଳିକା 

Sunil Chandra Nayak

କିଲ୍ଲିମଞ୍ଜର ପର୍ବତ ଆରୋହଣ ପାଇଁ ବିଭାରଣୀଙ୍କ ଯାତ୍ରା ଆରମ୍ଭ

masiha

Leave a Comment

error: Content is protected !!