ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇଘର କଲେଜ ଠାରେ ଏଡ଼ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଇଘର କଲେଜ ଠାରେ ଏଡ଼ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଇଘର,୧/୧୨ ସ୍ଥାନୀୟ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ରେଡ ରିବନ କ୍ଲବ ଆନୁକୂଲ୍ୟରେ ବିଶ୍ୱ ଏଡ଼ସ ଦିବସ ଅବସରରେ ଏଡ଼ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏହି ଉତ୍ସବରେ ଅଧ୍ୟକ୍ଷ ପରୀକ୍ଷିତ ସାହୁ ସଭାପତି ଭାବେ ମଞ୍ଚାସୀନ ହୋଇଥିବା ବେଳେ ଅର୍ଥନୀତି ଅଧ୍ୟାପକ ରମେଶ ଚନ୍ଦ୍ର ପଟ୍ଟନାୟକ ମଞ୍ଚ ପରିଚାଳନା କରିଥିଲେ | ଏଥିସହିତ ବରିଷ୍ଠ ଅଧ୍ୟାପକ , କିଶୋର କୁମାର ପାଲ, ବାଣିଜ୍ୟ ଅଧ୍ୟାପକ ଜଗଦୀଶ ଚନ୍ଦ୍ର ପଟ୍ଟନାୟକ, ଓଡ଼ିଆ ଅଧ୍ୟାପିକା ରେଣୁକା ସାମଲ, ପିଇଟି ପୂର୍ଣ୍ଣଚନ୍ଦ୍ର ମିଶ୍ର ମଞ୍ଚରେ ଉପସ୍ଥିତ ଥିଲେ |ମଂଚାସୀନ ଅତିଥିମାନେ ଏଡ଼ସ ସଂକ୍ରମଣ ଠାରୁ ଜନସାଧାରଣ କିପରି ରକ୍ଷା ପାଇପାରିବେ ସେଥିପାଇଁ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ |ଏହି କାର୍ଯ୍ୟକ୍ରମକୁ ସତ୍ୟ ନାରାୟଣ ନାୟକ, ପ୍ରଲ୍ଲୀଭା ଭୂୟାଁ, ଦିଲୀପ ପଦାର, ଶକ୍ତି ଜେନା, ସଦାରାମ କେଉଟ ବୁଦ୍ଧେଶ୍ୱର ମଣ୍ଡଳ ପରିଚାଳନା କରିଥିଲେ |ଏହି ଉତ୍ସବ ଅବସରରେ କଲେଜ ର ସମସ୍ତ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ |

ରାଇଘର ରୁ କିରଣ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ରାଇରଙ୍ଗପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ସମ୍ମିଳନୀ କକ୍ଷରେ ଅଖିଳ ଭାରତୀୟ ଶିକ୍ଷା ସମାଗମ କାର୍ଯ୍ୟକ୍ରମରେ ୧୬୫ ଜଣ ଛାତ୍ରଛାତ୍ରୀଙ୍କୁ ଚଷମା ଓ ପୁସ୍ତକ ବଣ୍ଟନ

Sunil Chandra Nayak

୧- ବନ୍ଧୁଗାଁ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ , ୨- ବାଇକ ରେ ଲାଗିଲା ନିଆଁ, ଅଳ୍ପକେ ବଞ୍ଚି ଗଲେ ଦୁଇ ଜଣ ବାଇକ ଆରୋହି 

masiha

ଢେଙ୍କାନାଳରେ ବିଶ୍ୱ ଯୋଗ ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!