ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହାରେ ଜାତୀୟ ଯୁବ ଦିବସ ପାଳିତ

ତେରେସିଂହାରେ ଜାତୀୟ ଯୁବ ଦିବସ ପାଳିତ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମର କୌଶିକ ବାବା ଯୁକ୍ତ ତିନି ମହାବିଦ୍ୟାଳୟରେ ଯୁବ ରେଡ଼କ୍ରସ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ଯୁବ ରେଡକ୍ରସ ପରାମର୍ଶଦାତା ତଥା ଶିକ୍ଷା ଅଧ୍ୟାପକ ସମୀର ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସମାଜ ସଂସ୍କାରକ ତଥା ସମାଜସେବୀ ବାବା ଭଗବାନ ଦାସ ମହାରାଜ ଜୀ, ସମ୍ମାନିତ ଅତିଥି ଭାବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ପିରବତୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରତିଷ୍ଠାତା ଶ୍ରୀଯୁକ୍ତ ମୁରଲୀଧର ରଣା, ମୁଖ୍ୟବକ୍ତା ଭାବେ ଜାତୀୟ ସେବା ଯୋଜନା ଅଧିକାରୀ ତଥା ରାଜନୀତି ବିଜ୍ଞାନ ଅଧ୍ୟାପକ ରବି ମାଝୀ ଉପସ୍ଥିତ ହୋଇଥିବା ବେଳେ ଇଂରାଜୀ ଅଧ୍ୟାପକ ମାନସ ରଞ୍ଜନ ବାଗ ମଞ୍ଚ ପରିଚାଳନା କରିଥିଲେ l ଗ୍ରନ୍ଥଗାରିକ ବସନ୍ତ କୁମାର ସାହୁ, କନିଷ୍ଠ କିରାଣୀ ଭୂପିନ୍ଦର ରଣା, ଚତୁର୍ଥ କର୍ମଚାରୀ ଚମ୍ପୁଲାଲ ରଣା, ଡୋଲେଶ୍ୱର ରଣା, ପ୍ରଦୀପ ଭୋଇ ପ୍ରମୁଖ ସହଯୋଗ କରିଥିଲେ l ପରିଶେଷରେ ଇତିହାସ ଅଧ୍ୟାପକ କସ୍ତୁଭ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଜମି ମାଫିଆ ଙ୍କ କବଜାରେ ଗୋଚର ଜମି !!!

୪ର୍ଥ ବୋଇତ ବନ୍ଦାଣ ଉତ୍ସବ ଆସନ୍ତା ୪ ଓ ୫ ରେ ……

Sunil Chandra Nayak

ବସ୍ତାରେ ବାଜପେୟୀଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

masiha

Leave a Comment

error: Content is protected !!