ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁରେ ୭୫ ସାଧାରଣତନ୍ତ୍ର ଦିବସ ପାଳିତ 

ଡାବୁଗାଁରେ ୭୫ ସାଧାରଣତନ୍ତ୍ର ଦିବସ ପାଳିତ 

ଡାବୁଗାଁ, ୨୭/୧ (ମ.ନି.ସ.) – ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ, ତହସିଲ କାର୍ଯ୍ୟ|ଳୟ, ଥାନା, ପୋଷ୍ଟ ଅଫିସ, ମହିଳା ଓ ଶିଶୁ ବିକାଶ କାର୍ଯ୍ୟ|ଳୟ, ସାମ୍ବାଦିକ ସଂଘ କାର୍ଯ୍ୟ|ଳୟ, ଡ୍ରାଇଭର ମହାସଂଘ ଓ ବିଭିନ୍ନ ସରକାରୀ ବେସରକାରୀ କାର୍ଯ୍ୟ|ଳୟ ଓ ବିଦ୍ୟାଳୟ ଗୁଡିକରେ ୭୫ ସାଧାରଣତନ୍ତ୍ର ଦିବସ ଶୁକ୍ରବାର ପାଳିତ ହୋଇଯାଇଛି | ଏହା ସହ ଡାବୁଗାଁ ବ୍ଲକ ସଦରମହକୁମା ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମନୋହର ରନ୍ଧାରୀ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ | ଅନୁଷ୍ଠିତ ପରେଡରେ ମୋଟ ୧୫ ଟି ପରେଡ ଗ୍ରୁପ ଭାଗ ନେଇଥିଲେ | ଏଥିରେ ଡାବୁଗାଁ ଓଡିଶା ଆଦର୍ଶ ବିଦ୍ୟାଳୟର କନିଷ୍ଠ ବିଭାଗ ପରେଡରେ ପ୍ରଥମ ହୋଇଥିବା ବେଳେ ଡାବୁଗାଁ ଉଚ୍ଚ ବିଦ୍ୟାଳୟର ଆଥେଲେଟିକ ଗ୍ରୁପ (୨ୟ) ଓ ଓଡିଶା ଆଦର୍ଶ ବିଦ୍ୟାଳୟର ବରିଷ୍ଠ ବିଭାଗ (୩ୟ) ସ୍ଥାନ ଅଧିକାର କରିଥିଲେ ଓ ଶ୍ରେଷ୍ଠ କମାଣ୍ଡର ଭାବେ ସ୍ଵାଗତିକା ଚୌଧୁରୀ ଙ୍କୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା | ଏଥିରେ ବ୍ଳକ ଅଧ୍ୟକ୍ଷା ବୀଣା ମାଝୀ, ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଜିଲା ପରିଷଦ ସଭ୍ୟ ଗୁପ୍ତ ବିଶୋୟୀ, ରାଜ୍ୟ ସଭା ସାଂସଦ ପ୍ରତିନିଧି ରାମାରାଓ ଚୌଧୁରୀ, ସାଂସଦ ପ୍ରତିନିଧି ଏମ୍. ଆପ୍ପା ରାଓ, ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ବିଜେଡି ବ୍ଳକ ସଭାପତି ସୁରେନ୍ଦ୍ର କୁମାର ମିଶ୍ର, କଂଗ୍ରେସ ବ୍ଳକ ସଭାପତି ଜି ସାଇ ରାଜୁ, ବାବି ଜେନା, ତହସିଲଦାର ସଦାଶିବ ଭତ୍ରl, ବିଡିଓ ଶରତ ମାଝୀ, ଏବିଡିଓ ପଦ୍ମନାଭ ତ୍ରିପାଠୀ, ଥାନା ଅଧିକାରୀ ସୁନୀଲ କୁମାର ପ୍ରଧାନ, ଏସ୍ ଆଇ ଚନ୍ଦନ ସାହୁ, ଏଏସଆଇ ସିମାଞ୍ଚଳ ମହାରଣା, ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଭାସ ଚନ୍ଦ୍ର ରାୟ, କ୍ରୀଡା ଶିକ୍ଷକ ହେମନ୍ତ କୁମାର ସାମଲ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ଶିକ୍ଷକ ବିଶ୍ଵେଷ କୁମାର ତ୍ରିପାଠୀ, ବଲ୍ଳଭ ନାରାୟଣ ପଣ୍ଡା, ବିଦେଶୀ ମହାଙ୍କୁଡ, ଅମୂଲ୍ୟ ଦଳାଇ, ଶିକ୍ଷୟତ୍ରୀଶିକ୍ଷକ, ଛାତ୍ରୀଛାତ୍ର ମାନେ ଯୋଗ ଦେଇଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

୪୨ ମୌଜା ବିଜେପି ମଣ୍ଡଳ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ 

masiha

ପାଇପ ଲାଇନ ବିଛାଇ ଖାତିଗୁଡା ରାସ୍ତା ର ଉଭୟ ପାର୍ଶ୍ଵ ନଷ୍ଟ ,ରଥଯାତ୍ରା ପୂର୍ବରୁ ମରାମତି ପାଇଁ ଦାବୀ

Sunil Chandra Nayak

ବଣିଜରାରେ ସଂଯୁକ୍ତ କିଷାନ ମୋର୍ଚାର ବିରାଟ ଚାଷୀ ସମାବେଶ ,ରବି ଚାଷ ପାଇଁ କେନାଲ ରେ ପାଣି ଛାଡ଼ିବା ପାଇଁ କଲେ ଆହ୍ୱାନ 

masiha

Leave a Comment

error: Content is protected !!