ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରେଙ୍ଗାଳପାଲି ପଞ୍ଚାୟତରେ ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ରେଙ୍ଗାଳପାଲି ପଞ୍ଚାୟତରେ ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

କୋକସରା,୨୭/୧ // ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଓଡ଼ିଶା ସରକାରଙ୍କ ଲୋକାଭିମୁଖୀ ଯୋଜନାର ସଫଳ ରୂପାୟନ ଜନ ସାଧାରଣଙ୍କ ନିକଟରେ ପହଞ୍ଚାଇବା ପାଇଁ ଆରମ୍ଭ କରିଛନ୍ତି ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର। ଆଜି କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍ ରେଙ୍ଗାଳପାଲି ପଞ୍ଚାୟତରେ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ପଦ୍ମିନୀ ପାତ୍ରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ସମ୍ମାନିତ ଅତିଥି ଭାବେ ବିଡ଼ିଓ କୋକସରା ସ୍ନେହାପ୍ରଭା ମାଝୀ, ସମିତି ସଭ୍ୟ ମୁକ୍ତେଶ୍ଵର ନାଏକ ଉପସ୍ଥିତ ରହିଥିଲେ। ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଉପରେ ଜନ ସାଧାରଣଙ୍କୁ ଅବଗତ କରାଇବା ସହ ଓଡିଶା ରାଜ୍ୟର ବିକାଶ ପାଇଁ ବିଜେଡି ସରକାର ହିଁ ପ୍ରତିଶୃତିବଦ୍ଧ ବୋଳି କହିଥିଲେ। କଟକରୁ ଆସିଥିବା ସିଙ୍ଘମ, ଜଟଣୀରୁ ଆସିଥିବା ନଟରାଜ ଗ୍ରୁପ, ସ୍କୁଲ ଛାତ୍ରଛାତ୍ରୀ ମାନେ ଦେଶାତ୍ମବୋଧକ ଓ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମରେ ମିଶନ ଶକ୍ତିର ମହିଳା କର୍ମଚାରୀ, ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା, ଅଙ୍ଗନୱାଡି କର୍ମି ସମେତ ସ୍ଥାନୀୟ ଗ୍ରାମବାସୀମାନେ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ବିଷୟରେ ଅବଗତ ହୋଇଥିଲେ। ପଞ୍ଚାୟତ ପିଇଓ ବିରଞ୍ଚି ଖର୍ସେଲ ଓ କର୍ମଚାରୀ ମାନେ ସହଯୋଗ କରିଥିଲେ।

ମସିହା ନିୟୂଜ ସର୍ଭିସ୍ 

Related posts

ରାଜ୍ୟରେ ପ୍ରାକୃତିକ ତୈଳ ଯୋଗାଣକୁ ସୁବ୍ୟବସ୍ଥିତ କରିବା ନେଇ ବୈଠକ

କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କ ଯୌନ ଉତ୍ପୀଡନ ଆଇନ ସଂପର୍କରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

Sunil Chandra Nayak

ବ୍ଲକ ସ୍ତରୀୟ ପରବ ପାଇଁ ପ୍ରସ୍ତୁତି ବୈଠକ 

Sunil Chandra Nayak

Leave a Comment

error: Content is protected !!