ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜୁନାଗଡ଼ ହାଇ ସ୍କୁଲ ର ପୁରାତନ ଛାତ୍ର/ଛାତ୍ରୀ କମିଟି ରାଜ୍ୟ ସ୍ତରରେ ପୁରସ୍କୃତ

ଜୁନାଗଡ଼ ହାଇ ସ୍କୁଲ ର ପୁରାତନ ଛାତ୍ର/ଛାତ୍ରୀ କମିଟି ରାଜ୍ୟ ସ୍ତରରେ ପୁରସ୍କୃତ

ଜୁନାଗଡ଼,୧/୨(ମ ନି ସ)କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ର ପୁରାତନ ଛାତ୍ର ଛାତ୍ରୀ କମିଟି (ଆଲୁମିନି ) ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ମନୋନୀତ ହୋଇ ପୁରସ୍କୃତ ହୋଇ ଥିବାରୁ ପୁରାତନ ଛାତ୍ର ଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ଙ୍କ ମହଲରେ ଆନନ୍ଦ ପରିଲକ୍ଷିତ ହୋଇଛି। ସୂଚନାଯୋଗ୍ୟ ଯେ ୫ଟି ଓ ମୋ ସ୍କୁଲ ଅଭିଯାନ ତରଫରୁ ଓଡ଼ିଶା ସରକାରଙ୍କ ଦ୍ଵାରା ଶିକ୍ଷା କ୍ଷେତ୍ରରେ ଉଲ୍ଲଖନୀୟ ଅବଦାନ ପାଇଁ “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର” ଭୁବନେଶ୍ୱର ଷ୍ଟିତ କଳିଙ୍ଗ ଷ୍ଟାଡିୟମରେ ବୁଧବାର ଦିନ ବର୍ଣ୍ଣାଢ଼୍ୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ପ୍ରଦାନ କରାଯାଇଛି l ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଓ ରାଜ୍ୟ ସ୍ତରୀୟ ବରିଷ୍ଟ ଅଧିକାରୀ ଏହି ପୁରସ୍କାର ପ୍ରଦାନ କରିଥିଲେ। ।ଜୁନାଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ର ପୁରାତନ ଛାତ୍ର ସଂସଦ ସଭାପତି ଶ୍ରୀ ସନ୍ତୋଷ କୁମାର ସିଂହ ଦେଓ ପୁରସ୍କାର ଗ୍ରହଣ କରିଥିଲେ l ୫ଟି ଅଧକ୍ଷ ଭି.କେ ପାଣ୍ଡିଆନ ଏହି ପୁରସ୍କାର ର ଉଦ୍ଦେଶ୍ୟ ଜଣାଇବା ସହ ମାର୍ଗ ଦର୍ଶନ କରିଥିଲେ। ଜୁନାଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ର ପୁରାତନ ଛାତ୍ର ସଂସଦ ସଭାପତି ଶ୍ରୀ ସନ୍ତୋଷ କୁମାର ସିଂହ ଦେଓଏବଂ ଏହି ବିଦ୍ୟାଳୟ ର ପୁରାତନ ଛାତ୍ର ଛାତ୍ରୀ ଓ ଶିକ୍ଷକ /ଶିକ୍ଷୟତ୍ରୀ ବୃନ୍ଦ ଙ୍କ ଅକ୍ଲାନ୍ତ ଉଦ୍ୟମ ଯୋଗୁଁ ଏହି ବିଦ୍ୟାଳୟ ର ଆଲୁମିନି କମିଟି ଆଜି ରାଜ୍ୟସ୍ତରରେ ପୁରସ୍କୃତ ହୋଇଥିବା ଯୋଗୁଁ ଶିକ୍ଷା ପ୍ରେମୀ ଓ ପୁରାତନ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଖୁସିର ମାହୋଲ ସୃଷ୍ଟି ହୋଇଛି।

ଜୁନାଗଡ଼ ରୁ ନରେନ୍ଦ୍ର ଖିତି ଙ୍କ ରିପୋର୍ଟ୍ 

Related posts

ଗରିମା ପରିବାରର ଶ୍ରେଷ୍ଠ ଓଡ଼ିଆଣୀ ସିଜିନ ୩ ର ଅଡିସନ ଆସନ୍ତା ୨୫ ଓ ୨୬ ରେ……

Sunil Chandra Nayak

ହଳଦା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବ୍ଳକ ଆଇଆରଡିଏମଏସ ଆନୁକୁଲ୍ୟରେ ଶ୍ରୀ ଅନ୍ନ ଅଭିଯାନ କାର୍ଯ୍ୟକ୍ରମ ଓ ଖାଦ୍ୟ ମେଳା

masiha

ଜଙ୍ଗଲ ବିଭାଗ କର୍ମଚାରୀଙ୍କ ଜଙ୍ଗଲ ଜମି ଜଵରଦଖଲ ନେଇ ଗ୍ରାମବାସୀଙ୍କ ବିରୋଧ; ଉପଜିଲ୍ଲାପାଳ,ବନଖଣ୍ଡ ଅଧିକାରୀ, ତହସିଲଦାର ଏବଂ ଟାଉନଥାନା ଦ୍ବାରସ୍ଥ ; କାର୍ଯ୍ୟାନୁଷ୍ଠାନ ପାଇଁ ଦାବି 

masiha

Leave a Comment

error: Content is protected !!