ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଟେମରା ପଞ୍ଚାୟତରେ ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ

ଟେମରା ପଞ୍ଚାୟତରେ ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ

କୋକସରା,୨/୨ // ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଓଡ଼ିଶା ସରକାରଙ୍କ ଲୋକାଭିମୁଖୀ ଯୋଜନାର ସଫଳ ରୂପାୟନ ଜନ ସାଧାରଣଙ୍କ ନିକଟରେ ପହଞ୍ଚାଇବା ପାଇଁ ଆରମ୍ଭ କରିଛନ୍ତି ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର।କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଟେମରା ପଞ୍ଚାୟତରେ ସରପଞ୍ଚ କ୍ଷିତିରାମ ପାତ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ବିଜେଡି ନବୀନ ଓଡିଶା ସଂଯୋଜକ ବଦ୍ରୀ ନାରାୟଣ ପଟ୍ଟନାୟକ, ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ସଭାପତି ମାନସ ରଞ୍ଜନ ବାଗ, ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ସମିତି ସଭ୍ୟା ଅନୁସୂୟା ମାଝୀ, ବ୍ଲକ ଏକାଉଣ୍ଟଟେଣ୍ଟ ଅଶୋକ କୁମାର ସେଠି, ବିଏସଏସଓ ଦୀପକ ବେହେରା, କନିଷ୍ଠ ଯନ୍ତ୍ରୀ ସୁକାନ୍ତ ବେହେରା ଅତିଥି ଭାବେ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ବିକାଶ ମୂଳକ ଯୋଜନା ଉପରେ ଜନ ସାଧାରଣଙ୍କୁ ଅବଗତ କରାଇବା ସହ ଓଡିଶା ରାଜ୍ୟର ସର୍ବାଙ୍ଗୀନ ବିକାଶ ପାଇଁ ବିଜେଡି ସରକାର ହିଁ ଏକମାତ୍ର ବିକଳ୍ପ ଜନ ପ୍ରତିନିଧିମାନେ କହିଥିଲ। ଏହି ଅବସରରେ ପଞ୍ଚାୟତର ସଚେତନ ନାଗରିକ ଓ ବିଭିନ୍ନ କ୍ଷେତ୍ରରେ ସଫଳତା ପାଇଥିବା ବ୍ୟକ୍ତି ବିଶେଷ ପଦ୍ମଲୋଚନ ଦଳପତି, ଗୋପୀନାଥ ସୁନାନୀ, ପୁରୁନ୍ଧର ସତନାମୀ, ଚକାଡୋଳା ପାତ୍ରଙ୍କୁ ମାନପତ୍ର ସହ ସମ୍ମାନିତ କରାଯାଇଛି। ସଚେତନତା କାର୍ଯ୍ୟକ୍ରମରେ ବିଭିନ୍ନ ସରକାରୀ ବିଭାଗର ଷ୍ଟଲରେ ଲୋକଙ୍କୁ ରାଜ୍ୟ ସରକାରଙ୍କ ସରକାରୀ ସ୍ତରରେ ରହିଥିବା ଯୋଜନା ବିଷୟରେ ସୂଚନା ଦିଆଯାଇଛି। କାର୍ଯ୍ୟକ୍ରମ ପରିଶେଷରେ ଲୋଇସିଙ୍ଗା ବଜାସାଲ ସମ୍ବଲପୁରୀ ସାଂସ୍କୃତିକ ଗ୍ରୁପର ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଦର୍ଶକ ଝୁମି ଯାଇଥିଲେ।କାର୍ଯ୍ୟକ୍ରମରେ ମିଶନ ଶକ୍ତିର ମହିଳା କର୍ମଚାରୀ, ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା, ଅଙ୍ଗନୱାଡି କର୍ମି ସମେତ ସ୍ଥାନୀୟ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ। ଟେମରା ପିଇଓ ଗୌତମ ନାଗ ଓ ଦୁଷ୍ମନ୍ତ ପାତ୍ର, ହେମନ୍ତ ବାଣୁଆ,।କ୍ଷୀରସିନ୍ଧୁ ହଂସ, ବୃନ୍ଦାବନ ସତନାମୀ, ଯଦୁମଣି ବାଗ ପ୍ରମୁଖ ସହଯୋଗ କରିଥିଲେ।

ମସିହା ନିୟୂଜ ସର୍ଭିସ୍ 

Related posts

ନଦୀରେ ବୁଡି ମହିଳା ନିଖୋଜ 

masiha

ଜୁନାଗଡ଼ ଓ ଧର୍ମଗଡଜିଲ୍ଲା ଦାବୀ ମିଳିତ କ୍ରିୟାନୁଷ୍ଠାନ କମିଟି ବୈଠକ।୬ଟି ବ୍ଲକ ଓ ୨ ଏନଏସିକୁ ନେଇ କେନ୍ଦ୍ରୀୟ କମିଟି ଗଠନ ନିଷ୍ପତି 

masiha

ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କ ବିଦ୍ୟାଳୟର ଗସ୍ତ ସହ ଖେଳ ପଡ଼ିଆ ପାଇଁ ଜମି ଚିହ୍ନଟ

Sunil Chandra Nayak

Leave a Comment

error: Content is protected !!