ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ,ଅକ୍ଷର ଭୂମିର ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଅକ୍ଷର ଭୂମିର ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ରୁଚିପୂର୍ଣ୍ଣ କଳାକୃତି ପାଇଁ ପୂର୍ତ୍ତ ବିଭାଗକୁ ଧନ୍ୟବାଦ ଜଣାଇଲେ

ଭୁବନେଶ୍ୱର ତା.୦3.୦୨.୨୦୨4 // ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅବସରରେ ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା କଳା ମଣ୍ଡଳ ପ୍ରାଙ୍ଗଣରେ ଉଦ୍‌ଘାଟିତ ହୋଇଯାଇଛି ଅକ୍ଷର ଭୂମି। ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ସ୍ମୃତିକୁ ଚିରସ୍ମରଣୀୟ କରିବା ସହିତ ଏହି ସମ୍ମିଳନୀର ସ୍ମାରକୀ ଭାବେ ଅକ୍ଷର ଭୂମି, ଓଡିଆ ଭାଷା, କଳା ଓ ସଂସ୍କୃତିର ଜୟଗାନ କରିବ। ଓଡିଆ ଭାଷାର ଗୌରବ ବିଷୟରେ ଏହା ଆଗାମୀ ପିଢିକୁ ପ୍ରେରଣା ଦେବ।

କଳିଙ୍ଗ ଶୈଳୀରେ ନିର୍ମିତ ଏହି ସୁଦୃଶ୍ୟ କଳାକୃତି ଅକ୍ଷର ଭୂମିର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି। ଓଡିଆ ବର୍ଣ୍ଣମାଳାର ପ୍ରତ୍ୟେକ ଅକ୍ଷରକୁ ଯେପରି କଳାତ୍ମକ ଭାବେ ସେଠାରେ ସଜ୍ଜିତ କରି ରଖାଯାଇଛି ତାହା ଓଡିଆ ଭାଷାର ସୌନ୍ଦର୍ଯ୍ୟକୁ ସଫଳ ଭାବେ ଉପସ୍ଥାପିତ କରିପାରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେବା ସହ ତା’ର ଉଚ୍ଚ ପ୍ରଶଂସା କରିଛନ୍ତି। ଅକ୍ଷର ଭୂମିର ନିର୍ମାଣ ଦାୟିତ୍ୱ ନେଇଥିବା ଏବଂ ତାକୁ ସଫଳ ଭାବେ ସମ୍ପନ୍ନ କରିଥିବା ପୂର୍ତ୍ତ ବିଭାଗକୁ ଏଥିପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।

ସମୀର କୁମାର ପ୍ରଧାନ ଙ୍କ ରିପୋର୍ଟ!!

Related posts

ନବୀନ ପଟ୍ଟନାୟକଙ୍କ ଐତିହାସିକ ନିଷ୍ପତ୍ତି , ରାଜ୍ୟର ୫୦ ଅଣସଂଗଠିତ ବର୍ଗର ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ମିଳିବ ଦୁର୍ଘଟଣାଜନିତ ମୃତ୍ୟୁ ସହାୟତା

Sunil Chandra Nayak

ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ , ଖର୍ଚ୍ଚ ହେବ ୬୪ କୋଟି ଟଙ୍କା, ଉପକୃତ ହେବେ ୪୨ ଲକ୍ଷରୁ ଅଧିକ ରୋଗୀ

Sunil Chandra Nayak

ବିଦାୟ ନବକିଶୋର ! ଚାରି ଦଶନ୍ଧିର ଘଟଣାବହୁଳ ରାଜନୈତିକ ଜୀବନର ଅବସାନ…

Sunil Chandra Nayak

Leave a Comment

error: Content is protected !!