ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମୁଡିଂ ଠାରେ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

ମୁଡିଂ ଠାରେ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

ମ,ରାମପୁର ,୦୪/୨(ମସୀହା) କଳାହାଣ୍ଡି ଜିଲ୍ଲା ମ ରାମପୁର ବ୍ଲକ ଅନ୍ତର୍ଗତ ମୁଡିଂ ଗ୍ରାମ ପଞ୍ଚାୟତ ପରିସରରେ “ଆମ ଓଡ଼ିଶା ନବୀନ ଓଡ଼ିଶା”କାର୍ଯ୍ୟକ୍ରମ ସରପଞ୍ଚ ଶଶୀ ମାଝୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହଦେଓ,ସମ୍ମାନୀତ ଅତିଥି,(ଜି ପି ଇ ଓ) କୁଳ ମଣି ସିଂ ରାୟ, (ଏ ବି ଡି ଓ) ଲକ୍ଷ୍ମଣ ପ୍ରଧାନ , ସାମ୍ବାଦିକ ପ୍ରଶାନ୍ତ ସାମନ୍ତରା ,ଆଇନ ଜୀବି ସତ୍ୟ ନାରାୟଣ ସାହୁ, ସମାଜସେବୀ ବୁଦ୍ଧି ରାମ ସାହୁ , ସମିତି ସଭ୍ୟା ବାଳମତି ମାଝୀ, ନାଏବ ସରପଞ୍ଚ କୁନ୍ତଳା ଭୋଇ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଜୟ କୁମାର ସାମଲ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ଉପରେ ସଚେତନ କରିଥିଲେ । ସାମ୍ବାଦିକ ହେମନ୍ତ ସାହୁ ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ସ୍ବାସ୍ଥ୍ୟ, କୃଷି, ଉଦ୍ୟାନ, ଅଙ୍ଗନଓ୍ବାଡି ,ପ୍ରାଣୀ ସମ୍ପଦ, ସ୍ବୟଂ ସହାୟକ ଗୋଷ୍ଠୀ ଷ୍ଟଲ ଖୋଲା ଯାଇଥିଲା। ରାଜ୍ୟ ସରକାର ଙ୍କ ଉନ୍ନୟନ ମୂଳକ କାର୍ଯ୍ୟକ୍ରମକୁ ଟିଭି ମାଧ୍ୟମରେ ପ୍ରଦର୍ଶନ କରାଇଥିଲା। କାର୍ଯ୍ୟକ୍ରମ ପରିଚାଳନା ରେ ବିଭିନ୍ନ ବିଭାଗ ର କର୍ମଚାରୀ ମାନେ ସହଯୋଗ କରିଥିଲେ। ସଭା କାର୍ଯ୍ୟ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।

ମ.ରାମପୁର ରୁ ପରମାନନ୍ଦ ବିଶିଙ୍କ ରିପୋର୍ଟ

Related posts

ଗୋଲାମୁଣ୍ଡା ବ୍ଲକରେ ମଧୁବାବୁ ନୂତନ ଭତ୍ତା ବଣ୍ଟନ: ୨୨୯ ହିତାଧିକାରୀ ଉପକୃତ

କଳାହାଣ୍ଡି ଜିଲ୍ଲାରେ ବ୍ଲକ ଶିକ୍ଷାଧିକାରୀ ଙ୍କ ଅଭାବ! ୧୧ଟି ବ୍ଳକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଅତିରିକ୍ତ ଙ୍କ ଦାୟିତ୍ବ ରେ, ଦରମା ପାଇ ନାହାନ୍ତି ଶିକ୍ଷକ !

Sunil Chandra Nayak

ପୁଲୱାମା ଆତଙ୍କବାଦୀ ଙ୍କ ଆକ୍ରମଣରେ ସହିଦ୍ ହୋଇଥିବା ବୀର ଯବାନଙ୍କୁ ମନେ ପକାଇବା ସହ “ବ୍ଲାକ ଡେ” ପାଳନ କଲେ ବାଣପୁର ର  ଦେଶ ପ୍ରେମୀ ଯୁବକ

Sunil Chandra Nayak

Leave a Comment

error: Content is protected !!