ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମାଟିଗାଁ ପଂଚାୟତରେ ଆମ ଓଡ଼ିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ 

ମାଟିଗାଁ ପଂଚାୟତରେ ଆମ ଓଡ଼ିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ 

ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ

ଜୁନାଗଡ଼,୫/୨(ମ ନି ସ) ଜୁନାଗଡ଼ ବ୍ଲକ ଅନ୍ତର୍ଗତ ମାଟିଗାଁ  ଗ୍ରାମ ପଞ୍ଚାୟତ ଆନୁକୂଲ୍ୟରେ ଆମ ଓଡ଼ିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଗୁଡିକ କାର୍ଯ୍ୟକାରୀ କରି ତାହାର ସଫଳ ରୂପାୟନ ଲୋକଙ୍କ ପାଖକୁ ପହଞ୍ଚି ପାରିଛି ବୋଲି ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦାନ କରି ଜନସାଧାରଣଙ୍କୁ ମାର୍ଗଦର୍ଶନ କରିଥିଲେ ।ଏଥିରେ ସ୍ଥାନୀୟ ସରପଞ୍ଚ ନୀଳ ଗଗନ ମେହେର ସଭାପତିତ୍ୱ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧକ୍ଷ। ଶ୍ରୀମତୀ ସବିତା ମେହେର ,ଉପ।ଧକ୍ଷ ପ୍ରମୋଦ ବେହେରା ,ଜିଲ୍ଲା ପରିଷଦ ସଭ୍ୟ। ସଂଗୀତା ଖର୍ସେଲ  ସମିତି ସଭ୍ୟ। ଭୂମିସୁତା ଶବର ,ନ।ଏ ବ ସରପଞ୍ଚ ବାସନ୍ତୀ ପାତ୍ର ,ବି ଡି ଓ ଦେବାଶିଷ କର , ବି ଏ ସ ଏ ସ ଓ ତୁଷାର ରଞ୍ଜନ ସାହୁ ,ବି ସି ସି ବ୍ୟାଙ୍କ ସଭାପତି ଗିରିଶ ଚନ୍ଦ୍ର ବେହେରା ,ପୂର୍ବତନ ବ୍ଲକ ଅଧକ୍ଷ ରଶ୍ମି ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ।ଏହି କାର୍ଯ୍ୟକ୍ରମ ରେ  ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରାରଂବିକ ସଙ୍ଗୀତ ଗାନ କରାଯାଇଥିଲା ।ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ପୁରସ୍କାର ବିତରଣ କରଯାଇଥିଲା ।ସାଂସ୍କୃତିକ କାର୍ଯ୍ୟକ୍ରମରେ ସ୍ଥାନୀୟ କୁନି କୁନି କଳାକାରଙ୍କ ଦ୍ବାରା ରସ ଜାମୁଡାଳି ଗୀତରେ ଓ ନାଚରେ ଦର୍ଶକ ଝୁମିଥିଲେ ।ଏହି କାର୍ଯ୍ୟକ୍ରମ ରେ ଅଞ୍ଚଳର ଶିକ୍ଷାବିତ ,ସମାଜସେବୀ ,ପ୍ରକୃତି ବନ୍ଧୁ ଏବଂ କୃଷକଙ୍କୁ ମାନ ପତ୍ର ଓ ଉପ ଢ଼ୋକନ ଦେଇ ସମ୍ମାନିତ କରାଯାଇଥିଲା ।କାର୍ଯ୍ୟକ୍ରମ ରେ ବଣି ଜରା ଜି ଆର ଏ ସ ଶଶାଙ୍କ ଶେଖର ପାଢ଼ୀ ମଞ୍ଚ ପରିଚାଳନା କରିଥିବାବେଳେ ସମାଜସେବୀ ଦେବେନ୍ଦ୍ର ମେହେର , ଜିଆର ଏ ସ ଭାଗିରଥି ଧ ଙ୍ଗ ଡ଼ା ମାଝୀ , ଯୋଗାଣ ସହାୟକ କୈଳାସ ଚନ୍ଦ୍ର ପାଣ୍ଡେ , ସୁଶାନ୍ତ ନ।ଏକ ତଥା ପଞ୍ଚାୟତ କର୍ମଚାରୀ ବୃନ୍ଦ ଓ ଗ୍ରାମବାସୀମାନେ ସହଯୋଗ କରିଥିଲେ ।ଧନ୍ୟବାଦ ଅର୍ପଣ କରିଥିଲେ ପିଇଓ ଭାବଗ୍ରାହୀ ମେହେର।

ଜୁନାଗଡ଼ ରୁ ନରେନ୍ଦ୍ର ଖିତି ଙ୍କ ରିପୋର୍ଟ୍ 

Related posts

ଭିଜନ ଓଡିଶା 2036 ଓ ବିକଶିତ ଭାରତ 2047 ଉପଲକ୍ଷେ ଜିଲ୍ଲା ସ୍ତରୀୟ ପ୍ରତିଯୋଗୀତା

masiha

ସର୍ବକାଳୀନ ଓ ନିରନ୍ତର ସେବାପାଇଁ… ଜୟନ୍ତ ବେହେରା ପାଇଲେ ମହାବୀର ସାଂସ୍କୁତିକ ଅନୁଷ୍ଠାନର ଶ୍ରେଷ୍ଠ ସମ୍ମାନ  ମହାବୀର ସମ୍ମାନ-୨୦୨୩

masiha

ରାଇରଙ୍ଗପୁର ପୌରପାଳିକା ତରଫରୁ ୭ ଟି ଆଶ୍ରୟସ୍ଥଳୀ ରେ ୨୭୫ ଜଣଙ୍କୁ ରିଲିଫ୍ ବଣ୍ଟନ 

masiha

Leave a Comment

error: Content is protected !!