ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରିଜର୍ଭ ବ୍ୟାଙ୍କ ତରଫ ରୁ ବମକ ଗ୍ରାମ ପଞ୍ଚାୟତ ରେ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା

ରିଜର୍ଭ ବ୍ୟାଙ୍କ ତରଫ ରୁ ବମକ ଗ୍ରାମ ପଞ୍ଚାୟତ ରେ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା

 ମ.ରାମପୁର,୨୩/୦୨(ମସୀହା):ଭାରତୀୟ ରିଜର୍ଭ ବ୍ୟାଙ୍କ୍ ର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱର ର ମିଳିତ ସହଯୋଗ ରେ ମ.ରାମପୁର ବ୍ଲକ ର ବମକ ଗ୍ରାମ ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ସରପଞ୍ଚ ରୋମାଞ୍ଚ ସାହୁ ,ବିଜୟ କୁମାର ସାମଲ, ବମକ ଗ୍ରାମପଞ୍ଚାୟତ ପିଇଓ , ସମିତି ସଭ୍ୟା ସଂଗୀତା ମାଝୀ, ନାଏବ ସରପଞ୍ଚ ଯୁବରାନୀ ସାହୁ, ଏମବିକେ ନିଳେନ୍ଦ୍ରି ସାହୁ ଓ ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ତଥା ତାଲିମ ଦାତା ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ରହି ଉଦ୍ଘାଟନ କରିଥିଲେ।

ଏହି କର୍ମଶାଳା ରେ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନ ରୁ ପାଇଥିବା ଋଣ ର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟ ର ଆୟ ରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।

କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତା ର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣ କାରୀ ମାନଙ୍କୁ ବୁଝାଇଥିଲେ । ବିଭିନ୍ନ ଅଜଣା ନମ୍ବର ରୁ ଆସୁଥିବା ଫୋନ୍ ରେ ନିଜର କୌଣସି ଗୋପନୀୟ ତଥ୍ୟ ନ ଦେବାପାଇଁ ସୂଚନା ଦିଆଯାଇଥିଲା ।

ପରିବାର ର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାର ର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତ ରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚ କୁ ଆକଳନ କରି ପରିବାର କୁ ଠିକ୍ ଭାବେ ପରିଚାଳନା କରିପାରିବେ । କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ, ଓ ସୁଶ୍ରୀ ମମିତା ପୁଝାରୀ ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ ।

ମମିତା ପୁଝାରୀ, ସାବିତ୍ରୀ ସାହୁ, ନିଳେନ୍ଦ୍ରୀ ସାହୁ, ପୂର୍ଣ୍ଣିମା ବଗର୍ତ୍ତୀ ଓ ଗ୍ରାମ ପଞ୍ଚାୟତ ର କର୍ମ କର୍ତ୍ତା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ। ଏହି କର୍ମଶାଳା ରେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ , ଗୋଷ୍ଠୀ ସହାୟିକା,ଚାଷୀ ଓ ମିଳିତ ଉତ୍ତର ଦାୟୀ ଗୋଷ୍ଠୀ ରୁ ୬୫ ଜଣ ସଦସ୍ୟା / ସଦସ୍ୟ ଅଂଶ ଗ୍ରହଣ କରିଥିଲେ।

ମ.ରାମପୁର ରୁ ପରମାନନ୍ଦ ବିଶି ଙ୍କ ରିପୋର୍ଟ 

 

Related posts

ରାଇରଙ୍ଗପୁର କୃଷି କାର୍ଯ୍ୟାଳୟ ପରିସରରେ ବ୍ଳକ ସ୍ତରୀୟ ଓଡ଼ିଶାର ଶ୍ରୀ ଅନ୍ନ ଓ ପାରମ୍ପାରିକ କୃଷି ଐତିହ୍ୟ ନେଇ ଶ୍ରୀ ଅନ୍ନ ଅଭିଯାନ କାର୍ଯ୍ୟକ୍ରମ ଓ ଖାଦ୍ୟ ମେଳା

masiha

ଓଡିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡିଶା ପାଇଁ ବିକଶିତ ଜିଲ୍ଲା ଜିଲ୍ଲାସ୍ତରୀୟ କର୍ମଶାଳା 

masiha

ଦର୍ଶନଶାସ୍ତ୍ର ବିଭାଗ ଶେଷ ବର୍ଷ ପିଲାଙ୍କୁ ବିଦାୟ ସମ୍ବର୍ଦ୍ଧନା 

masiha

Leave a Comment

error: Content is protected !!