ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡ଼ା ରେଳ ଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ

ରାୟଗଡ଼ା ରେଳ ଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ

ରାୟଗଡ଼ା,:- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାୟଗଡ଼ା ରେଳଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମଗ୍ର ଭାରତରେ ଅମୃତ ଭାରତ ଯୋଜନାରେ ୪୧ ହଜାର କୋଟି ଟଙ୍କା ମୂଲ୍ୟରେ ରେଳ ପ୍ରକଳ୍ପ ଉପହାର ଦେଇଛନ୍ତି କେନ୍ଦ୍ର ସରକାର।

ରାୟଗଡ଼ା ରେଳଷ୍ଟେଶନ ପାଇଁ ୨୪୩ କୋଟି ଟଙ୍କା ଅନୁଦାନ ମିଳିଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୋରାପୁଟ ଏମ୍‌ ପି ସପ୍ତଗିରି ଶଙ୍କର ଉଲାକା, ସମ୍ମାନିତ ଅତିଥି ଭାବେ ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ଏସପି ହରିଶା ବି.ସି, ଭାଜପା ଜିଲା ସଭାପତି ଶିବ ପଟ୍ଟନାୟକ, ଭାଜପା ନେତା କାଳୀରାମ ମାଝି, ରେଳ ବିଭାଗ ସିପିଏମ ଓ୍ବାଇ ମସ୍ତାନେୟା ପ୍ରମୁଖ ମଞ୍ଚାସୀନ ଥିଲେ। ଏହି କାର୍ଯ୍ୟକ୍ରମରେ ଶତାଧିକ ଜନସାଧାରଣ ଓ ଛାତ୍ରୀଛାତ୍ର ଯୋଗଦେଇଥିଲେ। ରେଳ ବିଭାଗର ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ସଅର ସମ୍ପ୍ରଦାୟ କୁ ଆଦିବାସୀ ମାନ୍ୟତା ପ୍ରସଙ୍ଗ , ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଜଣାଇଲେ ଆଦିବାସୀ ସଅର ସମ୍ପ୍ରଦାୟ 

masiha

STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ

Sunil Chandra Nayak

ନୂଆ- ଓ, ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦଯାପିତ 

masiha

Leave a Comment

error: Content is protected !!