ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଖପ୍ରାଖୋଲ ଭିଡିଓ କନଫରେନ୍ସ ମାଧ୍ୟମରେ ଆମ ହସ୍ପିଟାଲ ଯୋଜନାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଖପ୍ରାଖୋଲ ଭିଡିଓ କନଫରେନ୍ସ ମାଧ୍ୟମରେ ଆମ ହସ୍ପିଟାଲ ଯୋଜନାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଖପ୍ରାଖୋଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୋ’ ହସ୍ପିଟାଲ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟରେ ୧୫ ଜିଲ୍ଲାରେ ୬୭ଟି ‘ଆମ ହସ୍ପିଟାଲ’ର ରୂପାନ୍ତରୀକରଣ କାର୍ଯ୍ୟ ଶୁଭାରମ୍ଭ କରିଛନ୍ତି । ସ୍କୁଲ ରୂପାନ୍ତୀକରଣ ଭଳି ହସ୍ପିଟାଲ ରୂପାନ୍ତରୀକରଣ ମଧ୍ୟ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଶୁଭାରମ୍ଭ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରି ଏହା ଦ୍ୱାରା ଲୋକମାନଙ୍କୁ ଗୁଣାତ୍ମକ ଚିକିତ୍ସା ସୁବିଧା ମିଳିବ ବୋଲି କହିଛନ୍ତି । ଏହି ଅବସରରେ ଖପ୍ରାଖୋଲ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ଖେଳପଡିଆ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ଼ ଉପଜିଲ୍ଲାପାଳ ଅମିତକୁମାର ନାଏକ ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ପାଟଣାଗଡ଼ ଉପଖଣ୍ଡ ପୋଲିସ ଅଧ୍ୟକ୍ଷ ସଦାନନ୍ଦ ପୁଝାରୀ, ଖପ୍ରାଖୋଲ ବ୍ଲକ ଅଧ୍ୟକ୍ଷା ନିରୁପମା ପଟେଲ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିବେକାନନ୍ଦ ଷଡ଼ଙ୍ଗୀ, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ସୁରଜ କୁମାର ଦୀପ, ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର ଯୋଗଦେଇ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କ ଉଦ୍ୟମକୁ ଉଚ୍ଚ ପ୍ରଶଂସା କରିଥିଲେ । ବରିଷ୍ଠ ବିଜେଡି ନେତା ପବିତ୍ର ପଟେଲ, ବିଧାୟକ ପ୍ରତିନିଧି ରମେଶ ପଧାନ, ବ୍ଲକ ଉପାଧ୍ୟକ୍ଷ ଶୁଖିରାମ ଷାଣ୍ଢ, ଖପ୍ରାଖୋଲ ଥାନାଧିକାରୀ ନରେନ୍ଦ୍ର ଛତ୍ର, ଲାଠୋର ଥାନାଧିକାରୀ ରାକେଶ ବେହେରାଙ୍କ ସମେତ ଏସ୍‌ଏଚ୍‌ଜି ମହିଳା ଗୋଷ୍ଠୀ ଓ ଜନସାଧାରଣ ଉପସ୍ଥିତ ଥିଲେ । ଖପ୍ରାଖୋଲ ସ୍ୱାସ୍ଥ୍ୟକେନ୍ଦ୍ରର କର୍ମଚାରୀ ଏବଂ ବ୍ଲକ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ବଲାଙ୍ଗିର ରୁ ଦୁର୍ଯ୍ୟୋଧନ ବର୍ଗେ ଙ୍କ ରିପୋର୍ଟ୍ 

Related posts

ମିଲେଟ ମିଶନ ତରଫରୁ ଅଞ୍ଚଳାରେ ମିଲେଟ ମଦର କାର୍ଯ୍ୟକ୍ରମ 

masiha

ତଳମଲା ସ୍କୁଲରେ ବାର୍ଷିକ କ୍ରୀଡା ପୁରସ୍କାର ବିତରଣ ଉତ୍ସବ

Sunil Chandra Nayak

୮୦ ବର୍ଷୀୟ ବୃଦ୍ଧଙ୍କୁ ଆଧାର କାର୍ଡ ସାଜିଛି ବାଧକ,ଭତ୍ତା ରୁ ବଂଚିତ

Sunil Chandra Nayak

Leave a Comment

error: Content is protected !!