ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର  

ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର  

 ଡାବୁଗାଁ, ୨୯/୨ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ୨୦୨୩-୨୪ ଆର୍ଥିକ ବର୍ଷର ୧ ଏପ୍ରିଲ ୨୦୨୩ ଠାରୁ ୩୦ ସେପ୍ଟେମ୍ବର ୨୦୨୩ ପର୍ଯ୍ୟନ୍ତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଗୁଡିକ ଉପରେ ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ ଙ୍କ ଅଧକ୍ଷତାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଏମଜିଏନଆରଇଜିଏସ ଯୋଜନା ସମ୍ପର୍କିତ ପ୍ରକଳ୍ପ ଗୁଡିକ ଉପରେ ଆଲୋଚନା ହୋଇଥିଲା | ଏହି ଯୋଜନାରେ ଜବକାର୍ଡ ଧାରି ଶ୍ରମିକ ମାନେ କେତେଦିନ କାର୍ଯ୍ୟ କରିଛନ୍ତି , ମଜୁରି ପାଇଛନ୍ତି କି ନାହିଁ, ହିତାଧିକାରୀ ସଂପୂର୍ଣ୍ଣ ଅର୍ଥ ପାଇଛି କି ନାହିଁ ତାହାର ସମୀକ୍ଷା କରାଯାଇଥିଲା | ଏଥିରେ ଗତ ୨୦୨୩-୨୪ ଆର୍ଥିକ ବର୍ଷ ରେ ଏହି ଯୋଜନାରେ ୧ ଏପ୍ରିଲ ୨୦୨୩ ଠାରୁ ୩୦ ସେପ୍ଟେମ୍ବର ୨୦୨୩ ସୁଧା ୧୮ କୋଟି ୭୫ ଲକ୍ଷ ୯୭ ହଜାର ଟଙ୍କା ବ୍ୟୟ କରାଯାଇଛି | ସେପ୍ଟେମ୍ବର ୨୦୨୩ ସୁଧା ୧୦ ଲକ୍ଷ ଟି କାର୍ଯ୍ୟ ଦିବସ ସୃଷ୍ଟିକରିବା ପାଇଁ ଟାର୍ଗେଟ ଦିଆଯାଇଥିବା ବେଳେ ୭ ଲକ୍ଷ ୭୦ ହଜାର ୨୨୪ ଟି କାର୍ଯ୍ୟ ଦିବସ ସୃଷ୍ଟି କରାଯାଇଥିଲା | ଏଥିରେ ୧୪ ହଜାର ୫୮୫ ଟି ପରିବାର କୁ ପଞ୍ଜୀକୃତ ହୋଇଥିବା ବେଳେ ୧୨ ହଜାର ୪୨ ଟି ପରିବାରକୁ କାର୍ଯ୍ୟ ୧ ଏପ୍ରିଲ ୨୦୨୨ ଠାରୁ ୩୦ ସେପ୍ଟେମ୍ବର ୨୦୨୩ ପର୍ଯ୍ୟନ୍ତ ମୋଟ ୨୫୪୩ ପରିବାର କୁ ୧୦୦ ଦିନ ର କାର୍ଯ୍ୟ ପୂରଣ କରିଛନ୍ତି | ଏଥିରେ ମୋଟ ୨୮୦୨ ଟି ପ୍ରକଳ୍ପ ରୁ ୫୯୫ ଟି ପ୍ରକଳ୍ପ ସଂପୂର୍ଣ୍ଣ କରାଯାଇ ଥିବା ଏହି ଜନଶୁଣାଣି ରେ ଉପସ୍ଥାପିତ କରାଯାଇଥିଲା | କେତୋଟି ପ୍ରକଳ୍ପର କାର୍ଯ୍ୟ ଚାଲୁଥିବା ବେଳେ ସାଇନ ବୋର୍ଡ ନଥିବା ଆଦି ତ୍ରୁଟି ଦେଖାଦେଇଥିବା ଉପସ୍ଥାପନ ହୋଇଥିଲା | ଏଣୁ ଏହି ତୃଟିର ସମାଧାନ ପାଇଁ ଚେଷ୍ଟା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା | ଏଥିରେ ନବରଙ୍ଗପୁର ଜିଲା ପରିଷଦର ଜିଲା ସାମାଜିକ ସମୀକ୍ଷକ ବୈବସୂତ ଚାଲାଣ ଉପସ୍ଥିତ ସରକାରୀ କର୍ମଚାରୀଙ୍କୁ ସାମାଜିକ ସମୀକ୍ଷାରେ ଦେଖାଯାଇଥିବା ତ୍ରୁଟି ଗୁଡିକ ଯେପରି ଭବିଷ୍ୟତରେ ପୁନରାବୃତ୍ତି ନହୁଏ ସେଥି ପ୍ରତି ଦୃଷ୍ଟି ଦେଇ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ | ଏଥିରେ ବିଡିଓ ଶରତ ମାଝି, ଏବିଡିଓ ପଦ୍ମନାଭ ତ୍ରିପାଠୀ, ଜୋନ-୨ ଜିଲାପରିଷଦ ସଭ୍ୟ ଗୁପ୍ତ ବିଶୋୟୀ, ଜନ ଶୁଣାଣୀ କମିଟି ସଭ୍ୟ ସୁରେନ୍ଦ୍ର କୁମାର ମିଶ୍ର, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ବର୍ଣ୍ଣବାସ ନାୟକ, ବ୍ଲକ ସାମାଜିକ ସମୀକ୍ଷକ ଶାରଦା ତ୍ରିପାଠୀ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଯୋଗାଣ ନିରିକ୍ଷକ ରାମଚନ୍ଦ୍ର ଖିଲ, ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ, ସହକାରୀ ଉଦ୍ୟାନ ଅଧିକାରୀ ରବିଚନ୍ଦ୍ର ପଣ୍ଡା, ମୃତ୍ତିକା ସଂରକ୍ଷଣ ରେଞ୍ଜର ଗୌତମ ସେଠୀ, ବନରକ୍ଷୀ ମନୋରଞ୍ଜନ ନାୟକ, ସମସ୍ତ ସରପଞ୍ଚ , ସମିତି ସଭ୍ୟା ସଭ୍ୟ , ପଞ୍ଚାୟତ ନିର୍ବାହୀ ଅଧିକାରୀ , ଗ୍ରାମ ରୋଜଗାର ସେବିକା ସେବକ ଓ ଜବ କାର୍ଡ ଧାରୀ ଶ୍ରମିକ ମାନେ ଯୋଗଦେଇଥିଲେ | ଏହି କାର୍ଯ୍ୟକ୍ରମକୁ ଏମଜିଏନଆରଇଜିଏସ ସହାୟକ ବିଦ୍ୟାଧର ବିଶୋଇ ପରିଚାଳନା କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଭୀମା ପତ୍ରିକାର ଉନ୍ମୋଚନ ସକାଶେ ପ୍ରସ୍ତୁତି ବୈଠକ

Sunil Chandra Nayak

ଇଏସ୍ଆଇସିର ପାତର ଅନ୍ତର ନୀତି ବିରୋଧରେ ଇଏସ୍ଆଇ ବୀମାଭୁକ୍ତ କର୍ମଚାରୀଙ୍କ ଧାରଣା ଦ୍ବିତୀୟ ଦିନରେ

Sunil Chandra Nayak

ସମାଜସେବୀ ଙ୍କ ବସ୍ତି ଅଭିଯାନ

masiha

Leave a Comment

error: Content is protected !!