ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ନବରଙ୍ଗପୁର:(୦୭/୦୩ ) ନବରଙ୍ଗପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ, ତରଫରୁ ଜିଲ୍ଲା କୋର୍ଟ ପରିସରରେ ମହିଳା ଆଇନଜୀବି, ଜିଲ୍ଲା କୋର୍ଟର ମହିଳା କର୍ମଚାରୀ ଏବଂ ସ୍ଵୟଙ୍ଗ ସହାୟକ ଗୋଷ୍ଠୀର ମହିଳା ମାନଙ୍କୁ ନେଇ ଆନ୍ତର୍ଜାତୀୟ ମହିଳା ଦିବସ ୨୦୨୪ ଅବସରରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ ସଂଜୀବ ଦୁବେଙ୍କ ନିର୍ଦେଶ କ୍ରମେ ଆୟୋଜିତ ହୋଇଥିଲା । ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ ସଂଜୀବ ଦୁବେ ଯୋଗଦେଇଥିଲେ । ଜିଲ୍ଲା ଆଈନ ସେବା ପ୍ରାଧିକରଣର, ନବରଙ୍ଗପୁରର ଭାରପ୍ରାପ୍ତ ସଚିବ ସୁକାନ୍ତ କିଶୋର ଜେନା ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପରିବାର ବିଚାରବିଭାଗୀୟ ଜର୍ଜ ଡକ୍ଟର ମୁନରାନୀ ମିଶ୍ର, ଅତିରିକ୍ତ ଜିଲ୍ଲା ଜର୍ଜ (POCSO) ଶିବ ପ୍ରସାଦ ମିଶ୍ର, ମୁଖ୍ୟବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀଯୁକ୍ତ ବିନୋଦ ବିହାରୀ ସାହୁ, ଉପଖଣ୍ଡ ବିଚାର ବିଭାଗୀୟ ଦଣ୍ଡାଧିକାରୀ, ନବରଙ୍ଗପୁର ପ୍ରଜ୍ଞା ପଣ୍ଡା, ଦ୍ଵିତୀୟଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ ରାଜେଶ ମିଶ୍ର, ଜିଲ୍ଲା ଆଈନଜୀବି ସଂଘର ସମ୍ପାଦକ ତପନ ସିଂହ ଏବଂ ସମାଜ ସେବୀ ମନୋରମା ମାଝି ଯୋଗଦେଇ ମହିଳା ମାନଙ୍କ ପାଇଁ ଥିବା ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା କରିଥିଲେ। ଅନ୍ୟାନ୍ୟ ଅତିଥି ଭାବେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର ମଳୟ କୁମାର ତ୍ରିପାଠୀ ଯୋଗ ଦେଇଥିଲେ । ପ୍ରାକ ପ୍ରସୂତି ନିଦାନ କୌଶଳ, ପୀଡିତାଙ୍କ ନିମନ୍ତେ ଆର୍ଥିକ ସହାୟତା ବ୍ୟବସ୍ଥା, କର୍ମ କ୍ଷେତ୍ରରେ ମହିଳା ମାନଙ୍କୁ ଯୌନ ନିର୍ଯାତନରୁ ସୁରକ୍ଷା ପ୍ରଦାନ ବ୍ୟବସ୍ଥା, ଶିଶୁ ମାନଙ୍କୁ ଯୌନ ନିର୍ଯାତନରୁ ସୁରକ୍ଷା ପ୍ରଦାନ ସମ୍ପର୍କିତ ଆଇନ ବିଷୟରେ ଆଇନ ସଚେତନତା ଶିବିରରେ ଆଲୋକପାତ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଈନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ପରିଚାଳନା କରଯାଇଥିଲା ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଜୋର ଧରିଲା ନୂତନ ବ୍ଲକ ପ୍ରତିଷ୍ଠା ଦାବି

masiha

ପୁଣି ସ୍ଥିତି ଜାହିର୍ କଲା ଲାଲ୍ ବାହିନୀ : ଆସନ୍ତା ୨୧ ରୁ ପ୍ରତିଷ୍ଠା ଦିବସ ପାଳନ ପାଇଁ ବ୍ୟାନର ମାଧ୍ୟମରେ ଆହ୍ବାନ 

Sunil Chandra Nayak

ଗୋତୋମୁଣ୍ଡା ଓ ମୋଟେର ପଞ୍ଚାୟତରେ ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

Leave a Comment

error: Content is protected !!