ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଭଇଁଷା ଗ୍ରାମରୁ ୧ ଲକ୍ଷ ୩୭ ହଜାର ୫୦୦ ଟଙ୍କିଆ ନକଲି ନୋଟ୍‌ ଜବତ : ଦୁଇ ଅଭିଯୁକ୍ତ ଗିରଫ

ଭଇଁଷା ଗ୍ରାମରୁ ୧ ଲକ୍ଷ ୩୭ ହଜାର ୫୦୦ ଟଙ୍କିଆ ନକଲି ନୋଟ୍‌ ଜବତ : ଦୁଇ ଅଭିଯୁକ୍ତ ଗିରଫ

ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଭଇଁଷା ଗ୍ରାମରେ ଲକ୍ଷାଧିକ ନକଲି ନୋଟ୍‌ ଜବତ ହୋଇଥିବା ବେଳେ ଦୁଇଜଣ ଅଭିଯୁକ୍ତଙ୍କୁ ପାଟଣାଗଡ଼ ପୋଲିସ ଗିରଫ କରିଥିବା ଜଣାପଡିଛି । ସୂଚନାନୁଯାୟୀ ଗତ ୨୨ ତାରିଖରେ ଗ୍ରାମରେ ଭଗବାନଙ୍କ ନାମ ସଙ୍କୀର୍ତ୍ତନ ଚାଲିଥିବା ବେଳେ ୫୦୦ ଟଙ୍କିଆ ନକଲି ନୋଟ ଗୋଟିଏ ଦୋକାନରେ ଚଳପ୍ରଚଳ କରୁଥିବା ସମୟରେ ସ୍ଥାନୀୟ ସରପଞ୍ଚ ନୋଟକୁ ଦେଖି ନକଲି ନୋଟ ହୋଇଥିବା ସନ୍ଦେହ କରି ପାଟଣାଗଡ଼ ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ଭାଇଁଷା ଗ୍ରାମର ବରୁଣ ପାନୁଆନ ଘରେ ଚଢାଉ କରି ୨୭୪ଟି ନକଲି ୫୦୦ ଟଙ୍କିଆ ନୋଟ, କମ୍ପ୍ୟୁଟର, ପ୍ରିଣ୍ଟର, ନକଲି ନୋଟ ପାଇଁ ବ୍ୟବହାର କରୁଥିବା ପେପର ଓ ବ୍ୟବହୃତ ସାହି ଜବତ କରି ପାଟଣାଗଡ଼ ଥାନାକୁ ଆଣିଥିଲେ । ଘଟଣାର ଅଧିକ ତଦନ୍ତ କରିବା ପରେ ଦେଓଗାଁ ଥାନା ବୁଢାବାହଲ ଗ୍ରାମର ରୋହିତ ବସ୍ତିଆ ନକଲି ନୋଟ ରେକେଟରେ ସମ୍ପୃକ୍ତ ଥିବା ପୋଲିସ ଜାଣିବାକୁ ପାଇଥିଲା । ଏନେଇ ଉକ୍ତ ଘଟଣାରେ ଦୁଇଜଣଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରାଯାଇଥିବା ବେଳେ ଘଟଣାରେ କେଉଁ କେଉଁ ଲୋକ ସମ୍ପୃକ୍ତ ଅଛନ୍ତି ଆହୁରି ତଦନ୍ତ କରୁଥିବା ପାଟଣାଗଡ଼ ଏସ୍‌ଡ଼ିପିଓ ସଦାନନ୍ଦ ପୁଝାରୀ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି।

ବଲାଙ୍ଗିର ରୁ ଦୁର୍ଯ୍ୟୋଧନ ବର୍ଗେ ଙ୍କ ରିପୋର୍ଟ୍ 

Related posts

ବିଜେପୁର ଥାନାଞ୍ଚଳରେ ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ବିଷ ଖାଇ ବୃଦ୍ଧ ଙ୍କ ଆତ୍ମହତ୍ୟା 

Sunil Chandra Nayak

ଏ ଏସ୍ ଆଇ ଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର 

masiha

Leave a Comment

error: Content is protected !!