ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶତାୟୁ,ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳରେ ୮୯ ତମ ଓଡ଼ିଶା ଦିବସ -୨୦୨୪ ପାଳିତ

ଶତାୟୁ,ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳରେ ୮୯ ତମ ଓଡ଼ିଶା ଦିବସ -୨୦୨୪ ପାଳିତ

ଶତାୟୁ,ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ପରିସରରେ ୮୯ ତମ ଓଡ଼ିଶା ଦିବସ-୨୦୨୪ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ,ଓଡ଼ିଶା ଶିକ୍ଷା ସେବା -୧(କନିଷ୍ଠ)ଙ୍କ ଅବାହକତ୍ବରେ ଓ ମାର୍ଗଦର୍ଶନରେ ସହକାରୀ ଶିକ୍ଷକ ତଥା ଶିଶୁ ବିଜ୍ଞାନ କଂଗ୍ରେସର ରାଜ୍ୟ ପୁରସ୍କାର ପ୍ରାପ୍ତ ଢେଙ୍କାନାଳ ଜିଲ୍ଲା ସଂଯୋଜକ ଡ଼ା.ଦେବୀ ପ୍ରସାଦ ମିଶ୍ରଙ୍କ ସଂଯୋଜନାରେ, ସାଂସ୍କୃତିକ ବିଭାଗ ଦାୟିତ୍ୱରେ ଥିବା ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର,ସଂସ୍କୃତ ଶିକ୍ଷକ ଦୀପ୍ତିଶ କୁମାର ଶତପଥୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଓ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ,ଶିକ୍ଷକ ତଥା କର୍ମଚାରୀବୃନ୍ଦଙ୍କ ମିଳିତ ସହଯୋଗରେ ଅନୁଷ୍ଠିତ ଏହି ଉତ୍ସବରେ ବରିଷ୍ଠ ଶିକ୍ଷକ ଡ଼ା.ଦେବୀ ପ୍ରସାଦ ମିଶ୍ର ସଭାପତିତ୍ୱ କରିଥିଲେ।ଓଡ଼ିଶା ଦିବସ ଉପଲକ୍ଷେ ଅନୁଷ୍ଠିତ ବ୍ଲକ ସ୍ତରରେ,ଜିଲ୍ଲାସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରରେ ଯୋଗଦାନ କରି ଉଚ୍ଚ ପ୍ରଶଂସିତ ହୋଇ ପୁରସ୍କୃତ ହୋଇଥିବା ବିଦ୍ୟାଳୟର ଦଶମଶ୍ରେଣୀ ଛାତ୍ର ଆଶୁତୋଷ ତ୍ରିପାଠୀ,ଦଶମ ଶ୍ରେଣୀ ଛାତ୍ରୀ ଚିନ୍ମୟୀ ବେହେରା ଙ୍କ ସମେତ ଅନେକ ଛାତ୍ରୀ,ଛାତ୍ର ସ୍ଵୀୟ ବକ୍ତବ୍ୟରେ ଓଡ଼ିଶା ଦିବସ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରି ଓଡ଼ିଶାର ସର୍ବାଙ୍ଗୀନ ବିକାଶରେ ସହଭାଗୀ ହୋଇ ଆଗେଇ ଆସିବାକୁ ଦୃଢ଼ ଆହ୍ୱାନ ଦେଇଥିଲେ। ସଂଯୋଜକ ତଥା ସଭାପତି ଡ଼ା. ଦେବୀ ପ୍ରସାଦ ମିଶ୍ର ସ୍ଵୀୟ ବକ୍ତବ୍ୟରେ ଓଡ଼ିଶା ଦିବସ ପାଳନର ଆବଶ୍ୟକତା,ଉଦ୍ଦେଶ୍ୟ,ଯଥାର୍ଥତା, ଆଭିମୁଖ୍ୟ ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରିବା ସଙ୍ଗେ ସଙ୍ଗେ ଓଡ଼ିଆ ଭାଷାର ସୁରକ୍ଷା ହିଁ ଓଡ଼ିଶାର ଅସ୍ମିତା ରକ୍ଷାର ପ୍ରଥମ ସୋପାନ ବୋଲି ଦୃଢ଼ ମତପୋଷଣ କରି ସମସ୍ତେ ଏଥିପାଇଁ ସମ୍ମିଳିତ ଉଦ୍ୟମ ଜାରି ରଖିବାକୁ ଦୃଢ଼ ଆହ୍ୱାନ ଜଣାଇଥିଲେ ଓ ଓଡ଼ିଆ ଭାଷା ସୁରକ୍ଷା ସମ୍ପର୍କରେ ସ୍ୱରଚିତ ଦୁଇଟି କବିତା ଆବୃତ୍ତି କରିଥିଲେ।ଏହି ଅବସରରେ ବିଦ୍ୟାଳୟରେ ଅବସ୍ଥାପିତ ପଞ୍ଚସଖା, ବ୍ରଜନାଥ ବଡ଼ଜେନା, ନୃସିଂହ କାନୁନଗୋ,ଉତ୍କଳ ଗୌରବ ମଧୁସୂଦନ ଦାସ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଗଣେଶ,ସରସ୍ୱତୀ ଓ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ,ଧୂପ ଦୀପ ଅର୍ପଣ କରାଯାଇ ସମ୍ମିଳିତ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତଗାନ କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ,ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସାରଙ୍ଗଧର ସାହୁ, ଉପସଭାପତି ସୁପ୍ରଭା ସ୍ୱାଇଁ,ସଦସ୍ୟା ଝରଣା ପାତ୍ର,ମୀନା ନାଏକ,ସୀମା ରାଣୀ ସାହୁ,ପ୍ରଭାସିନୀ ସାହୁ,ବିଜୟଲକ୍ଷ୍ମୀ ଜେନା,ଲକ୍ଷ୍ମୀକାନ୍ତ ଜେନା,ଦିଲାବର ହୁସେନ,ବିରଞ୍ଚି ନାଏକ, ବରିଷ୍ଠ ଶିକ୍ଷକ ଡ଼ା.ଦେବୀ ପ୍ରସାଦ ମିଶ୍ର,ଧ୍ୟାନଚାନ୍ଦ ମିଶ୍ର, ସୁନିତାବାଳା ଷଡ଼ଙ୍ଗୀ,ସ୍ୱାଗତିକା ରଥ,ସୁଜାତା ପଣ୍ଡା,ଡ଼ଃ ଅନୁପମା ମିଶ୍ର,କିଶୋର ଚନ୍ଦ୍ର ସାମଲ,କିରଣମୟୀ ମାହାଳିକ, ଦିପ୍ତୀଶ କୁମାର ଶତପଥୀ,କଲ୍ୟାଣୀ ବଡ଼ଜେନା,ସ୍ମିତିସୁଧା ଜେନା,ସୁଚିତ୍ରା ସାହୁ,କିରଣ କଣ୍ଟା,ଭୂପେନ୍ଦ୍ର ସିଂ ମାଝୀ,ସପର୍ଯ୍ୟା ଶୁଭଶ୍ରୀ ମିଶ୍ର,ଅନୁପମା ପଣ୍ଡା,କ୍ଷୀରାବଧିତନୟା ମହାପାତ୍ର, ସୁନିତା ନାଥ,ସ୍ମିତା ପଟ୍ଟନାୟକ, ଅନିତା ସାହୁ,ଶୁଭଶ୍ରୀ ଦେବସ୍ମିତା ରାଉତ,ସୁଜିତ କୁମାର ବାରା,ପ୍ରଫୁଲ୍ଲ ବିଶ୍ଵାଳ, ବାସୁଦେବ ରଣା,ମମତା ବେହେରା,ରୁଦ୍ରାକ୍ଷ ଗଡନାୟକ, ସନ୍ତୋଷ ଜେନା,ନରହରି ଗୋଛାୟତ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।ଶତାୟୁ,ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳର ବରିଷ୍ଠ ସହକାରୀ ଶିକ୍ଷକ ଡ଼ା. ଦେବୀ ପ୍ରସାଦ ମିଶ୍ର ଆଜିର ସମସ୍ତ କାର୍ଯ୍ୟକ୍ରମର ସାମଗ୍ରିକ ସଫଳତା ପାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଢେଙ୍କାନାଳରୁ ନାୟକ ଅକ୍ଷୟ ରାଜହସ୍ତୀଙ୍କ ରିପୋର୍ଟ୍

Related posts

ଅତିରିକ୍ତ କମିଶନରଙ୍କ ବିରୋଧରେ ଦେବୋତ୍ତର ବିଭାଗ ନିକଟରେ ଅଭିଯୋଗ କଲା ମନ୍ଦିର ଟ୍ରଷ୍ଟ ବୋର୍ଡ

masiha

ଚାଣକ୍ୟ କ୍ଲାସ ତରଫରୁ ଯୋଗ ଶିବିର ଓ ମେଧାର୍ଥୀଙ୍କୁ ସମ୍ବର୍ଦ୍ଧିତ 

masiha

ଡିଲେଶ୍ୱର ଓ ସନତଙ୍କ ସମେତ ୭ଜଣ ପ୍ରକୃତି ବନ୍ଧୁ ପୁରସ୍କାରରେ ହେଲେ ସମ୍ମାନିତ 

masiha

Leave a Comment

error: Content is protected !!