ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଇନ ମହାବିଦ୍ୟାଳୟରେ ଛାତ୍ର ଛାତ୍ରୀ ମାନଙ୍କୁ ବିଦାୟ ସମ୍ବର୍ଦ୍ଧନା 

ଆଇନ ମହାବିଦ୍ୟାଳୟରେ ଛାତ୍ର ଛାତ୍ରୀ ମାନଙ୍କୁ ବିଦାୟ ସମ୍ବର୍ଦ୍ଧନା 

ରାଉରକେଲା: ରାଉରକେଲା ଆଇନ ମହାବିଦ୍ୟାଳୟର ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଶେଷ ବର୍ଷ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା l ଏଥିରେ ମହାବିଦ୍ୟାଳୟର ଅଧକ୍ଷ ଡ ବିଭୂରଞ୍ଜନ ପଟ୍ଟନାୟକ, ଅଧ୍ୟାପକ ଓ ଅଧ୍ୟାପିକା ମାନେ ଯୋଗଦେଇ ଶେଷ ବର୍ଷ ଛାତ୍ରଛାତ୍ରୀ ମାନଙ୍କୁ ବିଦାୟ ସମ୍ଭାଷଣ ଜଣାଇ ଆଗାମୀ ଜୀବନ ପାଇଁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଥିଲେ l ବିଦାୟୀ ଛାତ୍ର ଛାତ୍ରୀ ମାନେ ମହାବିଦ୍ୟାଳୟରେ ବିତାଇଥିବା ମୁହୁର୍ତ୍ତର ସ୍ମୃତି ଚାରଣ କରିବା ସହ ଅଧ୍ୟାପକ ଅଧ୍ୟାପିକା ଙ୍କ ଭୂମିକା ଉପରେ ଆଲୋଚନା କରିଥିଲେ । ପରିଚାଳନା କମିଟିର ନିର୍ଦ୍ଦେଶ କ୍ରମେ ଶେଷବର୍ଷ ର ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ସ୍ମୃତିଫଳକ ପ୍ରଦାନ କରାଯାଇଥିଲା । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା l ଏତଦ ବ୍ୟତୀତ ପ୍ରଥମ ଓ ଦ୍ୱିତୀୟ ବର୍ଷ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଶେଷବର୍ଷ ଛାତ୍ରଛାତ୍ରୀ ମାନଙ୍କୁ ଉପହାର ପ୍ରଦାନ କରାଯାଇ ସଭା ସାଙ୍ଗ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଅଧ୍ୟାପିକା ସର୍ବଶ୍ରୀ ଡ ସମ୍ପାଦିକା ମହାନ୍ତି, ଡ ପ୍ରଜ୍ଞା ପରମିତା ପଣ୍ଡା,ଡ଼ଃ ଦ୍ବିବେନ୍ଦୁ କୁମାର ପଣ୍ଡା, ତନ୍ମୟରାଜ ପାଢ଼ୀ, ମନୋରଞ୍ଜନ ମହାନ୍ତି, ସୁଜାତା ନାୟକ, ଦେବାଶିଷ ବେହେରା, ଅକ୍ଷୟ ଦାଶ, ଲକ୍ଷ୍ମୀପ୍ରିୟା ସାହୁ, ଅନିତା ଜେନା, ହୃଦୟାନନ୍ଦ ମହାନ୍ତି, ନନ୍ଦକିଶୋର ମହନ୍ତ, ଆୟୁଷ୍ମାନ ସାହୁ, ଦେବକୀ କାରୁଆ, ରବିନ୍ଦ୍ର ବାଲମୁଚୁ, ନିତ୍ୟାନନ୍ଦ ବିଶୋଇ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଜାତୀୟ ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀରାଜନାଥ ସିଂହଙ୍କ ଆସନ୍ତା ୨୨ତାରିଖରେ ନବରଙ୍ଗପୁର ଗସ୍ତକୁ ନେଇ ବିଜେପିର ପ୍ରସ୍ତୁତି ବୈଠକ 

masiha

ପୁରୁଣାସରରେ କଳସ ଶୋଭାଯାତ୍ରା

Sunil Chandra Nayak

ରକ୍ତଦାତା ଇଂ.ବିପ୍ର ରଂଜନ ନାୟକ : ଯୁବ ସମାଜର ଜାଗ୍ରତ ସ୍ୱର ଓ ସ୍ୱାକ୍ଷର 

masiha

Leave a Comment

error: Content is protected !!