ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡକ୍ଟର ସଦାଶିବ ତ୍ରିପାଠୀ ଙ୍କ ଜୟନ୍ତୀ ପାଳନ

ଡକ୍ଟର ସଦାଶିବ ତ୍ରିପାଠୀ ଙ୍କ ଜୟନ୍ତୀ ପାଳନ

ନବରଙ୍ଗପୁର:( ୨୧/୦୪)(ରବି ନାରାୟଣ ମହାନ୍ତି) ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ, ଓଡିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ପାଳନ ଅବସରରେ ସ୍ଥାନୀୟ ସଦାଶିବ ପାର୍କ ସ୍ଥିତ ଡକ୍ଟର ସଦାଶିବ ତ୍ରିପାଠୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ)ମହେଶ୍ବର ଚନ୍ଦ୍ର ନାୟକ ଯୋଗଦେଇ ସଦାଶିବ ତ୍ରିପାଠୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ତାଙ୍କର ସ୍ମୃତିଚାରଣ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ନିର୍ବାହୀ ଅଧିକାରୀ ପୌରପାଳିକା ନବରଙ୍ଗପୁର ଶଙ୍କର କେରକେଟା,ଜିଲ୍ଲା ସଂସ୍କୃତି ଅଧିକାରୀ ଘାସିଆ ହରିଜନ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ,ପୌରପାଳିକା ନବରଙ୍ଗପୁର ର କର୍ମଚାରୀ, ପୌରପାଳିକା ଉଚ୍ଚବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଯୋଗଦେଇ ଡକ୍ଟର ସଦାଶିବ ତ୍ରିପାଠୀ ଙ୍କ ପ୍ରତିମୂର୍ତ୍ତି ରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ତେନ୍ତୁଳିଖୁଣ୍ଟି ନିକଟରେ ବେଆଇନ କାଠ ପରିବହନ ଗାଡ଼ି ଜବତ

Sunil Chandra Nayak

ବିଦ୍ୟାଷ୍ଟଡ଼ି ପଏଂଟରେ ଓଡ଼ିଆ ଅସ୍ମିତାର ମହାପର୍ବ ଉତ୍କଳ ଦିବସ ପାଳିତ

masiha

ବିଭିନ୍ନ ସ୍ଥାନରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

masiha

Leave a Comment

error: Content is protected !!