ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ଗାଁ ଗାଁ ବୁଲି ଭୋଟରଙ୍କୁ ଭେଟୁଛନ୍ତି ପ୍ରାର୍ଥିନୀ 

ଗାଁ ଗାଁ ବୁଲି ଭୋଟରଙ୍କୁ ଭେଟୁଛନ୍ତି ପ୍ରାର୍ଥିନୀ 

ଖଇରା,୨୮/୪/୨୪- ବାଲେଶ୍ବର ଜିଲ୍ଲା ସିମୁଳିଆ ନିର୍ବାଚନ ମଣ୍ଡଳୀ ଖଇରା ବ୍ଲକ ନୟାଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ସୁନ୍ଦରପୁର ଠାରେ ବିଜୁ ଜନତା ଦଳର କର୍ମୀ ଓ ସ୍ଥାନୀୟ ଗ୍ରାମବାସୀ ମାନଙ୍କୁ ସାକ୍ଷାତ କଲେ ସିମୁଳିଆ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀନୀ ସୁବାସିନୀ ସାହୁ ଏବଂ ରାଜନେତା ତଥା ସମାଜସେବୀ ଶଶୀ କୁମାର ସାହୁ ଓରଫ ଶଶୀ ନନା । କିଛି ସମୟ ଗ୍ରାମବାସୀ ମାନଙ୍କ ସହିତ ବର୍ତ୍ତାଳାପ କରିବା ପରେ ସେମାନଙ୍କର ସୁବିଧା ଅସୁବିଧା ବିଷୟରେ ପଚାରି ବୁଝିଥିଲେ । ପ୍ରଥମ କରି ବିଧାୟକ ପ୍ରାର୍ଥିନୀ ହୋଇଥିବାରୁ ଭୋଟ ଦେଇ ଜୟଯୁକ୍ତ କରିବା ପାଇଁ ସମସ୍ତଙ୍କୁ ନିବେଦନ କରିଥିଲେ । ନିର୍ବାଚନରେ ଜିତିଲା ପରେ ନିଶ୍ଚୟ ନିଶ୍ଚୟ ଗ୍ରାମର ସମସ୍ୟା ପ୍ରତି ଗୁରୁତ୍ୱ ଦେବେ ବୋଲି ଉପସ୍ଥିତ ଗ୍ରାମବାସୀ ମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ । ପ୍ରାର୍ଥିନୀଙ୍କ ଠାରୁ ପ୍ରତିଶ୍ରୁତି ପାଇ ସମସ୍ତେ ଖୁସି ହୋଇ ସହଯୋଗ କରିବେ ବୋଲି କହିଥିଲେ । ପ୍ରାର୍ଥିନୀ ଓ ତାଙ୍କ ସ୍ବାମୀ ସମାଜସେବୀ ଶ୍ରୀ ସାହୁ ସମସ୍ତଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଥିଲେ ।।

ବାଲେଶ୍ଵରରୁ ନରେନ୍ଦ୍ର ପ୍ରସାଦ ବେହେରାଙ୍କ ରିପୋର୍ଟ

Related posts

ଶ୍ରୀମନ୍ତ ରଥ ହେଲେ ଚାନ୍ଦାହାଣ୍ଡି ବ୍ଲକ ଯୁବ ହିନ୍ଦୁ ମହାସଂଘ ସଭାପତି

Sunil Chandra Nayak

ବିଜେପି ଦଳ ଛାଡିଲେ ରାଜ୍ୟ ମହିଳା ମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟା ହେମାଙ୍ଗିନି ହଂସ

masiha

“ଆଦିବାସୀ ଗୌରବ ପର୍ବ ” ପାଳନ ନିମନ୍ତେ ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ଙ୍କ ଦୁଇଦିନୀୟା ଗସ୍ତ

Sunil Chandra Nayak

Leave a Comment

error: Content is protected !!