ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଅବକାରୀ ଚଢାଉ ୧ ଗିରଫ 

ଅବକାରୀ ଚଢାଉ ୧ ଗିରଫ 

ଡାବୁଗାଁ, ୯/୫ (ମ.ନି.ସ.)- ନବରଙ୍ଗପୁର ଜିଲାର ଜିଲାପାଳ ଡ. କମଳ ଲୋଚନ ମିଶ୍ର ଓ ଜିଲା ଅବକାରୀ ଅଧିକ୍ଷକ ଅଭିରାମ ବେହେରା ଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ବିଭାଗ ତରଫରୁ ଡାବୁଗାଁ ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ଗୁରୁବାର ଚଢାଉ କରାଯାଇଥିଲା | ପୋଖନାଗୁଡା ଗ୍ରାମର ଙ୍କ ଏକ ଦୋକାନ ବାହାରେ ବିକ୍ରି ଉଦ୍ଦେଶ୍ୟରେ ବସ୍ତାରେ ମହୁଲ ରଖିଥିବା ବେଳେ ଅବକାରୀ ବିଭାଗ ଚଢାଉ କରି ୮୦୦ କି.ଗ୍ରା. ମହୁଲ ଜବତ କରଯାଇଥିଲା | ଏଥିରେ ସମ୍ପୃକ୍ତ ପୋଖନାଗୁଡା ଗ୍ରାମର କୃଷ୍ଣଚନ୍ଦ୍ର ମହାନ୍ତି (୪୬) କୁ ଗିରଫ କରାଯାଇଛି | ସମ୍ପୃକ୍ତ ଅଭିଯୁକ୍ତ ଙ୍କୁ ନୋଟିସ ଦେଇ ଛାଡି ଦିଆଯାଇଛି | ଏହି ଚଢାଉରେ ଡାବୁଗାଁ ଅବକାରୀ ଉପନିରିକ୍ଷକ ବୁଲୁ ପାତ୍ର, ସହ ଉପନିରିକ୍ଷକ ସୁରେନ୍ଦ୍ର କୁମାର ପଣ୍ଡା, କର୍ମଚାରୀ ସୁରେଖା ଭତ୍ରା, ନାରାୟଣ ମୁଦୁଲି ଓ ଶ୍ରୀକାନ୍ତ ବିଶୋୟୀ ପ୍ରମୁଖ ସାମିଲ ଥିଲେ | ଏନେଇ ଡାବୁଗାଁ ଅବକାରୀ କାର୍ଯ୍ୟ|ଳୟ କେସ ନଂ ୩୦/୨୦୨୪-୨୫ ରେ ଏକ ମାମଲା ରୁଜୁ କରାଯାଇଛି |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ବାଦାମପାହାଡରେ ବହୁ ଚର୍ଚ୍ଚିତ ଶିଶୁ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

Sunil Chandra Nayak

ଘର ଭିତରେ ଧାରୁଆ ବ୍ଲେଡ ରେ କାଟି ହୋଇ ଆତ୍ମ ହତ୍ୟା

masiha

ଅନ୍ଧାରର ସୁଯୋଗ ନେଇ ବିଦ୍ୟାଳୟରୁ ଚୋରି

Sunil Chandra Nayak

Leave a Comment

error: Content is protected !!