ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଟେଵଲ ଟପ ଏକ୍ସରସାଇଜ ଓ ମକ ଡ୍ରିଲ୍ଲ ଦ୍ୱାରା ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲ୍ଲାରେ ପ୍ରସ୍ତୁତି 

ଟେଵଲ ଟପ ଏକ୍ସରସାଇଜ ଓ ମକ ଡ୍ରିଲ୍ଲ ଦ୍ୱାରା ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲ୍ଲାରେ ପ୍ରସ୍ତୁତି 

ରାୟଗଡ:-ତା.୧୩/୦୬-ରାୟଗଡ ଜିଲ୍ଲା ସ୍ଥରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା ପ୍ରସ୍ତୁତ ବୈଠକ ଆଜି ଜିଲ୍ଲାପାଳ ରାୟଗଡ,ଶ୍ରୀ ମନୋଜ ସତ୍ୟବାନ ମହାଜାଙ୍କ ଅଧ୍ୟକ୍ଷତlରେ  ଟେବୁଲଟପ ବୈଠକ ଅନୁଷ୍ଠିତ ହୋଇଯାଇଛି l ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ତ୍ରିନାଥ ମାଝୀ, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ଚନ୍ଦ୍ର ରଇତ, ଜିଲ୍ଲା ମୁଖ୍ୟ ବିକାଶ ଅଧିକାରୀ ନିହାର ରଞ୍ଜନ କହଁର, ଉପଜିଲ୍ଲାପାଳ ଗୁଣୁପୁର ଶ୍ରୀମତୀ କିରଣଦୀପ କୌର ସାହାଟେ, ଉପଜିଲ୍ଲାପାଳ ରାୟଗଡ, ଶ୍ରୀମତୀ କଲ୍ୟାଣୀ ସଂଘମିତ୍ରା ଦେଵୀ,ଜିଲ୍ଲା ସ୍ଥରୀୟ ଅଧିକାରୀ ମାନେ, ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ,ଅଗ୍ନିଶମ ବିଭାଗ,ବିଦ୍ୟୁତ ବିଭାଗ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସମସ୍ତ ତହସିଲଦାରମାନେ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ଏହି ବୈଠକରେ ବିଶେଷ କରି ବର୍ଷାଦିନେ ସମ୍ବାବ୍ୟ ବନ୍ୟା ଓ ବତ୍ୟାର କିପରି ମୁକାବିଲା କରାଯାଇପାରିବ ସେଥିନିମନ୍ତେ ପ୍ରଦର୍ଶନୀ ଓ ମୋକ ଡ୍ରିଲ କିପରି ଭାବରେ ଆୟୋଜନ କରାଯିବ ସେଥିପାଇଁ ବିସ୍ତ୍ରୁତଭାବେ ଆଲୋଚନା କରିଥିଲେ l ଓଡିଶା ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ ଓ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ଆଜିର ଏହି ଜିଲ୍ଲା ସ୍ଥରୀୟ ବୈଠକରେ ଆଲୋଚନା କରାଯାଇଥିଲା l ଆସନ୍ତା ତା ୧୮/୦୬/୨୩ରିଖଦିନ ଜିଲ୍ଲା ସଦର ମହକୁମା ଓ ପ୍ରତ୍ୟେକ ବ୍ଳକରେ ଟେବୁଳ ଟୋପ ବୈଠକରେ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ଉପରେ ବିଭିନ୍ନ ବିଭାଗ ସହିତ ଆଲୋଚନା କରାଯିବ ଏବଂ ଅଗ୍ନୀଶମ୍ମ ବିଭାଗ ତରଫରୁ ବିପର୍ଯ୍ୟୟ ମୁକାବିଲା ସମ୍ବନ୍ଧରେ ପ୍ରଦର୍ଶନ କରିବେ ବୋଲି ଅତିରିକ୍ତଜିଲ୍ଲାପାଳ ଶ୍ରୀ ଜିଲ୍ଲାପାଳ ଶ୍ରୀ ମହାଜନ ନିର୍ଦ୍ଦେଶ ଦେଇଛନ୍ତି l ସେହିପରି ଆସନ୍ତା ୧୯/୦୬/୨୩ରିଖଦିନ ଜିଲ୍ଲାର ତିନୋଟି ବହୁମୂଖୀ ଆଶ୍ରୟ ସ୍ଥଳି ଯଥା ରାୟଗଡ ବ୍ଲକର ହାଟ ଶେଷଖାଲ ,ବିଷମ କଟକ କୁଟ୍ରାଗଡ଼ ଏବଂ ଗୁଣପୁରର ବିକ୍ରମପୁର ଠାରେ ମୋକ ଡ୍ରିଲ ଆୟୋଜନ କରାଯିବ l ଏହି ମୋକ ଡ୍ରିଲ ନିମନ୍ତେ ବହୁମୂଖୀ ବାତ୍ୟା ଆଶ୍ରୟ ସ୍ଥଳି ଅଂଚଳର ପରିଚାଳକ, ସ୍ଥାନୀୟ ଜନସାଧାରଣ, ସରପଂଚ, ସ୍ବେଚ୍ଛାସେବୀ, ଅଗ୍ନିଶମ ବିଭାଗ, ଆଦିଙ୍କୁ ସାମିଲ କରିବେ l ଅଗ୍ନିଶମ ବିଭାଗ ପକ୍ଷରୁ ମୋକ ଡ୍ରିଲ ପ୍ରଦର୍ଶନ କରି ଲୋକମାନଙ୍କୁ ସଚେତନ କରିବେ l ଏଥିପାଇଁ ଜିଲ୍ଲାର ପ୍ରତ୍ୟେକ ବ୍ଲକରେ ବିଡିଓ ମାନେ ସଂମନ୍ଵୟ ବୈଠକ ଡାକି ବିଭିନ୍ନ ବିଭଗୀୟ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିବେ l

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଫୁଲବାଣୀ ସରସ୍ୱତୀ ଶିଶୁ ମନ୍ଦିର ପକ୍ଷରୁ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ

Sunil Chandra Nayak

ରାଷ୍ଟ୍ରୀୟ ପଛୁଆ ବର୍ଗ ପକ୍ଷରୁ ମୋଟେର ଛକରେ ଭାରତ ବନ୍ଦ ପାଳନ

ହାବସପୁର୍ ଠାରେ ବଙ୍କା ସମାଜ ର କେନ୍ଦ୍ରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

Leave a Comment

error: Content is protected !!